< ଯିଶାଇୟ 1 >

1 ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା-ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ୱ ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।
Maono kuhusu Yuda na Yerusalemu ambayo Isaya mwana wa Amozi aliyaona wakati wa utawala wa Uzia, Yothamu, Ahazi na Hezekia, wafalme wa Yuda.
2 ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।
Sikieni, enyi mbingu! Sikilizeni, enyi dunia! Kwa maana Bwana amesema: “Nimewalisha watoto na kuwalea, lakini wameniasi mimi.
3 ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।”
Ngʼombe anamjua bwana wake, naye punda anajua hori la mmiliki wake, lakini Israeli hajui, watu wangu hawaelewi.”
4 ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।
Lo! Taifa lenye dhambi, watu waliolemewa na uovu, uzao wa watenda mabaya, watoto waliozoelea upotovu! Wamemwacha Bwana, Wamemkataa kwa dharau yeye Aliye Mtakatifu wa Israeli na kumgeuzia kisogo.
5 ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।
Kwa nini mzidi kupigwa? Kwa nini kudumu katika uasi? Kichwa chako chote kimejeruhiwa, moyo wako wote ni mgonjwa.
6 ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ୱାସ୍ଥ୍ୟ ନାହିଁ; କେବଳ କ୍ଷତ, ଦାଗ ଓ ପୂଜପୂର୍ଣ୍ଣ ଘା; ସେହି ସବୁ ଟିପା କିମ୍ବା ବନ୍ଧାଯାଇ ନାହିଁ, କିଅବା ତୈଳ ଦ୍ୱାରା କୋମଳ କରାଯାଇ ନାହିଁ।
Kutoka wayo wako wa mguu hadi kwenye utosi wa kichwa chako hakuna uzima: ni majeraha matupu na makovu na vidonda vitokavyo damu, havikusafishwa au kufungwa wala kulainishwa kwa mafuta.
7 ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି।
Nchi yenu imekuwa ukiwa, miji yenu imeteketezwa kwa moto; nchi yenu imeachwa tupu na wageni mbele ya macho yenu, imeharibiwa kama vile imepinduliwa na wageni.
8 ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।
Binti Sayuni ameachwa kama kipenu katika shamba la mizabibu, kama kibanda katika shamba la matikitimaji, kama mji uliohusuriwa.
9 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ।
Kama Bwana Mungu Mwenye Nguvu Zote asingelituachia walionusurika, tungelikuwa kama Sodoma, tungelifanana na Gomora.
10 ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।
Sikieni neno la Bwana, ninyi watawala wa Sodoma; sikilizeni sheria ya Mungu wetu, enyi watu wa Gomora!
11 ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ? ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।
Bwana anasema, “Wingi wa sadaka zenu, ni kitu gani kwangu? Ninazo sadaka za kuteketezwa nyingi kupita kiasi, za kondoo dume na mafuta ya wanyama walionona. Sipendezwi na damu za mafahali wala za wana-kondoo na mbuzi.
12 ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି?
Mnapokuja kujihudhurisha mbele zangu, ni nani aliyewataka ninyi mfanye hivyo, huku kuzikanyaga nyua zangu?
13 ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ତୁମ୍ଭର ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ।
Acheni kuniletea sadaka zisizokuwa na maana! Uvumba wenu ni chukizo kwangu. Miandamo ya Mwezi, Sabato na makusanyiko ya ibada: siwezi kuvumilia makusanyiko yenu maovu.
14 ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହି ସବୁ ଆମ୍ଭ ପ୍ରତି କ୍ଲେଶକର; ଆମ୍ଭେ ସେହି ସବୁ ବହିବାକୁ କ୍ଳାନ୍ତ ହୋଇଅଛୁ।
Sikukuu zenu za Miandamo ya Mwezi, na sikukuu zenu zilizoamriwa: moyo wangu unazichukia. Zimekuwa mzigo kwangu, nimechoka kuzivumilia.
