< ଯିଶାଇୟ 13 >

1 ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।
Onus Babylonis, quod vidit Isaias filius Amos.
2 ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର-ଦ୍ୱାରରେ ପ୍ରବେଶ କରନ୍ତୁ।
Super montem caliginosum levate signum, exaltate vocem, levate manum, et ingrediantur portas duces.
3 ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍‍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ।
Ego mandavi sanctificatis meis, et vocavi fortes meos in ira mea, exultantes in gloria mea.
4 ପର୍ବତମାନରେ ମହାଜନତାର ନ୍ୟାୟ ଲୋକସମୂହର ରବ ହେଉଅଛି! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି।
Vox multitudinis in montibus, quasi populorum frequentium: vox sonitus regum, et gentium congregatarum: Dominus exercituum praecepit militiae belli,
5 ସେମାନେ, ଅର୍ଥାତ୍‍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ଡଳର ପ୍ରାନ୍ତଭାଗରୁ ଆସୁଅଛନ୍ତି।
venientibus de terra procul, a summitate caeli: Dominus, et vasa furoris eius, ut disperdat omnem terram.
6 ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ।
Ululate, quia prope est dies Domini: quasi vastitas a Domino veniet.
7 ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ;
Propter hoc, omnes manus dissolventur, et omne cor hominis contabescet,
8 ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।
et conteretur. Torsiones et dolores tenebunt, quasi parturiens, dolebunt: unusquisque ad proximum suum stupebit, facies combustae vultus eorum.
9 ଦେଖ, ଦେଶ ଧ୍ୱଂସ କରିବାକୁ ଓ ତହିଁ ମଧ୍ୟରୁ ପାପୀମାନଙ୍କୁ ବିନାଶ କରିବାକୁ ସଦାପ୍ରଭୁଙ୍କର ଦିନ ଭୟଙ୍କର; କ୍ରୋଧ ଓ ପ୍ରଚଣ୍ଡ କ୍ରୋଧ ସଂଯୁକ୍ତ ହୋଇ ଆସୁଅଛି।
Ecce dies Domini veniet, crudelis, et indignationis plenus, et irae, furorisque ad ponendam terram in solitudinem, et peccatores eius conterendos de ea.
10 କାରଣ ଆକାଶମଣ୍ଡଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ।
Quoniam stellae caeli, et splendor earum non expandent lumen suum: obtenebratus est sol in ortu suo, et luna non splendebit in lumine suo.
11 ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।
Et visitabo super orbis mala, et contra impios iniquitatem eorum, et quiescere faciam superbiam infidelium, et arrogantiam fortium humiliabo.
12 ଆମ୍ଭେ ଉତ୍ତମ ସୁବର୍ଣ୍ଣ ଅପେକ୍ଷା ମର୍ତ୍ତ୍ୟକୁ ଓ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମନୁଷ୍ୟକୁ ଅଳ୍ପ କରିବା।
Pretiosior erit vir auro, et homo mundo obrizo.
13 ଏହେତୁ ଆମ୍ଭେ ଆକାଶମଣ୍ଡଳକୁ କମ୍ପାନ୍ୱିତ କରିବା, ଆଉ ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧର ଦିନରେ ପୃଥିବୀ ଟଳି ସ୍ୱସ୍ଥାନ ଚ୍ୟୁତ ହେବ।
Super hoc caelum turbabo: et movebitur terra de loco suo propter indignationem Domini exercituum, et propter diem irae furoris eius.
14 ତହିଁରେ ଏପରି ଘଟିବ ଯେ, ତାଡ଼ିତ ହରିଣର ନ୍ୟାୟ ଓ ଅରକ୍ଷକ ମେଷ ତୁଲ୍ୟ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ଗୋଷ୍ଠୀ ପ୍ରତି ଫେରିବେ ଓ ପ୍ରତ୍ୟେକେ ଆପଣା ଆପଣା ଦେଶ ଆଡ଼କୁ ପଳାୟନ କରିବେ।
Et erit quasi damula fugiens, et quasi ovis: et non erit qui congreget: unusquisque ad populum suum convertetur, et singuli ad terram suam fugient.
15 ଯେକୌଣସି ଲୋକର ଉଦ୍ଦେଶ୍ୟ ମିଳିବ, ତାହାକୁ ଅସ୍ତ୍ରବିଦ୍ଧ ହେବ ଓ ଯେକୌଣସି ଲୋକକୁ ଧରାଯିବ, ସେ ଖଡ୍ଗରେ ପତିତ ହେବ।
Omnis, qui inventus fuerit, occidetur: et omnis, qui supervenerit, cadet in gladio.
16 ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ; ସେମାନଙ୍କର ଗୃହ ଲୁଟିତ ହେବ ଓ ସେମାନଙ୍କର ଭାର୍ଯ୍ୟାମାନେ ବଳାତ୍କାରରେ ଭ୍ରଷ୍ଟ କରାଯିବେ।
Infantes eorum allidentur in oculis eorum: diripientur domus eorum, et uxores eorum violabuntur.
17 ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ।
Ecce ego suscitabo super eos Medos, qui argentum non quaerant, nec aurum velint:
18 ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ।
sed sagittis parvulos interficient, et lactantibus uteris non miserebuntur, et super filios non parcet oculus eorum.
19 ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲ୍‍ଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ।
Et erit Babylon illa gloriosa in regnis, inclyta superbia Chaldaeorum: sicut subvertit Dominus Sodomam et Gomorrham.
20 ତାହା କଦାପି ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ।
Non habitabitur usque in finem, et non fundabitur usque ad generationem et generationem: nec ponet ibi tentoria Arabs, nec pastores requiescent ibi.
21 ମାତ୍ର ବନ୍ୟ ପଶୁମାନେ ସେହି ସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଓଟପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ।
Sed requiescent ibi bestiae, et replebuntur domus eorum draconibus: et habitabunt ibi struthiones, et pilosi saltabunt ibi:
22 ପୁଣି, କେନ୍ଦୁଆମାନେ ସେମାନଙ୍କ ଅଟ୍ଟାଳିକାରେ ଓ ଶୃଗାଳମାନେ ସେମାନଙ୍କ ମନୋରମ ପ୍ରାସାଦରେ ବୋବାଇବେ; ତାହାର କାଳ ନିକଟବର୍ତ୍ତୀ ଓ ତାହାର ଦିନସବୁ ଦୀର୍ଘ ହେବ ନାହିଁ।
et respondebunt ibi ululae in aedibus eius, et sirenes in delubris voluptatis.

< ଯିଶାଇୟ 13 >