< ଯିଶାଇୟ 15 >
1 ମୋୟାବ ବିଷୟକ ଭବିଷ୍ୟତବାଣୀ। ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।
Uthenga wonena za Mowabu: Popeza kuti mu usiku umodzi wokha mzinda wa Ari wa ku Mowabu wawonongedwa, wawonongedwa pa usiku umodzi wokha. Mzinda wa Kiri wawonongedwa, wawonongedwa pa usiku umodzi wokha.
2 ସେ ରୋଦନ କରିବା ପାଇଁ ବୈଥତ୍କୁ ଓ ଦୀବୋନ୍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।
Anthu a ku Diboni akupita ku nyumba ya milungu yawo, akupita ku malo awo achipembedzo kukalira; anthu a ku Mowabu akulirira mofuwula mzinda wa Nebo ndi wa Medeba. Mutu uliwonse wametedwa mpala, ndipo ndevu zonse zametedwa.
3 ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି।
Mʼmisewu akuvala ziguduli; pa madenga ndi mʼmabwalo aliyense akulira mofuwula, misozi ili pupupu.
4 ହିଷ୍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି।
Anthu a ku Hesiboni ndi Eleali akulira mofuwula, mawu awo akumveka mpaka ku Yahazi. Kotero asilikali a ku Mowabu akulira mofuwula, ndipo ataya mtima.
5 ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର ପର୍ଯ୍ୟନ୍ତ ଇଗ୍ଲତ୍-ଶଲୀଶୀୟାକୁ ପଳାଉଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।
Inenso ndikulirira Mowabu; chifukwa othawa nkhondo ake akupita akulira ku chikweza cha Luluti mpaka ku Zowari ndi Egilati-Selisiya akupita akulira ku chikweza cha Luhiti, Akulira mosweka mtima pa njira yopita ku Horonaimu; akulira mosweka mtima chifukwa cha chiwonongeko chawo.
6 କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍ବର୍ଣ୍ଣର କିଛି ହିଁ ନାହିଁ।
Madzi a ku Nimurimu aphwa ndipo udzu wauma; zomera zawonongeka ndipo palibe chomera chobiriwira chatsala.
7 ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇଯିବେ।
Kotero kuti chuma chomwe anachipeza ndi kuchisunga, achitenga kuti awoloke nacho chigwembe cha Misondozi.
8 କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍ ପର୍ଯ୍ୟନ୍ତ ଯାଇଅଛି।
Kulira kwawo kukumveka mʼdziko lonse la Mowabu; kulira kwawo kosweka mtima kukumveka mpaka ku Egilaimu ndi Beeri-Elimu.
9 କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା।
Madzi a ku Dimoni afiira ndi magazi, komabe ndidzabweretsa zina zambiri pa Dimoni, mkango woti udzagwire aliyense othawa mu Mowabu ndi aliyense wotsala mʼdzikomo.