< ଯିଶାଇୟ 16 >
1 ତୁମ୍ଭେମାନେ ପ୍ରାନ୍ତର ଅଭିମୁଖସ୍ଥ ସେଲା ସହରଠାରୁ ଦେଶାଧ୍ୟକ୍ଷ ନିମନ୍ତେ ସିୟୋନ କନ୍ୟାର ପର୍ବତକୁ ମେଷ ପଠାଅ।
Von Sela schickt zum Sionsberg den Sohn des Landesfürsten durch die Wüste!
2 କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ।
"Die Moabstöchter an den Arnonfurten gleichen", so soll er sprechen, "aus dem Nest verscheuchten Vögeln.
3 ମନ୍ତ୍ରଣା ଦିଅ, ବିଚାର କର; ମଧ୍ୟାହ୍ନ କାଳର ଆପଣା ଛାୟାକୁ ରାତ୍ରି ତୁଲ୍ୟ କର; ବହିଷ୍କୃତ ଲୋକମାନଙ୍କୁ ଲୁଚାଅ; ଭ୍ରମଣକାରୀମାନଙ୍କୁ ପ୍ରକାଶ କର ନାହିଁ।
Helft mit gutem Rat! Erfüllt die Bitte: Mach am hohen Mittag deine Schatten gleich der Nacht! Verstecke die Vertriebenen! Die Flüchtigen verrate nicht!
4 ଆମ୍ଭର ବହିଷ୍କୃତ ଲୋକମାନଙ୍କୁ ତୁମ୍ଭ ସଙ୍ଗରେ ବାସ କରିବାକୁ ଦିଅ; ବିନାଶକାରୀର ସମ୍ମୁଖରୁ ତୁମ୍ଭେ ମୋୟାବର ପାଇଁ ଆଶ୍ରୟ ସ୍ଥାନ ହୁଅ; କାରଣ ପୀଡ଼କ ମହାଜନ ଅକିଞ୍ଚିତ ହୋଇଅଛି, ଅପକାର ନିବୃତ୍ତ ହେଉଅଛି, ଦୌରାତ୍ମ୍ୟକାରୀମାନେ ଦେଶରୁ ସଂହାରିତ ହେଉଅଛନ୍ତି।
Ach! Dürften die Versprengten Moabs bei dir weilen! Sei ihnen Schutz vor dem Verwüster, bis vorüber die Bedrückung und die Verwüstung überstanden und die Zerstörer aus dem Land verschwunden sind!
5 ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ବୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ; ସେ ନ୍ୟାୟ ଅନ୍ଵେଷଣ କରି ବିଚାର କରିବେ ଓ ଧର୍ମ ସାଧନ କରିବାରେ ସତ୍ୱର ହେବେ।
Durch solche Güte wird der Thron befestigt; dann thront in Davids Zelt gewiß ein Richter, der des Rechtes sich befleißt und willig ist zum Edelmut."
6 ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟନ୍ତ ଗର୍ବୀ, ତାହାର ଅହଙ୍କାର ଓ ତାହାର ଗର୍ବ ଓ ତାହାର କୋପର କଥା ଶୁଣିଅଛୁ; ତାହାର ଦର୍ପ କିଛି ହିଁ ନୁହେଁ।
"Wir haben es vernommen", wird man sagen. -"Die Frechheit Moabs war stets groß, sein Stolz, sein Übermut, sein herrisches Gehaben, sein ungeziemendes Geschwätz.
7 ଏହେତୁ ମୋୟାବ ମୋୟାବର ନିମନ୍ତେ ହାହାକାର କରିବ, ପ୍ରତ୍ୟେକ ଲୋକ ହାହାକାର କରିବ; କାରଣ ତୁମ୍ଭେମାନେ ଅତ୍ୟନ୍ତ ଦୁଃଖିତ ହୋଇ କୀର-ହେରସତ ସହରର ଦ୍ରାକ୍ଷାଚକ୍ତି ନିମନ୍ତେ ବିଳାପ କରିବ।
Drum mag auch Moab über Moab jammern; das ganze Land mag jammern über Kir Charesets Traubenkuchen! Mögt ihr nur mutlos werden, ganz zerschlagen!
