< ହୋଶେୟ 6 >
1 “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରିଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।
[In tribulatione sua mane consurgent ad me: Venite, et revertamur ad Dominum,
2 ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।
quia ipse cepit, et sanabit nos; percutiet, et curabit nos.
3 ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।”
Vivificabit nos post duos dies; in die tertia suscitabit nos, et vivemus in conspectu ejus. Sciemus, sequemurque ut cognoscamus Dominum: quasi diluculum præparatus est egressus ejus, et veniet quasi imber nobis temporaneus et serotinus terræ.
4 ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।
Quid faciam tibi, Ephraim? quid faciam tibi, Juda? misericordia vestra quasi nubes matutina, et quasi ros mane pertransiens.
5 ଏଥିପାଇଁ ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।
Propter hoc dolavi in prophetis; occidi eos in verbis oris mei: et judicia tua quasi lux egredientur.
6 କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ।
Quia misericordiam volui, et non sacrificium; et scientiam Dei plus quam holocausta.
7 ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେହି ସ୍ଥାନରେ ସେମାନେ ଆମ୍ଭ ବିରୁଦ୍ଧରେ ବିଶ୍ୱାସଘାତକତା କରିଅଛନ୍ତି।
Ipsi autem sicut Adam transgressi sunt pactum: ibi prævaricati sunt in me.
8 ଗିଲୀୟଦ ଅଧର୍ମାଚାରୀମାନଙ୍କ ନଗର, ତାହା ରକ୍ତରେ ଦାଗଯୁକ୍ତ ହୋଇଅଛି।
Galaad civitas operantium idolum, supplantata sanguine.
9 ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି।
Et quasi fauces virorum latronum, particeps sacerdotum, in via interficientium pergentes de Sichem: quia scelus operati sunt.
10 ଆମ୍ଭେ ଇସ୍ରାଏଲ ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେହି ସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି।
In domo Israël vidi horrendum: ibi fornicationes Ephraim, contaminatus est Israël.
11 ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ଡରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି।
Sed et Juda, pone messem tibi, cum convertero captivitatem populi mei.]