< ହୋଶେୟ 9 >
1 ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ।
NO te alegres, oh Israel, hasta saltar de gozo como los pueblos, pues has fornicado [apartándote] de tu Dios: amaste salario por todas las eras de trigo.
2 ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ।
La era y el lagar no los mantendrán; les fallará el mosto.
3 ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରିଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ।
No quedarán en la tierra de Jehová, sino que volverá Ephraim á Egipto, y á Asiria, donde comerán vianda inmunda.
4 ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହି ସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।
No derramarán vino á Jehová, ni él tomará contento en sus sacrificios; como pan de enlutados les serán á ellos: todos los que comieren de él, serán inmundos. Será pues el pan de ellos para sí mismos; no entrará en la casa de Jehová.
5 ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ?
¿Qué haréis el día de la solemnidad, y el día de la fiesta de Jehová?
6 କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ।
Porque, he aquí se fueron ellos á causa de la destrucción: Egipto los recogerá, Memphis los enterrará: espino poseerá por heredad lo deseable de su plata, ortiga crecerá en sus moradas.
7 ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍ବକ୍ତା ନିର୍ବୋଧ, ଆତ୍ମା ପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।
Vinieron los días de la visitación, vinieron los días de la paga; conocerálo Israel: necio el profeta, insensato el varón de espíritu, á causa de la multitud de tu maldad, y grande odio.
8 ଇଫ୍ରୟିମ ମୋʼ ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି।
Atalaya [es] Ephraim para con mi Dios: el profeta [es] lazo de cazador en todos sus caminos, odio en la casa de su Dios.
9 ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।
Llegaron al profundo, corrompiéronse, como en los días de Gabaa: ahora se acordará de su iniquidad; visitará su pecado.
10 ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।
Como uvas en el desierto hallé á Israel: como la fruta temprana de la higuera en su principio vi á vuestros padres. Ellos entraron á Baal-peor, y se apartaron para vergüenza, é hiciéronse abominables como aquello que amaron.
11 ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ; ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ।
Ephraim, cual ave volará su gloria desde el nacimiento, aun desde el vientre y desde la concepción.
12 ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ!
Y si llegaren á grandes sus hijos, quitarélos de entre los hombres, porque ¡ay de ellos también, cuando de ellos me apartare!
13 ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।
Ephraim, según veo, es semejante á Tiro, asentada en lugar delicioso: mas Ephraim sacará sus hijos al matador.
14 ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ? ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ।
Dales, oh Jehová, lo que les has de dar: dales matriz expeliente, y enjutos pechos.
15 ସେମାନଙ୍କର ଦୁଷ୍ଟତାସକଳ ଗିଲ୍ଗଲ୍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।
Toda la maldad de ellos [fué] en Gilgal; allí, pues, les tomé aversión: por la malicia de sus obras echarélos de mi casa; no los amaré más; todos sus príncipes son desleales.
16 ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା।
Ephraim fué herido, secóse su cepa, no hará más fruto: aunque engendren, yo mataré lo deseable de su vientre.
17 ମୋର ପରମେଶ୍ୱର ସେମାନଙ୍କୁ ଦୂର କରିଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ।
Mi Dios los desechará, porque ellos no le oyeron; y andarán errantes entre las gentes.