8 ଯେହେତୁ ହିଷ୍ବୋନ ସହରର କ୍ଷେତ୍ରସବୁ ଓ ସିବ୍ମା ନଗରର ଦ୍ରାକ୍ଷାଲତା ମ୍ଳାନ ହେଉଅଛି; ଗୋଷ୍ଠୀବର୍ଗର ଅଧ୍ୟକ୍ଷଗଣ ତହିଁର ମନୋନୀତ ଚାରାସବୁ ଭାଙ୍ଗି ପକାଇଅଛନ୍ତି; ସେହି ସବୁ ଯାସେର ନଗର ପର୍ଯ୍ୟନ୍ତ ଗଲେ, ପ୍ରାନ୍ତର ପର୍ଯ୍ୟନ୍ତ ଏଣେତେଣେ ଗଲେ; ତାହାର ଶାଖାସବୁ ଚାରିଆଡ଼େ ବିସ୍ତୃତ ହେଲା, ସେହି ସବୁ ସମୁଦ୍ର ପାର ହୋଇଗଲେ।
Ja! Die Gefilde Hesbons sind gewesen; gewesen Sibmas Weinstock, dessen Edelreben bis zum Heidenbaala reichten und bis nach Jazer langten, sich durch die Wüste schlangen, und dessen Ranken sich noch weiter dehnten und übers Meer selbst gingen.
9 ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ସିବ୍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଷ୍ବୋନ, ହେ ଇଲୀୟାଲୀ ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବା; କାରଣ ତୁମ୍ଭର ଗ୍ରୀଷ୍ମକାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ୱନି ପଡ଼ିଅଛି।
Ich weine deshalb um den Weinstock Sibmas, daß man's in Jazer hört. Ich weine, Hesbon und Elale, heftig über dich. In deinen Sommer und in deinen Herbst ist ein gar rauher Klang gedrungen.
10 ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ୱନି ହେବ ନାହିଁ; କେହି ପଦ ଦ୍ୱାରା ଚାପି ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦଧ୍ୱନି ନିବୃତ୍ତ କରିଅଛୁ।
Weg aus dem Gartenland ist Freud und Jubel, und in den Weinbergen wird nicht gesungen, nicht gejauchzt. Nicht keltert Wein, wer sonst gekeltert. Verstummen lasse ich das Kelterlied.
11 ଏହି କାରଣରୁ ଆମ୍ଭର ନାଡ଼ୀ ମୋୟାବର ପାଇଁ ଓ ଆମ୍ଭର ଅନ୍ତର କୀର୍ହେରସର ପାଇଁ ବୀଣା ପରି ବାଜୁଅଛି।
Mein Inneres seufzt deshalb einer Zither gleich; mein Herz seufzt über Kir Chareset.
12 ପୁଣି, ମୋୟାବ ଆପେ ଉପସ୍ଥିତ ହେବା ବେଳେ ଓ ଉଚ୍ଚସ୍ଥଳୀରେ ଆପଣାକୁ କ୍ଳାନ୍ତ କରି ପ୍ରାର୍ଥନା କରିବା ପାଇଁ ଧର୍ମଧାମରେ ପ୍ରବେଶ କରିବା ବେଳେ ସେ କୃତାର୍ଥ ହେବ ନାହିଁ।
Mag Moab offenkundig sich zur Höhe müde laufen, in seinen Tempel zum Gebete gehn, es richtet doch nichts aus."
13 ବିଗତ ସମୟରେ ସଦାପ୍ରଭୁ ମୋୟାବ ବିଷୟରେ ଏହି କଥା କହିଥିଲେ।
Das ist das Wort, das über Moab einst der Herr geredet.
14 ମାତ୍ର ଏବେ ସଦାପ୍ରଭୁ ଏହି କଥା କହନ୍ତି, “ବେତନଜୀବୀର ବର୍ଷ ତୁଲ୍ୟ ତିନି ବର୍ଷ ମଧ୍ୟରେ ମୋୟାବର ଗୌରବ ତାହାର ମହାଜନତା ସୁଦ୍ଧା ତୁଚ୍ଛୀକୃତ ହେବ, ଆଉ ଅବଶିଷ୍ଟାଂଶ ଅତି ଅଳ୍ପ ହେବ ଓ ଗଣନାଯୋଗ୍ୟ ହେବ ନାହିଁ।”
Jetzt aber redet so der Herr: - "In noch drei Jahren, gerechnet nach Taglöhners Jahren, wird Moabs Adel zugleich verringert mit der ganzen großen Masse. Was übrigbleibt, wird unbedeutend wenig, wird ohnmächtig sein."