< ହୋଶେୟ 7 >

1 ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି।
when I heal Israel, Ephraim's sins will be exposed, together with the evil actions of Samaria. They deal in lies; they are thieves who break into homes and rob people on the outside.
2 ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରିଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି।
But they don't realize that I remember all of their wickedness. Their sins surround them and are always before me.
3 ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ୱାରା ରାଜାକୁ ଓ ଆପଣାମାନଙ୍କ ମିଥ୍ୟା ଦ୍ୱାରା ଅଧିପତିମାନଙ୍କୁ ଆନନ୍ଦିତ କରନ୍ତି।
They make their king happy with their wickedness, and the princes with their lies.
4 ସେମାନେ ସମସ୍ତେ ବ୍ୟଭିଚାରୀ; ସେମାନେ ରୁଟି ପ୍ରସ୍ତୁତକାରୀ ଦ୍ୱାରା ଉତ୍ତପ୍ତ ତନ୍ଦୁର ସ୍ୱରୂପ; ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ ସେ ଅଗ୍ନି ପ୍ରଜ୍ୱଳିତ କରିବାରୁ ନିବୃତ୍ତ ହୁଏ।
All of them are adulterers, burning with lust like an oven whose fire stays hot, even though it is not tended by the baker, having left the dough to rise after kneading.
5 ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା।
On the king's birthday the princes drink so much they are sick, while he joins in with those who mock.
6 କାରଣ ସେମାନେ ଛକି ବସି ଆପଣା ଆପଣା ଅନ୍ତଃକରଣ ତନ୍ଦୁର ପରି ପ୍ରସ୍ତୁତ କରିଅଛନ୍ତି; ସେମାନଙ୍କର କ୍ରୋଧ ରାତ୍ରିସାରା କୁହୁଳୁ ଥାଏ; ପ୍ରାତଃକାଳରେ ତାହା ପ୍ରଜ୍ୱଳିତ ଅଗ୍ନି ପରି ଜ୍ୱଳଇ।
Their minds are fired up like an oven; they go to him with their plots. All through the night their anger burns; in the morning it blazes out uncontrollably.
7 ସେମାନେ ସମସ୍ତେ ତନ୍ଦୁର ପରି ଉତ୍ତପ୍ତ ଅଟନ୍ତି ଓ ଆପଣାମାନଙ୍କର ବିଚାରକର୍ତ୍ତୃଗଣକୁ ଗ୍ରାସ କରନ୍ତି; ସେମାନଙ୍କର ସମସ୍ତ ରାଜାଗଣ ପତିତ ହୋଇଅଛନ୍ତି; ସେମାନଙ୍କ ମଧ୍ୟରେ କେହି ଆମ୍ଭ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।
All of them are as hot as a burning oven, and they exhaust their leaders. All of their kings have fallen, and not one of them calls on me.
8 ଗୋଷ୍ଠୀଗଣ ମଧ୍ୟରେ ଇଫ୍ରୟିମ ଆପେ ମିଶ୍ରିତ ହୁଅଇ; ଇଫ୍ରୟିମ ଓଲଟା ହୋଇ ନ ଥିବା ପିଠା ତୁଲ୍ୟ।
Ephraim mixes with the foreign nations; he is as useless as half-baked bread!
9 ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ; ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ୱକେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ।
Foreigners drain his strength, and he doesn't even realize it. His hair is turning grey and he doesn't even notice.
10 ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ; ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରି ନାହାନ୍ତି, କିଅବା ଏହିସବୁ ଘଟିଲେ ମଧ୍ୟ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି।
Israel's pride testifies against him, but for all of this he still does not return to the Lord their God or look for him.
11 ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ; ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି।
Ephraim is like a dove, foolish and without sense—calling to Egypt, then going to Assyria.
12 ଯେତେବେଳେ ସେମାନେ ଯିବେ, ସେତେବେଳେ ଆମ୍ଭେ ସେମାନଙ୍କ ଉପରେ ଆପଣା ଜାଲ ପ୍ରସାର କରିବା; ଆମ୍ଭେ ସେମାନଙ୍କୁ ଆକାଶର ପକ୍ଷୀଗଣ ପରି ତଳକୁ ଆଣିବା; ସେମାନଙ୍କ ସମାଜ ଯେପରି ଶୁଣିଅଛନ୍ତି, ସେହିପରି ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା।
When they go I will throw my net over them; I will bring them down like wild birds. When I hear them flocking together I will punish them.
13 ସେମାନେ ସନ୍ତାପର ପାତ୍ର! କାରଣ ସେମାନେ ଆମ୍ଭ ନିକଟରୁ ବିପଥଗାମୀ ହୋଇଅଛନ୍ତି; ସେମାନଙ୍କର ସର୍ବନାଶ ଘଟିବ; କାରଣ ସେମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ମୁକ୍ତ କରିବାକୁ ଇଚ୍ଛା କଲେ ମଧ୍ୟ ସେମାନେ ଆମ୍ଭ ବିରୁଦ୍ଧରେ ମିଥ୍ୟା କଥା କହିଅଛନ୍ତି।
What disaster is coming to them because they have strayed from me! Destruction is coming to them because they have rebelled against me! I wish I could redeem them, but they tell lies about me.
14 ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।
They do not cry out to me with sincere minds; instead they lie on their beds howling. They assemble together and gash themselves to gain grain and new wine, but they turn away from me.
15 ଆମ୍ଭେ ସେମାନଙ୍କ ବାହୁକୁ ଶିକ୍ଷା ଦେଇ ସବଳ କଲେ ମଧ୍ୟ ସେମାନେ ଆମ୍ଭ ବିରୁଦ୍ଧରେ କୁକଳ୍ପନା କରନ୍ତି।
I myself trained them and made them strong, but now they plot evil against me.
16 ସେମାନେ ଫେରି ଆସନ୍ତି ସତ୍ୟ, ମାତ୍ର ଊର୍ଦ୍ଧ୍ୱସ୍ଥଙ୍କ ପ୍ରତି ନୁହେଁ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ; ସେମାନଙ୍କ ଅଧିପତିମାନେ ଆପଣା ଆପଣା ଜିହ୍ୱାର ପ୍ରଚଣ୍ଡତା ସକାଶୁ ଖଡ୍ଗ ଦ୍ୱାରା ପତିତ ହେବେ; ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ।
They turn, but not to the Most High; they are like a useless bow. Their leaders will be killed by the sword because of their cursing. Because of this they will be ridiculed in Egypt.

< ହୋଶେୟ 7 >