< ହୋଶେୟ 8 >

1 ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି।
אל חכך שפר כנשר על בית יהוה יען עברו בריתי ועל תורתי פשעו׃
2 ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, “ହେ ଆମ୍ଭର ପରମେଶ୍ୱର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ।”
לי יזעקו אלהי ידענוך ישראל׃
3 ଯାହା ଉତ୍ତମ, ତାହା ଇସ୍ରାଏଲ ଅଗ୍ରାହ୍ୟ କରିଅଛି; ଶତ୍ରୁ ତାହାର ପଛେ ପଛେ ଗୋଡ଼ାଇବ।
זנח ישראל טוב אויב ירדפו׃
4 ସେମାନେ ରାଜାଗଣକୁ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ସେମାନେ ଅଧିପତିଗଣ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭେ ତାହା ଜାଣିଲୁ ନାହିଁ। ସେମାନେ ଯେପରି ଉଚ୍ଛିନ୍ନ ହେବେ, ଏଥିପାଇଁ ଆପଣା ନିମନ୍ତେ ରୂପା ଓ ସୁନାରେ ସେମାନେ ପ୍ରତିମାଗଣ ନିର୍ମାଣ କରିଅଛନ୍ତି।
הם המליכו ולא ממני השירו ולא ידעתי כספם וזהבם עשו להם עצבים למען יכרת׃
5 ହେ ଶମରୀୟା, ସେ ତୁମ୍ଭର ଗୋବତ୍ସ ପ୍ରତିମାକୁ ଅଗ୍ରାହ୍ୟ କରିଅଛନ୍ତି। ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି! ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ?
זנח עגלך שמרון חרה אפי בם עד מתי לא יוכלו נקין׃
6 କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକାର ଏହା ନିର୍ମାଣ କରିଅଛି, ତାହା ପରମେଶ୍ୱର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ।
כי מישראל והוא חרש עשהו ולא אלהים הוא כי שבבים יהיה עגל שמרון׃
7 କାରଣ ସେମାନେ ବାୟୁ ବୁଣନ୍ତି ଓ ଘୂର୍ଣ୍ଣିବାୟୁରୂପ ଶସ୍ୟ କାଟିବେ। ତାହାର ଉଠିଆ କ୍ଷେତ ନାହିଁ; ପତ୍ର ଖାଦ୍ୟ ଉତ୍ପନ୍ନ କରିବ ନାହିଁ; ଯଦି ଉତ୍ପନ୍ନ କରିବେ, ବିଦେଶୀୟମାନେ ତାହା ଗ୍ରାସ କରିବେ।
כי רוח יזרעו וסופתה יקצרו קמה אין לו צמח בלי יעשה קמח אולי יעשה זרים יבלעהו׃
8 ଇସ୍ରାଏଲ ଗ୍ରାସିତ ହୋଇଅଛି; ଏବେ ସେମାନେ ଅପ୍ରୀତିକର ପାତ୍ର ତୁଲ୍ୟ ନାନା ଗୋଷ୍ଠୀ ମଧ୍ୟରେ ଅଛନ୍ତି।
נבלע ישראל עתה היו בגוים ככלי אין חפץ בו׃
9 କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଏକାକୀ ହୋଇ ଅଶୂରକୁ ଯାଇଅଛନ୍ତି; ଇଫ୍ରୟିମ ପ୍ରେମିକଗଣକୁ ବେତନ ଦେଇ ରଖିଅଛି।
כי המה עלו אשור פרא בודד לו אפרים התנו אהבים׃
10 ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବେତନ ଦେଲେ ମଧ୍ୟ ଏବେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା; ସେମାନେ ଅଧିପତିଗଣଙ୍କ ରାଜାର ଭାର ସକାଶୁ ନ୍ୟୂନ ହେବାକୁ ଲାଗିଲେଣି।
גם כי יתנו בגוים עתה אקבצם ויחלו מעט ממשא מלך שרים׃
11 କାରଣ ଇଫ୍ରୟିମ ପାପ ଚେଷ୍ଟାରେ ଅନେକ ଯଜ୍ଞବେଦି କରିଅଛି, ଯଜ୍ଞବେଦିସବୁ ତାହା ପକ୍ଷରେ ପାପର କାରଣ ହୋଇଅଛି।
כי הרבה אפרים מזבחת לחטא היו לו מזבחות לחטא׃
12 ଆମ୍ଭେ ଦଶ ସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ମଧ୍ୟ ସେହି ସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ।
אכתוב לו רבו תורתי כמו זר נחשבו׃
13 ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରିଯିବେ।
זבחי הבהבי יזבחו בשר ויאכלו יהוה לא רצם עתה יזכר עונם ויפקד חטאותם המה מצרים ישובו׃
14 କାରଣ ଇସ୍ରାଏଲ ଆପଣା ସୃଷ୍ଟିକର୍ତ୍ତାଙ୍କୁ ପାସୋରିଅଛି ଓ ନାନା ଅଟ୍ଟାଳିକା ନିର୍ମାଣ କରିଅଛି ଓ ଯିହୁଦା ଅନେକ ପ୍ରାଚୀର-ବେଷ୍ଟିତ ନଗର ପ୍ରସ୍ତୁତ କରିଅଛି, ମାତ୍ର ଆମ୍ଭେ ତାହାର ନଗରସକଳର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଦୁର୍ଗସକଳ ଗ୍ରାସ କରିବ।
וישכח ישראל את עשהו ויבן היכלות ויהודה הרבה ערים בצרות ושלחתי אש בעריו ואכלה ארמנתיה׃

< ହୋଶେୟ 8 >