< ହୋଶେୟ 1 >

1 ଯିହୁଦାର ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ୱ ସମୟରେ ଯୋୟାଶ୍‍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ସମୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ବେରିଙ୍କ ପୁତ୍ର ହୋଶେୟଙ୍କର ନିକଟରେ ଉପସ୍ଥିତ ହେଲା।
Awa ndi mawu amene Yehova anayankhula kwa Hoseya mwana wa Beeri pa nthawi ya ulamuliro wa Uziya, Yotamu, Ahazi ndi Hezekiya, mafumu a ku Yuda ndiponso pa nthawi ya ulamuliro wa Yeroboamu mwana wa Yowasi mfumu ya ku Israeli.
2 ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”
Yehova atayamba kuyankhula kudzera mwa Hoseya, Yehova anati kwa Hoseyayo, “Pita kakwatire mkazi wachiwerewere ndipo ubereke naye ana mʼchiwerewere chake pakuti anthu a mʼdziko muno achimwa pochita chigololo choyipitsitsa, posiya Yehova.”
3 ତହିଁରେ ସେ ଯାଇ ଦିବ୍ଲାଇମର କନ୍ୟା ଗୋମରକୁ ଗ୍ରହଣ କଲା ଓ ସେ ଗର୍ଭବତୀ ହୋଇ ତାହାର ଏକ ପୁତ୍ର ପ୍ରସବ କଲା।
Motero Hoseya anakwatira Gomeri mwana wamkazi wa Dibulaimu, ndipo mkaziyo anakhala woyembekezera nabala mwana wamwamuna.
4 ତହୁଁ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ; କାରଣ ଅଳ୍ପ ସମୟ ପରେ ଆମ୍ଭେ ଯେହୂର ବଂଶକୁ ଯିଷ୍ରିୟେଲର ରକ୍ତପାତର ପ୍ରତିଫଳ ଭୋଗ କରାଇବା ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା।
Tsono Yehova anati kwa Hoseya, “Umutche dzina loti Yezireeli, pakuti ndili pafupi kulanga banja la Yehu chifukwa cha anthu amene anawapha ku Yezireeli ndipo ndidzathetsa ufumu wa Israeli.
5 ପୁଣି, ସେହି ସମୟରେ ଆମ୍ଭେ ଯିଷ୍ରିୟେଲର ଉପତ୍ୟକାରେ ଇସ୍ରାଏଲର ଧନୁ ଭଗ୍ନ କରିବା।”
Tsiku limenelo ndidzathyola uta wa Israeli mʼchigwa cha Yezireeli.”
6 ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ।
Gomeri anakhala woyembekezeranso ndipo anabereka mwana wamkazi. Ndipo Yehova anati kwa Hoseya, “Umutche dzina loti ‘Sakondedwa’ pakuti sindidzaonetsanso chikondi changa pa nyumba ya Israeli, kuti ndingawakhululukire konse.
7 ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।”
Komatu ndidzaonetsa chikondi pa nyumba ya Yuda; ndipo ndidzawapulumutsa, osati ndi uta, lupanga kapena nkhondo, kapena akavalo ndi okwerapo ake, koma ine Yehova Mulungu wawo ndidzawapulumutsa.”
8 ସେହି ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା।
Sakondedwa ataleka kuyamwa, Gomeri anabereka mwana wina wamwamuna.
9 ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।”
Pamenepo Yehova anati, “Umutche dzina loti Sianthuanga,” pakuti inu si ndinu anthu anga ndipo Ine si ndine Mulungu wanu.
10 ତଥାପି ଇସ୍ରାଏଲ-ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହାଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”
“Komabe Aisraeli adzachuluka ngati mchenga wa mʼmbali mwa nyanja umene sangathe kuwuyeza kapena kuwuwerenga. Pamalo omwe ananena kuti, ‘Sindinu anthu anga,’ pomweponso adzawatchula kuti ‘Ana a Mulungu wamoyo.’
11 ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ।
Anthu a ku Yuda ndi anthu a ku Israeli adzasonkhananso pamodzi ndipo adzasankha mtsogoleri mmodzi ndi kutuluka mʼdzikomo, pakuti tsiku la Yezireeli lidzakhala lalikulu kwambiri.”

< ହୋଶେୟ 1 >