< ଯିଶାଇୟ 14 >
1 କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ।
ヱホバ、ヤコブを憐みイスラエルをふたたび撰びて之をおのれの地におきたまはん 異邦人これに加りてヤコブの家にむすびつらなるべし
2 ପୁଣି, ନାନା ଗୋଷ୍ଠୀୟ ଲୋକମାନେ ସେମାନଙ୍କୁ ନେଇ ସେମାନଙ୍କ ନିଜ ସ୍ଥାନରେ ପହଞ୍ଚାଇ ଦେବେ; ଆଉ, ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ଦେଶରେ ସେମାନଙ୍କୁ ଦାସଦାସୀ ରୂପେ ଅଧିକାର କରିବେ; ପୁଣି, ସେମାନେ ଯେଉଁମାନଙ୍କର ବନ୍ଦୀ ହୋଇଥିଲେ, ସେମାନଙ୍କୁ ବନ୍ଦୀ କରି ନେବେ ଓ ସେମାନେ ଆପଣା ଉପଦ୍ରବକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।
もろもろの民はかれらをその處にたづさへいたらん而してイスラエルの家はヱホバの地にてこれを奴婢となし曩におのれを虜にしたるものを虜にし おのれを虐げたるものを治めん
3 ପୁଣି, ଯେଉଁ ଦିନ ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଦୁଃଖ ଓ କ୍ଲେଶରୁ ଓ ଯେଉଁ କଠୋର ଦାସତ୍ୱରେ ତୁମ୍ଭକୁ ଦାସ୍ୟକର୍ମ କରିବାକୁ ହେଲା, ତହିଁରୁ ବିଶ୍ରାମ ଦେବେ,
ヱホバなんぢの憂と艱難とをのぞき 亦なんぢが勤むるからき役をのぞきて安息をたまふの日
4 ସେହି ଦିନ ତୁମ୍ଭେ ବାବିଲ ରାଜା ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା ନେଇ କହିବ, ଯଥା, “ଉପଦ୍ରବକାରୀ କିପରି ଶେଷ ହୋଇଅଛି! ସୁବର୍ଣ୍ଣ ନଗରୀ କିପରି ଶେଷ ହୋଇଅଛି!
なんぢこの歌をとなへバビロン王をせめていはん虐ぐる者いかにして息みしや 金をはたる者いかにして息みしやと
5 ଯେଉଁମାନେ କୋପରେ ନାନା ଗୋଷ୍ଠୀକୁ ଅନବରତ ଆଘାତ କଲେ ଓ ନାନା ଦେଶୀୟ ଲୋକଙ୍କୁ କ୍ରୋଧରେ ଶାସନ କରି ଅନିବାରିତ ରୂପେ ତାଡ଼ନା କଲେ,
ヱホバあしきものの笞ともろもろの有司の杖とををりたまへり
6 ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତାମାନଙ୍କ ରାଜଦଣ୍ଡ ଭାଙ୍ଗି ପକାଇଅଛନ୍ତି।
かれらは怒をもてもろもろの民をたえず撃てはうち 忿恚をもてもろもろの國ををさむれど その暴虐をとどむる者なかりき
7 ସମୁଦାୟ ପୃଥିବୀ ଶାନ୍ତ ଓ ସୁସ୍ଥିର ହୋଇଅଛି; ସେମାନେ ଆନନ୍ଦରେ ଗାନ କରୁଅଛନ୍ତି।
今は全地やすみを得おだやかを得 ことごとく聲をあげてうたふ
8 ହଁ, ଦେବଦାରୁ ଓ ଲିବାନୋନର ଏରସ ବୃକ୍ଷସକଳ ତୁମ୍ଭ ବିଷୟରେ ଆନନ୍ଦ କରି କହନ୍ତି, ‘ତୁମ୍ଭେ ଭୂମିସାତ୍ ହେବାଠାରୁ କୌଣସି ଛେଦନକର୍ତ୍ତା ଆମ୍ଭମାନଙ୍କ ପ୍ରତିକୂଳରେ ଆସି ନାହିଁ।’
實にまつの樹およびレバノンの香柏さへもなんぢの故により歡びていふ 汝すでに仆たれば樵夫のぼりきたりてわれらを攻ることなしと
9 ତୁମ୍ଭ ଆଗମନ ସମୟରେ ତୁମ୍ଭ ସଙ୍ଗେ ସାକ୍ଷାତ କରିବା ପାଇଁ ଅଧଃସ୍ଥ ପାତାଳ ଚାଳିତ ହୁଏ; ତାହା ତୁମ୍ଭ ନିମନ୍ତେ ମୃତମାନଙ୍କୁ, ପୃଥିବୀର ପ୍ରଧାନମାନଙ୍କୁ ହିଁ ଜଗାଏ; ତାହା ଗୋଷ୍ଠୀବର୍ଗର ରାଜାସକଳକୁ ସେମାନଙ୍କ ସିଂହାସନରୁ ଉଠାଇଅଛି। (Sheol )
下の陰府はなんぢの故により動きて汝のきたるをむかへ世のもろもろの英雄の亡靈をおこし國々のもろもろの王をその位より起おこらしむ (Sheol )
10 ସେମାନେ ସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ‘ତୁମ୍ଭେ ମଧ୍ୟ କʼଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ? ତୁମ୍ଭେ କʼଣ ଆମ୍ଭମାନଙ୍କର ସମାନ ହେଲ?’
