< ହୋଶେୟ 9 >

1 ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ।
Rejoice not, Israel, exultingly, as the peoples; for thou hast gone a whoring from thy God, thou hast loved harlot's hire upon every corn-floor.
2 ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ।
The floor and the winepress shall not feed them, and the new wine shall fail her.
3 ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରିଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ।
They shall not dwell in Jehovah's land; but Ephraim shall return to Egypt, and in Assyria shall they eat that which is unclean.
4 ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହି ସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।
They shall pour out no [offerings of] wine to Jehovah, neither shall their sacrifices be pleasing unto him: they shall be unto them as the bread of mourners; all that eat thereof shall be defiled: for their bread shall be for themselves; it shall not come into the house of Jehovah.
5 ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ?
What will ye do in the day of assembly, and in the day of the feast of Jehovah?
6 କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ।
For behold, they are gone away because of destruction: Egypt shall gather them up, Moph shall bury them: their pleasant things of silver, nettles shall possess them; thorns shall be in their tents.
7 ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍‍ବକ୍ତା ନିର୍ବୋଧ, ଆତ୍ମା ପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।
The days of visitation are come; the days of recompence are come: Israel shall know [it]: the prophet is a fool, the inspired man is mad, because of the greatness of thine iniquity, and the great enmity.
8 ଇଫ୍ରୟିମ ମୋʼ ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍‍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି।
Is Ephraim a watchman with my God? [nay] the prophet is a fowler's snare on all his ways, enmity in the house of his God.
9 ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।
They have deeply corrupted themselves as in the days of Gibeah. He will remember their iniquity, he will visit their sins.
10 ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍‍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।
I found Israel as grapes in the wilderness; as first-ripe fruit on the fig-tree, I saw your fathers at the beginning: they went to Baal-Peor, and separated themselves unto that shame, and became abominations like their lover.
11 ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ; ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ।
As for Ephraim, their glory shall fly away as a bird, — no birth, no pregnancy, no conception!
12 ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ!
For even should they bring up their children, yet will I bereave them, [that] not a man [remain]: for woe also to them when I shall have departed from them!
13 ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।
Ephraim, as I saw [him], was a Tyre planted in a beautiful place; but Ephraim shall bring forth his children to the slayer.
14 ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ? ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ।
Give them, Jehovah — what wilt thou give? — give them a miscarrying womb and dry breasts.
15 ସେମାନଙ୍କର ଦୁଷ୍ଟତାସକଳ ଗିଲ୍‍ଗଲ୍‍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।
All their wickedness is in Gilgal; for there I hated them: because of the wickedness of their doings, I will drive them out of my house, I will love them no more: all their princes are rebellious.
16 ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା।
Ephraim is smitten: their root is dried up, they shall bear no fruit; yea, though they should bring forth, yet will I slay the beloved [fruit] of their womb.
17 ମୋର ପରମେଶ୍ୱର ସେମାନଙ୍କୁ ଦୂର କରିଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ।
My God hath rejected them, because they hearkened not unto him; and they shall be wanderers among the nations.

< ହୋଶେୟ 9 >