< ହୋଶେୟ 6 >

1 “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରିଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।
「來,我們回到上主那裏去,因為衪撕碎了我們,也必要治愈;衪打傷了我們,也必要包紮。
2 ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।
兩天後衪必使田復生,第三天衪必使我們興起,生活在衪的慈顏下。
3 ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍‍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।”
讓我們認識上主,讓我們努力認識上主! 衪定要像曙光一樣出現,衪要來到我們中間,有如秋雨,有如滋潤田地的春雨。」
4 ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।
厄弗辣因,我可對你們作什麼﹖因為你們的仁愛有如旱晨的浮雲,有如易於消散的朝露。
5 ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।
因此,我藉先知們砍伐了他們,以我口中的言語殺死戳了他們;我的的裁判出現有如光明:
6 କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ।
因為我喜歡仁慈勝過祭獻,喜歡人認識天主勝過全燔祭。
7 ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେହି ସ୍ଥାନରେ ସେମାନେ ଆମ୍ଭ ବିରୁଦ୍ଧରେ ବିଶ୍ୱାସଘାତକତା କରିଅଛନ୍ତି।
但是他們在阿當就犯了罪,在那裏已背叛了我。
8 ଗିଲୀୟଦ ଅଧର୍ମାଚାରୀମାନଙ୍କ ନଗର, ତାହା ରକ୍ତରେ ଦାଗଯୁକ୍ତ ହୋଇଅଛି।
基肋阿得是座作惡的城池,滿了血跡。
9 ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି।
一隊司祭就如埋伏的強盜,在往舍根的路上行兇;的確,他們行了可恥的事
10 ଆମ୍ଭେ ଇସ୍ରାଏଲ ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେହି ସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି।
在貝特耳我見了可惡的事:在那裏厄弗辣因行了淫,以色列玷污了自己
11 ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ଡରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି।
當我轉變我百姓的命運時,猶大啊! 為你也注定了一個收割期。

< ହୋଶେୟ 6 >