< ହୋଶେୟ 4 >
1 ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।
Послухайте сло́ва Господнього, Ізраїлеві сини, бо Госпо́дь має прю із мешка́нцями зе́мними, бо нема на землі ані правди, ні милости, ані богопізна́ння.
2 ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।
Кляну́ть та неправду гово́рять, і вбивають та кра́дуть, і чинять пере́люб, поставали наси́льниками, а кров доторка́ється кро́ви.
3 ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ ଦୁର୍ବଳ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ମଧ୍ୟ ଦୂରୀକୃତ ହେବେ।
Тому то в жало́бу земля упаде́, і стане нещасним усякий мешка́нець на ній з польово́ю звіриною й з пта́ством небесним, і також морські риби погинуть.
4 ତଥାପି କୌଣସି ମନୁଷ୍ୟ ବିବାଦ ନ କରୁ, କିଅବା କୌଣସି ମନୁଷ୍ୟ ଅନୁଯୋଗ ନ କରୁ; କାରଣ ତୁମ୍ଭର ଲୋକମାନେ ଯାଜକ ସହିତ ବିବାଦକାରୀ ଲୋକମାନଙ୍କର ତୁଲ୍ୟ ଅଟନ୍ତି।
Та тільки ніхто хай не сва́риться, і хай не пляму́є ніхто! А наро́д Мій — як супере́чник з священиком.
5 ପୁଣି, ତୁମ୍ଭେ ଦିନ ବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା।
І спіткне́шся ти вдень, і спіткне́ться з тобою й пророк уночі, і знищу Я матір твою!
6 ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।
Погине наро́д Мій за те, що не має знання́: тому́, що знання́ ти відкинув, відкину й тебе, щоб не був ти для Мене священиком. А тому́, що забув ти Зако́н свого Бога, забу́ду синів твоїх й Я!
7 ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।
Що більше розмно́жуються, то більше грішать проти Мене. Їхню славу зміню́ Я на га́ньбу!
8 ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି।
Вони жертву за про́гріх народу Мого їдять, і до провини його свою душу схиля́ють.
9 ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।
І буде священикові, як і наро́дові, і доро́ги його навіщу́ Я на нім, і йому відплачу́ згідно вчинків його.
10 ତହିଁରେ ସେମାନେ ଭୋଜନ କଲେ ମଧ୍ୟ ତୃପ୍ତ ହେବେ ନାହିଁ; ବ୍ୟଭିଚାର କଲେ ମଧ୍ୟ ବହୁବଂଶ ହେବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି।
І вони будуть їсти, але не наси́тяться, чинитимуть блуд, та не розмно́жаться, бо покинули дбати про Господа.
11 ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।
Блуд і вино та сік виноградний володіють їхнім серцем.
12 ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।
Наро́д Мій допитується в свого де́рева, і об'являє йому його па́лиця, бо дух блудоді́йства заводить до блу́ду, і вони заблуди́ли від Бога свого.
13 ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି।
На верхови́нах гірськи́х вони жертви прино́сять, і кадять на взгі́р'ях під дубом, і тополею та теребі́нтом, бо хороша їхня тінь, — тому́ ваші до́чки блудли́вими стали, а ваші неві́стки вчиняють пере́люб.
14 ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ; କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ଦେବଗଣର ମନ୍ଦିରକୁ ଯାଆନ୍ତି ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି; ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ।
Та не покараю ще ваших дочо́к, що вони блудоді́ють, та ваших неві́сток, що чинять пере́люб, як відходять вони з блудоді́йками і жертви приносять з розпу́сницями. А наро́д без знання́ загибає!
15 ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍ଗଲ୍ରେ ଉପସ୍ଥିତ ହୁଅ ନାହିଁ, କିଅବା ବେଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।
Якщо ти блудли́вий, Ізраїлю, нехай Юда не буде прови́нний! І не ходіть до Ґілґалу, і не приходьте до Бет-Авену, і не присягайте: Як живий Госпо́дь!
16 କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ।
Бо Ізраїль зробився упе́ртий, немов та упе́рта корова. Та тепер Госпо́дь па́стиме їх, як вівцю́ на приві́ллі!
17 ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ିଦିଅ।
Прилучивсь до бовва́нів Єфрем, — поки́нь ти його!
18 ସେମାନଙ୍କର ପେୟଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି।
Збір п'яни́ць звиродні́лих учинився розпу́сним, їхні провідники́ покохали нечи́стість.
19 ବାୟୁ ତାହାକୁ ଆପଣା ପକ୍ଷରେ ଆଚ୍ଛାଦନ କରିଅଛି ଓ ସେମାନେ ଆପଣାମାନଙ୍କର ବଳିଦାନ ସକାଶୁ ଲଜ୍ଜିତ ହେବେ।
Вітер їх похапа́є на кри́ла свої, і вони посоро́мляться же́ртов своїх.