< ଯିଶାଇୟ 13 >
1 ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।
Tamko kuhusu Babeli, ambalo Isaya mtoto wa Amozi alipokea:
2 ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର-ଦ୍ୱାରରେ ପ୍ରବେଶ କରନ୍ତୁ।
Kwenye mlima wa wazi imewekwa bendera ya ishara, lia kwa sauti kwao, wapungie mikono waende kwenye lango la wenye vyeo.
3 ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ।
Nimewamuru watakatifu wangu, ndio, nimewaita watu wangu wenye nguvu kutekeleza asira yangu, na hata watu wangu wanojigmba na kujiinua wenyewe.
4 ପର୍ବତମାନରେ ମହାଜନତାର ନ୍ୟାୟ ଲୋକସମୂହର ରବ ହେଉଅଛି! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି।
Kelele za umati wa watu kwenye milima, za watu wengi! Kelele za ghasiaza ufalme kama mataifa mengi yamekusanyika pamoja! Yahwe wa majeshi anapanga jeshi kwa vita.
5 ସେମାନେ, ଅର୍ଥାତ୍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ଡଳର ପ୍ରାନ୍ତଭାଗରୁ ଆସୁଅଛନ୍ତି।
Wametoka katika nchi ya mbali, kutoka juu ya upeo wa macho. Ni Yahwe na silaha zake za hukumu, kuhiharibu nchi yetu.
6 ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ।
Omboleza maana siku ya Yahwe imekaribia; itakuja na uharibifu kutoka kwa Mwenyenzi.
7 ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ;
Hivyo basi mikono ining'inizwe kama kiwete, na kila moyo ulioyeyuka.
8 ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।
Itawatisha; maumivu na uchungu atawapa wao, kama mwanamke ambaye anajifungua. Watangalia kwa kushangaa kwa kila mmoja mmoja; nyuso zao zitakuwa kama moto.
9 ଦେଖ, ଦେଶ ଧ୍ୱଂସ କରିବାକୁ ଓ ତହିଁ ମଧ୍ୟରୁ ପାପୀମାନଙ୍କୁ ବିନାଶ କରିବାକୁ ସଦାପ୍ରଭୁଙ୍କର ଦିନ ଭୟଙ୍କର; କ୍ରୋଧ ଓ ପ୍ରଚଣ୍ଡ କ୍ରୋଧ ସଂଯୁକ୍ତ ହୋଇ ଆସୁଅଛି।
Tazama, siku za Yahwe zinakuja na laana kali wingi wa hasira, kuifanya nchi yenye ukiwa na kuharibu wenye dhambi katika nchi.
10 କାରଣ ଆକାଶମଣ୍ଡଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ।
Nyota ya mbinguni na matangamano havitatoa nuru yake. Jua litakuwa giza na hata mwenzi hautaangaza.
11 ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।
Nitaihadhibu nchi kwa maovu yake na makosa ya uovu wao. Nitamaliza kiburi cha majivuno na nitawashusha wenye kiburi wasiwe makali.
12 ଆମ୍ଭେ ଉତ୍ତମ ସୁବର୍ଣ୍ଣ ଅପେକ୍ଷା ମର୍ତ୍ତ୍ୟକୁ ଓ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମନୁଷ୍ୟକୁ ଅଳ୍ପ କରିବା।
Nitawafanya watu kuwa nadra zaidi ya dhahabu nzuri na watu kuwa vigumu kupatikana zaidi ya dhahabu safi ya Ofiri.
13 ଏହେତୁ ଆମ୍ଭେ ଆକାଶମଣ୍ଡଳକୁ କମ୍ପାନ୍ୱିତ କରିବା, ଆଉ ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧର ଦିନରେ ପୃଥିବୀ ଟଳି ସ୍ୱସ୍ଥାନ ଚ୍ୟୁତ ହେବ।
Hivyo basi nitazifanya mbingu kutingishika, na dunia itayumba kutoka sehemu iliyoko, Kwa hasira ya Yahwe wa majeshi, na siku ya hasira yake.
14 ତହିଁରେ ଏପରି ଘଟିବ ଯେ, ତାଡ଼ିତ ହରିଣର ନ୍ୟାୟ ଓ ଅରକ୍ଷକ ମେଷ ତୁଲ୍ୟ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ଗୋଷ୍ଠୀ ପ୍ରତି ଫେରିବେ ଓ ପ୍ରତ୍ୟେକେ ଆପଣା ଆପଣା ଦେଶ ଆଡ଼କୁ ପଳାୟନ କରିବେ।
Kama Paa anayewindwa au kama kondoo wasio na mchungaji, kila mtu atageukia watu wake na kukimbia kwenye nchi yake.
15 ଯେକୌଣସି ଲୋକର ଉଦ୍ଦେଶ୍ୟ ମିଳିବ, ତାହାକୁ ଅସ୍ତ୍ରବିଦ୍ଧ ହେବ ଓ ଯେକୌଣସି ଲୋକକୁ ଧରାଯିବ, ସେ ଖଡ୍ଗରେ ପତିତ ହେବ।
Kwa yeyote atakayeonekana atauliwa, na yeyote atakayekamatwa atauliwa kwa upanga.
16 ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ; ସେମାନଙ୍କର ଗୃହ ଲୁଟିତ ହେବ ଓ ସେମାନଙ୍କର ଭାର୍ଯ୍ୟାମାନେ ବଳାତ୍କାରରେ ଭ୍ରଷ୍ଟ କରାଯିବେ।
Watoto wao watakatwa vipandevipande mbele ya macho yao. Nyumba zao zitavamiwa na wake zao watabakwa.
17 ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ।
Tazama, ninakaribia kuwakoroga Wamede ili wawavamie wao, ambao hawaoni maana ya fedha wala furaha ya dhahabu.
18 ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ।
Mishale yao itawachoma vijana wadogo. Hakutakuwa na shimo kwa watoto wao na hawatawacha watoto wao.
19 ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲ୍ଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ।
Na Babali ufalme unaovutia zaidi, fahari ya mapambo ya wakaldyo, itaangamizwa na Mungu kama Sodoma na Gomora.
20 ତାହା କଦାପି ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ।
Hapatakuwa na wenyeji wala wakazi kutoka kizazi kimoja hadi kizazi kingine. Mwarabu atapiga hema lake uko wala wachungaji hawatalaza mifugo yao pale.
21 ମାତ୍ର ବନ୍ୟ ପଶୁମାନେ ସେହି ସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଓଟପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ।
Lakini wanyama pori wa jangwani watalala pale. Nyumba zao zitajaa bundi; na mbuni watakaa huko na mbuzi pori wataruka pale.
22 ପୁଣି, କେନ୍ଦୁଆମାନେ ସେମାନଙ୍କ ଅଟ୍ଟାଳିକାରେ ଓ ଶୃଗାଳମାନେ ସେମାନଙ୍କ ମନୋରମ ପ୍ରାସାଦରେ ବୋବାଇବେ; ତାହାର କାଳ ନିକଟବର୍ତ୍ତୀ ଓ ତାହାର ଦିନସବୁ ଦୀର୍ଘ ହେବ ନାହିଁ।
Fisi watalia kwenye ngome yao, na mbeha katika maeneo yao mazuri. Mda wao umekaribia, na siku zao hazitachelewa.