かれらは皆なんぢに告ていはん 汝もわれらのごとく弱くなりしや 汝もわれらと同じくなりしやと
11 ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି। (Sheol )
なんぢの榮華となんぢの琴の音はすでに陰府におちたり 蛆なんぢの下にしかれ蚯蚓なんぢをおほふ (Sheol )
12 ହେ ପ୍ରଭାତୀତାରା, ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ!
あしたの子明星よいかにして天より隕しや もろもろの國をたふしし者よいかにして斫れて地にたふれしや
13 ପୁଣି, ତୁମ୍ଭେ ମନେ ମନେ କହିଥିଲ, ‘ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଊର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;
汝さきに心中におもへらく われ天にのぼり我くらゐを神の星のうへにあげ北の極なる集會の山にざし
14 ଆମ୍ଭେ ମେଘମାଳର ଉଚ୍ଚସ୍ଥଳୀର ଊର୍ଦ୍ଧ୍ୱକୁ ଆରୋହଣ କରିବା; ଆମ୍ଭେ ସର୍ବୋପରିସ୍ଥଙ୍କର ତୁଲ୍ୟ ହେବା।’
たかき雲漢にのぼり至上者のごとくなるべしと
15 ମାତ୍ର ତୁମ୍ଭେ ପାତାଳକୁ, ଗର୍ତ୍ତର ପ୍ରାନ୍ତ ସୀମାକୁ ଅବରୋହିତ ହେବ। (Sheol )
然どなんぢは陰府におとされ坑の最下にいれられん (Sheol )
16 ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ‘ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା;
なんぢを見るものは熟々なんぢを視なんぢに目をとめていはん この人は地をふるはせ列國をうごかし
17 ଯେ ଜଗତକୁ ଅରଣ୍ୟ ତୁଲ୍ୟ କଲା ଓ ତହିଁର ନଗରସମୂହକୁ ଉତ୍ପାଟନ କଲା; ଯେ ଆପଣା ବନ୍ଦୀଗଣକୁ ସେମାନଙ୍କ ଗୃହକୁ ଯିବାକୁ ଛାଡ଼ିଲା ନାହିଁ, ସେ କି ଏହି ପୁରୁଷ?’
