< ଯିଶାଇୟ 15 >
1 ମୋୟାବ ବିଷୟକ ଭବିଷ୍ୟତବାଣୀ। ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।
Нощию погибнет Моавитска земля, нощию бо погибнет стена Моавитская.
2 ସେ ରୋଦନ କରିବା ପାଇଁ ବୈଥତ୍କୁ ଓ ଦୀବୋନ୍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।
Плачитеся о себе, погибнет бо и Дивон, идеже требище ваше: тамо взыдете плакатися над Нававом Моавитским. Плачитеся, на всяцей главе плешь, вся мышцы обсечены,
3 ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି।
на стогнах его препояшитеся во вретища, и восплачитеся на храминах его и на улицах его и на стогнах его, вси возрыдайте с плачем.
4 ହିଷ୍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି।
Яко возопи Есевон и Елеала, даже до Иассы услышася глас их: сего ради чресла Моавитиды вопиют, душа ея увесть.
5 ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର ପର୍ଯ୍ୟନ୍ତ ଇଗ୍ଲତ୍-ଶଲୀଶୀୟାକୁ ପଳାଉଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।
Сердце Моавитиды вопиет в ней даже до Сигора: юница бо есть трилетна. В возшествии же Луифа к тебе плачущеся взыдут путем Арониимлим: вопиет сотрение и трус.
6 କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍ବର୍ଣ୍ଣର କିଛି ହିଁ ନାହିଁ।
Вода Немримля пуста будет, и трава ея оскудеет: травы бо зелены не будет.
7 ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇଯିବେ।
Еда и сице спасется? Наведу бо на дебрь Аравлян, и возмут ю:
8 କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍ ପର୍ଯ୍ୟନ୍ତ ଯାଇଅଛି।
прейде бо вопль предел земли Моавитския до Агаллима, и плачь ея даже до Кладязя Елимля.
9 କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା।
Вода бо Димоня наполнится крове: наведу бо на Димона Аравляны, и возму семя Моавле и Ариилево и останок Адаминь.