< ହୋଶେୟ 6 >
1 “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରିଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।
“Bwerani, tiyeni tibwerere kwa Yehova. Iye watikhadzula, koma adzatichiritsa. Iye wativulaza, koma adzamanga mabala athu.
2 ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।
Pakapita masiku awiri adzatitsitsimutsa; pa tsiku lachitatu Iye adzatiukitsa kuti tikhale ndi moyo pamaso pake.
3 ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।”
Tiyeni timudziwe Yehova, tiyeni tilimbike kumudziwa Iye. Adzabwera kwa ife mosakayikira konse ngati kutuluka kwa dzuwa; adzabwera kwa ife ngati mvula ya mʼchilimwe, ngati mvula ya nthawi yamphukira imene imakhathamiritsa nthaka.”
4 ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।
Iwe Efereimu, kodi ndichite nawe chiyani? Kodi ndichite nawe chiyani, iwe Yuda? Chikondi chanu chili ngati nkhungu yammawa, ngati mame a mmamawa amene amakamuka msanga.
5 ଏଥିପାଇଁ ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।
Choncho ndakuwazani ngati nkhuni kudzera mwa aneneri anga, ndakuphani ndi mawu a pakamwa panga; chigamulo changa chinangʼanima ngati mphenzi pa inu.
6 କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ।
Pakuti Ine ndimafuna chifundo osati nsembe, ndi kudziwa Mulungu kulekana ndi nsembe zopsereza.
7 ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେହି ସ୍ଥାନରେ ସେମାନେ ଆମ୍ଭ ବିରୁଦ୍ଧରେ ବିଶ୍ୱାସଘାତକତା କରିଅଛନ୍ତି।
Monga Adamu, anthuwa aphwanya pangano langa, iwo sanakhulupirike kwa Ine.
8 ଗିଲୀୟଦ ଅଧର୍ମାଚାରୀମାନଙ୍କ ନଗର, ତାହା ରକ୍ତରେ ଦାଗଯୁକ୍ତ ହୋଇଅଛି।
Giliyadi ndi mzinda wa anthu ochita zoyipa, okhala ndi zizindikiro za kuphana.
9 ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି।
Monga momwe mbala zimadikirira anthu, magulu a ansembe amachitanso motero; iwo amapha anthu pa njira yopita ku Sekemu, kupalamula milandu yochititsa manyazi.
10 ଆମ୍ଭେ ଇସ୍ରାଏଲ ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେହି ସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି।
Ndaona chinthu choopsa kwambiri mʼnyumba ya Israeli. Kumeneko Efereimu akuchita zachiwerewere, ndipo Israeli wadzidetsa.
11 ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ଡରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି।
“Kunenanso za iwe Yuda, udzakolola chilango. “Pamene ndiwabwezere anthu anga zinthu zabwino.”