< ଯିଶାଇୟ 15 >

1 ମୋୟାବ ବିଷୟକ ଭବିଷ୍ୟତବାଣୀ। ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍‍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।
The burden of Moab: For in the night of being laid waste, Ar of Moab is destroyed; for in the night of being laid waste, Kir of Moab is destroyed!
2 ସେ ରୋଦନ କରିବା ପାଇଁ ବୈଥତ୍‍କୁ ଓ ଦୀବୋନ୍‍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।
He is gone up to Bajith, and to Dibon, to the high places, to weep; Moab howleth over Nebo, and over Medeba; on all their heads is baldness, every beard is cut off.
3 ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି।
In their streets they are girded with sackcloth; on their roofs, and in their broadways, every one howleth, melted into tears.
4 ହିଷ୍‍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି।
And Heshbon crieth, and Elealeh: their voice is heard unto Jahaz. Therefore the armed men of Moab cry out: his soul trembleth in him.
5 ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର ପର୍ଯ୍ୟନ୍ତ ଇଗ୍ଲତ୍‍-ଶଲୀଶୀୟାକୁ ପଳାଉଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।
My heart crieth out for Moab; their fugitives [have fled] unto Zoar, unto Eglath-Sheli-shijah: for by the ascent of Luhith, with weeping they go up by it; for in the way of Horonaim they raise up a cry of destruction.
6 କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍‍ବର୍ଣ୍ଣର କିଛି ହିଁ ନାହିଁ।
For the waters of Nimrim shall be desolate; for the herbage is withered away, the grass hath failed, there is no green thing.
7 ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇଯିବେ।
Therefore the abundance they have gotten, and that which they have laid up, do they carry away to the torrent of the willows.
8 କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍‍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍‍ ପର୍ଯ୍ୟନ୍ତ ଯାଇଅଛି।
For the cry goeth round about the borders of Moab; the howling thereof unto Eglaim, and the howling thereof unto Beer-elim.
9 କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା।
For the waters of Dimon are full of blood, for I will lay yet more upon Dimon: a lion upon them that are escaped of Moab, and upon that which remaineth of the land.

< ଯିଶାଇୟ 15 >