< ହୋଶେୟ 5 >

1 ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।
Écoutez ceci, sacrificateurs; et sois attentive, maison d’Israël, et prête l’oreille, maison du roi, car c’est contre vous qu’est le jugement; car vous avez été un piège à Mitspa, et un filet étendu sur le Thabor.
2 ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି; ମାତ୍ର ଆମ୍ଭେ ସେହି ସମସ୍ତଙ୍କର ଅନୁଯୋଗକାରୀ ଅଟୁ।
Ils se sont enfoncés dans la corruption de l’apostasie, et moi, je les châtierai tous.
3 ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଅଗୋଚର ନୁହେଁ; କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି।
Je connais Éphraïm, et Israël ne m’est point caché; car maintenant, Éphraïm, tu as commis la fornication; Israël s’est souillé.
4 ସେମାନଙ୍କର କ୍ରିୟାସକଳ ସେମାନଙ୍କୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଦେବ ନାହିଁ; କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ।
Leurs méfaits ne leur permettent pas de retourner à leur Dieu; car l’esprit de fornication est au milieu d’eux et ils ne connaissent pas l’Éternel.
5 ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ; ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ।
Et l’orgueil d’Israël témoigne en face contre lui; et Israël et Éphraïm tomberont par leur iniquité; Juda aussi tombera avec eux.
6 ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି।
Avec leurs brebis et avec leurs bœufs, ils iront pour chercher l’Éternel, mais ils ne le trouveront pas: il s’est retiré d’eux.
7 ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା କରିଅଛନ୍ତି; କାରଣ ସେମାନେ ଅବୈଧ ସନ୍ତାନ ଉତ୍ପନ୍ନ କରିଅଛନ୍ତି; ଏବେ ଅମାବାସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ।
Ils ont agi perfidement envers l’Éternel, car ils ont engendré des fils étrangers: maintenant, un mois les dévorera avec leurs biens.
8 ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର, ରାମାରେ ତୂରୀ ବଜାଅ; ବେଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍,
Sonnez du cor en Guibha, de la trompette à Rama. Criez dans Beth-Aven: Derrière toi, Benjamin!
9 ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ।
Éphraïm sera une désolation au jour du châtiment: je fais savoir parmi les tribus d’Israël une chose certaine.
10 ଯେଉଁମାନେ ସୀମାର ଚିହ୍ନ ଘୁଞ୍ଚାନ୍ତି, ଯିହୁଦାର ଅଧିପତିଗଣ ସେମାନଙ୍କ ତୁଲ୍ୟ ହୋଇଅଛନ୍ତି; ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଜଳ ପରି ଢାଳିବା।
Les princes de Juda sont comme ceux qui reculent les bornes: je répandrai sur eux ma fureur comme de l’eau.
11 ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି।
Éphraïm est opprimé, brisé par le jugement, parce que, selon sa propre volonté, il est allé après le commandement [de l’homme];
12 ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ।
et moi, je serai comme une teigne pour Éphraïm, et comme de la vermoulure pour la maison de Juda.
13 ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ।
Et Éphraïm a vu sa maladie, et Juda, sa plaie; et Éphraïm s’en est allé en Assyrie et a envoyé vers le roi Jareb; mais lui n’a pu vous guérir, et ne vous a pas ôté votre plaie.
14 କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା। ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲିଯିବା; ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ।
Car je serai comme un lion à Éphraïm, et comme un jeune lion à la maison de Juda: moi, moi, je déchirerai, et je m’en irai; j’emporterai, et il n’y aura personne qui délivre!
15 ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।
Je m’en irai, je retournerai en mon lieu, jusqu’à ce qu’ils se reconnaissent coupables et recherchent ma face. Dans leur détresse, ils me chercheront dès le matin.

< ହୋଶେୟ 5 >