< ଯିଶାଇୟ 12 >

1 ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।”
لەو ڕۆژەدا دەڵێیت: «ئەی یەزدان، ستایشت دەکەم، هەرچەندە لێم تووڕە بوویت، بەڵام تووڕەییەکەت لە من دامرکایەوە و دڵت دامەوە.
2 ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବାଃ ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”
ئەوەتا خودای ڕزگاریی من، دڵنیا دەبم و ناترسم، چونکە یەزدانی پەروەردگار هێز و سروودی منە و ئەو بوو بە ڕزگاریم.»
3 ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ।
بە شادییەوە ئاو دەکێشنەوە لە کانییەکانی ڕزگاری.
4 ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର।
لەو ڕۆژەدا دەڵێن: «ستایشی یەزدان بکەن، ناوی ڕابگەیەنن، وا بکەن کردارەکانی لەنێو گەلاندا زانراو بێت، باسی ئەوە بکەن کە ناوی بەرز بووەتەوە.
5 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ।
گۆرانی بۆ یەزدان بڵێن، چونکە کاری شکۆمەندانەی کردووە، با ئەمە لە هەموو جیهاندا زانراو بێت.
6 ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”
ئەی نیشتەجێی سییۆن دەنگ بەرز بکەرەوە و هاوار بکە! چونکە خودا پیرۆزەکەی ئیسرائیل لەنێوتاندا مەزنە.»

< ଯିଶାଇୟ 12 >