< ଯିଶାଇୟ 17 >

1 ଦମ୍ମେଶକ ବିଷୟକ ଭାବବାଣୀ। ଦେଖ, ଦମ୍ମେଶକ ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ।
The burden of Damascus. Behold, Damascus is taken away from [being] a city, And it has been a heap—a ruin.
2 ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେହି ସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।
The cities of Aroer are forsaken, They are for droves, and they have lain down, And there is none troubling.
3 ଆହୁରି, ଇଫ୍ରୟିମରୁ ଦୁର୍ଗ ଓ ଦମ୍ମେଶକରୁ ରାଜ୍ୟ ଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହେବ; ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେହି ସବୁ ଇସ୍ରାଏଲ-ସନ୍ତାନଗଣର ଗୌରବ ତୁଲ୍ୟ ହେବ।
And the fortress has ceased from Ephraim, And the kingdom from Damascus, And the remnant of Aram are as the glory of the sons of Israel, A declaration of YHWH of Hosts!
4 ଆଉ, ସେହି ଦିନରେ ଯାକୁବର ଗୌରବ ହ୍ରାସ କରାଯିବ ଓ ତାହାର ମାଂସର ସ୍ଥୂଳତା କ୍ଷୀଣ ହେବ;
And it has come to pass in that day, The glory of Jacob waxes poor, And the fatness of his flesh waxes lean.
5 ଆଉ, ଯେପରି ଶସ୍ୟ କାଟିବା ଲୋକ କ୍ଷେତ୍ରସ୍ଥ ଶସ୍ୟ ସଂଗ୍ରହ କରିବା ବେଳେ ଓ ତାହାର ହସ୍ତ ଶିଷା କାଟିବା ବେଳେ, କିଅବା ଯେପରି କେହି ରଫାୟୀମ ତଳଭୂମିରେ ପତିତ ଶିଷା ସାଉଣ୍ଟିବା ବେଳେ ହୁଏ, ସେହିପରି ହେବ।
And it has come to pass, As the gathering of the standing grain by the reaper, And his arm reaps the ears, And it has come to pass, As the gathering of the ears in the Valley of Rephaim,
6 ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେ ଦୁଇ ତିନି ଗୋଟା ଫଳ ଓ ଫଳବାନ ବୃକ୍ଷର ବାହାରସ୍ଥ ଶାଖାରେ ଚାରି ପାଞ୍ଚ ଗୋଟା ଫଳ ଥାଏ, ସେହିପରି ତାହାର କିଛି ଅବଶିଷ୍ଟ ରହିବ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି।
And gleanings have been left in him, As the surrounding of an olive, Two—three berries on the top of a branch, Four—five on the fruitful boughs, A declaration of YHWH, God of Israel!
7 ସେହି ଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ଦୃଷ୍ଟି ରଖିବ।
In that day man looks to His Maker, Indeed, his eyes look to the Holy One of Israel,
8 ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ।
And he does not look to the altars. The work of his own hands, And that which his own fingers made, He does not see—the Asherim and the images.
9 ସେହି ଦିନ ତାହାର ଦୃଢ଼ ନଗରସବୁ ଇସ୍ରାଏଲ-ସନ୍ତାନଗଣର ଭୟରେ ବନସ୍ଥ ଓ ପର୍ବତର ଉପରିସ୍ଥ ପରିତ୍ୟକ୍ତ ସ୍ଥାନ ତୁଲ୍ୟ ହେବ ଓ ଦେଶ ଉଚ୍ଛିନ୍ନ ହେବ।
In that day the cities of his strength are As the forsaken thing of the forest, And the branch that they have left, Because of the sons of Israel, It has also been a desolation.
10 କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ୱରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ୱରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ;
Because you have forgotten the God of your salvation, And have not remembered the Rock of your strength, Therefore you plant plants of pleasantness, And sow it with a strange shoot,
11 ତୁମ୍ଭେ ରୋପଣ କରିବା ଦିନ ତହିଁର ଚାରିଆଡ଼େ ବାଡ଼ ଦେଉଅଛ ଓ ପ୍ରାତଃକାଳରେ ତୁମ୍ଭେ ଆପଣା ବୀଜକୁ ପୁଷ୍ପିତ କରାଉଅଛ; ମାତ୍ର ଦୁଃଖ ଓ ପ୍ରତିକାରହୀନ ଶୋକ ସମୟରେ ଫଳ ଉଡ଼ିଯାଏ।
You cause your plant to become great in the day, And make your seed to flourish in the morning, The harvest [is] a heap in a day of overflowing, And of mortal pain.
12 ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି!
Woe [to] the multitude of many peoples, They sound as the sounding of seas; And the roaring of nations, As the roaring of mighty waters [that] make a crashing.
13 ନାନା ଦେଶୀୟଗଣ, ମହାଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ଡ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ।
Nations crash as the roaring of many waters, And He rebuked them, And they fled far off, And were pursued as chaff of hills before wind, And as a rolling thing before a windstorm.
14 ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି। ଆମ୍ଭମାନଙ୍କ ଲୁଟିତକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି।
At evening, behold, terror, before morning it is not, This [is] the portion of our spoilers, And the lot of our plunderers!

< ଯିଶାଇୟ 17 >