世を荒野のごとくし もろもろの邑をこぼち 捕へたるものをその家にときかへさざりしものなるかと
18 ଗୋଷ୍ଠୀବର୍ଗର ରାଜାଗଣ, ସେମାନଙ୍କର ସମସ୍ତେ ହିଁ, ସମ୍ଭ୍ରମରେ ଆପଣା ଆପଣା ଗୃହରେ ଶୟନ କରୁଅଛନ୍ତି।
もろもろの國の王たちはことごとく皆たふとき狀にておのおのその家にねぶる
19 ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ।
然どなんぢは忌きらふべき枝のごとく おのが墓のそとにすてられその周圍には劍にて刺ころされ坑におろされ 石におほはれたる者ありて踐つけらるる屍にことならず
20 ତୁମ୍ଭେ ସେମାନଙ୍କ ସଙ୍ଗେ କବରସ୍ଥ ହେବ ନାହିଁ, କାରଣ ତୁମ୍ଭେ ଆପଣା ଦେଶ ଉଚ୍ଛିନ୍ନ କରିଅଛ, ତୁମ୍ଭେ ଆପଣା ଲୋକମାନଙ୍କୁ ବଧ କରିଅଛ, କୁକ୍ରିୟାକାରୀମାନଙ୍କ ବଂଶର ନାମ ଅନନ୍ତକାଳ ଉଲ୍ଲିଖିତ ହେବ ନାହିଁ।
汝おのれの國をほろぼし おのれの民をころししが故に かれらとおなじく葬らるることあたはず それ惡をおこなふものの裔はとこしへに名をよばるることなかるべし
21 ତାହାର ସନ୍ତାନଗଣ ଉଠି ଯେପରି ପୃଥିବୀ ଅଧିକାର ନ କରନ୍ତି ଓ ଜଗତକୁ ନଗରରେ ପରିପୂର୍ଣ୍ଣ ନ କରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପୂର୍ବପୁରୁଷଗଣର ଅପରାଧ ସକାଶୁ ସେମାନଙ୍କ ପାଇଁ ହତ୍ୟାସ୍ଥାନ ପ୍ରସ୍ତୁତ କର।”
先祖のよこしまの故をもて その子孫のために戮場をそなへ 彼等をしてたちて地をとり世界のおもてに邑をみたすことなからしめよ
22 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଉଠିବା, ସଦାପ୍ରଭୁ କହନ୍ତି, ଆମ୍ଭେ ବାବିଲରୁ ନାମ ଓ ଅବଶିଷ୍ଟାଂଶ, ପୁତ୍ର ଓ ପୌତ୍ର, ଉଚ୍ଛିନ୍ନ କରିବା,”
萬軍のヱホバのたまはく 我立てかれらを攻めバビロンよりその名と遺りたるものとを絶滅し その子その孫をたちほろぼさんと これヱホバの聖言なり
23 ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡୁ ଦ୍ୱାରା ତାହାକୁ ଝାଡ଼ି ପକାଇବା।”
われバビロンを刺蝟のすみかとし沼とし且ほろびの箒をもてこれを掃除かんと これ萬軍のヱホバのみことばなり
24 ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, “ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେହିପରି ସ୍ଥିର ହେବ;
萬軍のヱホバ誓をたてて言給はくわがおもひし事はかならず成 わがさだめし事はかならず立ん
25 ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ।”
われアツスリヤ人をわが地にてうちやぶり わが山々にてふみにじらん ここにおいて彼がおきし軛はイスラエル人よりはなれ 彼がおはせし重負はイスラエル人の肩よりはなるべし
26 ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି।
これは全地のことにつきて定めたる謀略なり 是はもろもろの國のうへに伸したる手なり
27 କାରଣ ସୈନ୍ୟାଧିପତି ସଦାପ୍ରଭୁ ମନ୍ତ୍ରଣା କରିଅଛନ୍ତି, ଆଉ ତାହା କିଏ ଅନ୍ୟଥା କରିବ? ଓ ତାହାଙ୍କର ହସ୍ତ ବିସ୍ତାରିତ ହୋଇଅଛି, ଆଉ କିଏ ତାହା ଫେରାଇବ?
萬軍のヱホバさだめたまへり誰かこれを破ることを得んや その手をのばしたまへり誰かこれを押返すことを得んや
28 ଯେଉଁ ବର୍ଷରେ ଆହସ୍ ରାଜାଙ୍କର ମୃତ୍ୟୁୁ ହେଲା, ସେହି ବର୍ଷର ଏହି ଭାବବାଣୀ।
アハズ王の死たる年おもにの預言ありき
29 “ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ।
曰く ペリシテの全地よなんぢをうちし杖をれたればとて喜ぶなかれ 蛇の根より蝮いでその果はとびかける巨蛇となるべければなり
30 ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ।
いと貧しきものはものくひ乏しきものは安然にふさん われ饑饉をもてなんぢの根をしなせ汝がのこれる者をころすべし
31 ହେ ନଗର-ଦ୍ୱାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ।”
門よなげけ邑よさけべ ペリシテよなんぢの全地きえうせたり そはけぶり北よりいできたり その軍兵の列におくるるものなし
32 ଆଉ, ଏହି ଗୋଷ୍ଠୀର ଦୂତଗଣକୁ କି ଉତ୍ତର ଦିଆଯିବ? ଏହି ଯେ, “ସଦାପ୍ରଭୁ ସିୟୋନର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତହିଁ ମଧ୍ୟରେ ତାହାଙ୍କର ଦୁଃଖଗ୍ରସ୍ତ ଲୋକମାନେ ଆଶ୍ରୟ ନିଅନ୍ତି।”
その國の使者たちに何とこたふべきや 答へていはん ヱホバ、シオンの基をおきたまへり その民のなかの苦しむものは避所をこの中にえん