15 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।
Mnaponyoosha mikono yenu katika maombi, nitaficha macho yangu nisiwaone; hata mkiomba maombi mengi sitasikiliza. Mikono yenu imejaa damu;
16 ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
jiosheni na mkajitakase. Yaondoeni matendo yenu maovu mbele zangu! Acheni kutenda mabaya,
17 ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।”
jifunzeni kutenda mema! Tafuteni haki, watieni moyo walioonewa. Teteeni shauri la yatima, wateteeni wajane.
18 ସଦାପ୍ରଭୁ କହନ୍ତି, “ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂର ବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହି ସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।
“Njooni basi tuhojiane,” asema Bwana. “Ingawa dhambi zenu ni kama rangi nyekundu, zitakuwa nyeupe kama theluji; ingawa ni nyekundu sana kama damu, zitakuwa nyeupe kama sufu.
19 ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।
Kama mkikubali na kutii, mtakula mema ya nchi,
20 ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”
lakini kama mkikataa na kuasi, mtaangamizwa kwa upanga.” Kwa kuwa kinywa cha Bwana kimenena.
21 ବିଶ୍ୱସ୍ତ ନଗରୀ କିପରି ବେଶ୍ୟା ହୋଇଅଛି! ସେ ନ୍ୟାୟ-ବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।
Tazama jinsi mji uliokuwa mwaminifu umekuwa kahaba! Mwanzoni ulikuwa umejaa unyofu, haki ilikuwa inakaa ndani yake, lakini sasa ni wauaji!
22 ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି।
Fedha yenu imekuwa takataka, divai yenu nzuri imechanganywa na maji.
23 ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍‍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
Watawala wenu ni waasi, rafiki wa wevi, wote wanapenda rushwa na kukimbilia hongo. Hawatetei yatima, shauri la mjane haliletwi mbele yao lisikilizwe.
24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, “ଶୁଣ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା;
Kwa hiyo Bwana, Bwana Mwenye Nguvu Zote, Mwenye Nguvu wa Israeli, asema hivi: “Lo, nitapata faraja kutoka kwa adui zangu na kujilipizia kisasi juu ya watesi wangu.
25 ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;
Nitauelekeza mkono wangu dhidi yenu, nitawasafisha takataka zenu zote na kuwaondolea unajisi wenu wote.
26 ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରେ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ।”
Nitawarudishia waamuzi wenu kama ilivyokuwa siku za zamani, nao washauri wenu kama ilivyokuwa mwanzoni. Baadaye utaitwa, Mji wa Haki, Mji Mwaminifu.”
27 ସିୟୋନ ନ୍ୟାୟବିଚାର ଦ୍ୱାରା ଓ ତାହାର ଫେରି ଆସିବା ଲୋକମାନେ ଧାର୍ମିକତା ଦ୍ୱାରା ମୁକ୍ତି ପାଇବେ।
Sayuni itakombolewa kwa haki, wale waliomo ndani yake waliotubu kwa uaminifu.
28 ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।
Lakini waasi na wenye dhambi wote wataangamizwa, nao wanaomwacha Bwana wataangamia.
29 କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ।
“Mtaaibika kwa sababu ya hiyo mialoni ambayo mlifurahia, mtafadhaika kwa sababu ya bustani mlizozichagua.
30 ଯେହେତୁ ତୁମ୍ଭେମାନେ ଶୁଷ୍କପତ୍ର ଅଲୋନ ବୃକ୍ଷ ଓ ନିର୍ଜଳ ଉଦ୍ୟାନ ତୁଲ୍ୟ ହେବ।
Mtakuwa kama mwaloni wenye majani yanayonyauka, kama bustani isiyokuwa na maji.
31 ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।
Mtu mwenye nguvu atatoweka kama majani makavu yawakayo moto, na kazi yake kama cheche ya moto; vyote vitaungua pamoja, wala hakuna wa kuuzima huo moto.”

< ଯିଶାଇୟ 1 >