< ଯିଶାଇୟ 18 >

1 ଆଃ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶବ୍ଦବିଶିଷ୍ଟ ଦେଶ;
Ah, the land of the rustling of wings, which is beyond the rivers of Ethiopia,
2 ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦ-ନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅ!
that sends ambassadors by the sea, even in vessels of papyrus upon the waters, saying, Go, ye swift messengers, to a nation tall and smooth, to a people fearful from their beginning onward, a nation that metes out and treads down, whose land the rivers divide!
3 ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ୱଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର।
All ye inhabitants of the world, and ye dwellers on the earth, when an ensign is lifted up on the mountains, see ye, and when the trumpet is blown, hear ye.
4 କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, “ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷାନ୍ତ ହେବା ଓ ଆପଣା ବାସ ସ୍ଥାନରେ ଥାଇ ନିରୀକ୍ଷଣ କରିବା।”
For thus Jehovah has said to me, I will be still, and I will behold in my dwelling-place, like clear heat in sunshine, like a cloud of dew in the heat of harvest.
5 ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ଓ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେ ସେ ଦାଆ ନେଇ ତହିଁର ପଲ୍ଲବ କାଟି ପକାଇବେ ଓ ତହିଁର ବିସ୍ତାରିତ ଶାଖାସବୁ ଛେଦନ କରି ପକାଇବେ।
For before the harvest, when the blossom is over, and the flower becomes a ripening grape, he will cut off the sprigs with pruning-hooks, and he will take away and cut down the spreading branches.
6 ପର୍ବତସ୍ଥ ଦୁରନ୍ତ ପକ୍ଷୀଗଣ ଓ ପୃଥିବୀର ପଶୁଗଣ ନିମନ୍ତେ ସେହି ସବୁ ପରିତ୍ୟକ୍ତ ହେବ; ଦୁରନ୍ତ ପକ୍ଷୀଗଣ ତହିଁ ଉପରେ ଗ୍ରୀଷ୍ମକାଳ କ୍ଷେପଣ କରିବେ ଓ ପୃଥିବୀର ପଶୁସବୁ ତହିଁ ଉପରେ ଶୀତକାଳ କ୍ଷେପଣ କରିବେ।
They shall be left together to the ravenous birds of the mountains, and to the beasts of the earth. And the ravenous birds shall summer upon them, and all the beasts of the earth shall winter upon them.
7 ସେହି ସମୟରେ ଦୀର୍ଘକାୟ ଓ ଚିକ୍କଣ ଓ ଅଦ୍ୟାବଧି ଭୟଙ୍କର ଏକ ଗୋଷ୍ଠୀୟ ଲୋକେ; ଯେଉଁମାନେ ପରିମାଣ କରନ୍ତି ଓ ପଦ ତଳେ ଦଳିତ କରନ୍ତି, ଯେଉଁମାନଙ୍କର ଦେଶ ନଦ-ନଦୀରେ ବିଭକ୍ତ, ଏପରି ଏକ ଜନବୃନ୍ଦ ସୈନ୍ୟାଧିପତି ସଦାପ୍ରଭୁଙ୍କର ଉପହାର ରୂପେ ସୈନ୍ୟାଧିପତି ସଦାପ୍ରଭୁଙ୍କର ନାମବିଶିଷ୍ଟ ସ୍ଥାନ ସିୟୋନ ପର୍ବତକୁ ଅଣାଯିବେ।
In that time a present shall be brought to Jehovah of hosts from a people tall and smooth, even from a people fearful from their beginning onward, a nation that metes out and treads down, whose land the rivers divide, to the place of the name of Jehovah of hosts, the mount Zion.

< ଯିଶାଇୟ 18 >