< ହୋଶେୟ 4 >

1 ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।
“Hear a word of YHWH, sons of Israel, For a strife [is] to YHWH with inhabitants of the land, For there is no truth, nor kindness, Nor knowledge of God in the land;
2 ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।
Swearing, and lying, and murdering, And stealing, and committing adultery—have increased, And blood has touched against blood.
3 ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ ଦୁର୍ବଳ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ମଧ୍ୟ ଦୂରୀକୃତ ହେବେ।
Therefore the land mourns, And every dweller is weak in it, With the beast of the field, And with the bird of the heavens, And the fishes of the sea—they are removed.
4 ତଥାପି କୌଣସି ମନୁଷ୍ୟ ବିବାଦ ନ କରୁ, କିଅବା କୌଣସି ମନୁଷ୍ୟ ଅନୁଯୋଗ ନ କରୁ; କାରଣ ତୁମ୍ଭର ଲୋକମାନେ ଯାଜକ ସହିତ ବିବାଦକାରୀ ଲୋକମାନଙ୍କର ତୁଲ୍ୟ ଅଟନ୍ତି।
Only, let no one strive, nor reprove a man, And your people [are] as those striving with a priest.
5 ପୁଣି, ତୁମ୍ଭେ ଦିନ ବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍‍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା।
And you have stumbled in the day, And a prophet has also stumbled with you in the night, And I have cut off your mother.
6 ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।
My people have been cut off for lack of knowledge, Because you have rejected knowledge, I reject you from being priest to Me, And you forget the Law of your God—I forget your sons, I also!
7 ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।
According to their abundance so they sinned against Me, I change their glory into shame.
8 ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି।
The sin of My people they eat, And to their iniquity lift up their soul.
9 ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।
And it has been, like people, like priest, And I have charged on it its ways, And its habitual doings I return to it.
10 ତହିଁରେ ସେମାନେ ଭୋଜନ କଲେ ମଧ୍ୟ ତୃପ୍ତ ହେବେ ନାହିଁ; ବ୍ୟଭିଚାର କଲେ ମଧ୍ୟ ବହୁବଂଶ ହେବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି।
And they have eaten, and are not satisfied, They have gone whoring, and do not increase, For they have left off taking heed to YHWH.
11 ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।
Whoredom, and wine, and new wine, take the heart,
12 ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।
My people at its staff asks and its rod declares to it, For a spirit of whoredoms has caused to err, And they go whoring from under their God.
13 ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍‍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି।
On tops of the mountains they sacrifice, And on the hills they make incense, Under oak, and poplar, and terebinth, For good [is] its shade.
14 ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ; କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ଦେବଗଣର ମନ୍ଦିରକୁ ଯାଆନ୍ତି ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି; ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ।
Therefore your daughters commit whoredom, And your spouses commit adultery, I do not see after your daughters when they commit whoredom, And after your spouses when they commit adultery, For they with the harlots are separated, And with the whores they sacrifice, A people that does not understand kicks.
15 ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍‍ଗଲ୍‍ରେ ଉପସ୍ଥିତ ହୁଅ ନାହିଁ, କିଅବା ବେଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।
Though you [are] a harlot, O Israel, Do not let Judah become guilty, And do not come to Gilgal, nor go up to Beth-Aven, Nor swear, YHWH lives.
16 କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ।
For Israel has turned aside as a stubborn heifer, Now YHWH feeds them as a lamb in a large place.
17 ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ିଦିଅ।
Ephraim is joined to idols, leave him alone.
18 ସେମାନଙ୍କର ପେୟଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି।
Sour [is] their drink, They have gone whoring diligently, Her protectors have thoroughly loved shame.
19 ବାୟୁ ତାହାକୁ ଆପଣା ପକ୍ଷରେ ଆଚ୍ଛାଦନ କରିଅଛି ଓ ସେମାନେ ଆପଣାମାନଙ୍କର ବଳିଦାନ ସକାଶୁ ଲଜ୍ଜିତ ହେବେ।
Wind has distressed her with its wings, And they are ashamed of their sacrifices!”

< ହୋଶେୟ 4 >