< ଯିଶାଇୟ 11 >

1 ଏଥିଉତ୍ତାରେ ଯିଶୀର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;
エッサイの株から一つの芽が出、その根から一つの若枝が生えて実を結び、
2 ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;
その上に主の霊がとどまる。これは知恵と悟りの霊、深慮と才能の霊、主を知る知識と主を恐れる霊である。
3 ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ,
彼は主を恐れることを楽しみとし、その目の見るところによって、さばきをなさず、その耳の聞くところによって、定めをなさず、
4 ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।
正義をもって貧しい者をさばき、公平をもって国のうちの柔和な者のために定めをなし、その口のむちをもって国を撃ち、そのくちびるの息をもって悪しき者を殺す。
5 ଧର୍ମ ତାହାଙ୍କ କଟିଦେଶର ପଟୁକା ଓ ବିଶ୍ୱସ୍ତତା ତାହାଙ୍କ କଟିର ପଟୁକା ହେବ।
正義はその腰の帯となり、忠信はその身の帯となる。
6 ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତାବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବା ସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ।
おおかみは小羊と共にやどり、ひょうは子やぎと共に伏し、子牛、若じし、肥えたる家畜は共にいて、小さいわらべに導かれ、
7 ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ।
雌牛と熊とは食い物を共にし、牛の子と熊の子と共に伏し、ししは牛のようにわらを食い、
8 ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ।
乳のみ子は毒蛇のほらに戯れ、乳離れの子は手をまむしの穴に入れる。
9 ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
彼らはわが聖なる山のどこにおいても、そこなうことなく、やぶることがない。水が海をおおっているように、主を知る知識が地に満ちるからである。
10 ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ-ସ୍ଥାନ ଗୌରବାନ୍ୱିତ ହେବ।
その日、エッサイの根が立って、もろもろの民の旗となり、もろもろの国びとはこれに尋ね求め、その置かれる所に栄光がある。
11 ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍‍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।
その日、主は再び手を伸べて、その民の残れる者をアッスリヤ、エジプト、パテロス、エチオピヤ、エラム、シナル、ハマテおよび海沿いの国々からあがなわれる。
12 ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ।
主は国々のために旗をあげて、イスラエルの追いやられた者を集め、ユダの散らされた者を地の四方から集められる。
13 ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।
エフライムのねたみはうせ、ユダを悩ます者は断たれ、エフライムはユダをねたまず、ユダはエフライムを悩ますことはない。
14 ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟିତ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନର ଲୋକମାନେ ସେମାନଙ୍କର ଆଜ୍ଞାବହ ହେବେ।
しかし彼らは西の方ペリシテびとの肩に襲いかかり、相共に東の民をかすめ、その手をエドムおよびモアブに伸べ、アンモンの人々をおのれに従わせる。
15 ପୁଣି, ସଦାପ୍ରଭୁ ମିସରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟଦେଇ ଗମନ କରାଇବେ।
主はエジプトの海の舌をからし、川の上に手を振って熱い風を吹かせ、その川を打って七つの川となし、くつをぬらさないで渡らせられる。
16 ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେହିପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍‍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ।
その民の残れる者のためにアッスリヤからの大路があり、昔イスラエルがエジプトの国から上ってきた時にあったようになる。

< ଯିଶାଇୟ 11 >