< ଯିଶାଇୟ 19 >
1 ମିସର ବିଷୟକ ଭବିଷ୍ୟତବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।
The burden of Egypt. Behold, the LORD rideth upon a swift cloud, and cometh unto Egypt; and the idols of Egypt shall be moved at His presence, and the heart of Egypt shall melt within it.
2 ପୁଣି, ଆମ୍ଭେ ମିସରୀୟମାନଙ୍କୁ ମିସରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ।
And I will spur Egypt against Egypt; and they shall fight every one against his brother, and everyone against his neighbour; city against city, and kingdom against kingdom.
3 ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା, ମୋହକ, ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ।
And the spirit of Egypt shall be made empty within it; and I will make void the counsel thereof; and they shall seek unto the idols, and to the whisperers, and to the ghosts, and to the familiar spirits.
4 ଆଉ, ଆମ୍ଭେ ମିସରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବା ଓ ଏକ ଦୁରନ୍ତ ରାଜା ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ଏହା ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
And I will give over the Egyptians into the hand of a cruel lord; and a fierce king shall rule over them, saith the Lord, the LORD of hosts.
5 ପୁଣି, ସମୁଦ୍ର ଜଳଶୂନ୍ୟ ହେବ ଓ ନଦୀ କ୍ଷୟ ପାଇ ଶୁଷ୍କ ହେବ।
And the waters shall fail from the sea, and the river shall be drained dry,
6 ଆଉ, ନଦୀସବୁ ଦୁର୍ଗନ୍ଧ ହେବ; ମିସରର ସ୍ରୋତସବୁ ସାନ ହୋଇ ଶୁଖିଯିବ; ନଳ ଓ ଜଳଜ ତୃଣ ଶୁଷ୍କ ହୋଇଯିବ।
And the rivers shall become foul; the streams of Egypt shall be minished and dried up; the reeds and flags shall wither.
7 ନୀଳ ନଦୀ ନିକଟସ୍ଥ, ନୀଳ ନଦୀର ତୀରବର୍ତ୍ତୀ ପଡ଼ିଆସବୁ ଓ ନୀଳ ନଦୀ ନିକଟରେ ଯାହା କିଛି ବୁଣାଯାଏ, ସେହି ସବୁ ଶୁଷ୍କ ହୋଇ ଉଡ଼ିଯିବ ଓ ଆଉ ରହିବ ନାହିଁ।
The mosses by the Nile, by the brink of the Nile, and all that is sown by the Nile, shall become dry, be driven away, and be no more.
8 କେଉଟମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳ ନଦୀରେ ବନଶୀ ପକାନ୍ତି, ସେମାନେ ସମସ୍ତେ ଶୋକ କରିବେ, ପୁଣି, ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ।
The fishers also shall lament, and all they that cast angle into the Nile shall mourn, and they that spread nets upon the waters shall languish.
9 ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ।
Moreover they that work in combed flax, and they that weave cotton, shall be ashamed.
10 ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ଡ ଖଣ୍ଡ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକ ସମସ୍ତେ ପ୍ରାଣରେ ଦୁଃଖିତ ହେବେ।
And her foundations shall be crushed, all they that make dams shall be grieved in soul.
11 ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ?
The princes of Zoan are utter fools; the wisest counsellors of Pharaoh are a senseless counsel; how can ye say unto Pharaoh: 'I am the son of the wise, the son of ancient kings'?
12 ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ।
Where are they, then, thy wise men? And let them tell thee now; and let them know what the LORD of hosts hath purposed concerning Egypt.
13 ସୋୟନର ଅଧିପତିମାନେ ନିର୍ବୋଧ ହୋଇଅଛନ୍ତି, ନୋଫର ଅଧିପତିମାନେ ଭ୍ରାନ୍ତ ହୋଇଅଛନ୍ତି; ଯେଉଁମାନେ ମିସରୀୟ ଗୋଷ୍ଠୀବର୍ଗର କୋଣ-ପ୍ରସ୍ତର ସ୍ୱରୂପ, ସେମାନେ ମିସରକୁ ବିପଥରେ ଗମନ କରାଇଅଛନ୍ତି।
The princes of Zoan are become fools, the princes of Noph are deceived; they have caused Egypt to go astray, that are the corner-stone of her tribes.
14 ସଦାପ୍ରଭୁ ମିସର ମଧ୍ୟରେ ଭ୍ରାନ୍ତିରୂପ ଆତ୍ମା ମିଶ୍ରିତ କରିଅଛନ୍ତି; ପୁଣି, ମତ୍ତ ଲୋକ ଯେପରି ଆପଣା ବାନ୍ତିରେ ଟଳଟଳ ହୋଇପଡ଼େ, ସେହିପରି ସେମାନେ ମିସରକୁ ତାହାର ପ୍ରତ୍ୟେକ କର୍ମରେ ବିପଥଗାମୀ କରାଇଅଛନ୍ତି।
The LORD hath mingled within her a spirit of dizziness; and they have caused Egypt to stagger in every work thereof, as a drunken man staggereth in his vomit.
15 ପୁଣି, ମସ୍ତକ କିମ୍ବା ଲାଙ୍ଗୁଳ, କିମ୍ବା ତାଳବାହୁଙ୍ଗା କିମ୍ବା ଜଳଜ ତୃଣ ଯାହା କରିପାରେ, ଏପରି କୌଣସି କାର୍ଯ୍ୟ ମିସର ପାଇଁ କରାଯିବ ନାହିଁ।
Neither shall there be for Egypt any work, which head or tail, palm-branch or rush, may do.
16 ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।
In that day shall Egypt be like unto women; and it shall tremble and fear because of the shaking of the hand of the LORD of hosts, which He shaketh over it.
17 ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ।
And the land of Judah shall become a terror unto Egypt, whensoever one maketh mention thereof to it; it shall be afraid, because of the purpose of the LORD of hosts, which He purposeth against it.
18 ସେହି ଦିନ ମିସର ଦେଶ ମଧ୍ୟରେ ପାଞ୍ଚ ନଗର କିଣାନୀୟ ଭାଷାବାଦୀ ହେବେ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଶପଥ କରିବେ, ଏକ ନଗର ଉତ୍ପାଟନ ନଗର ବୋଲି ଖ୍ୟାତ ହେବ।
In that day there shall be five cities in the land of Egypt that speak the language of Canaan, and swear to the LORD of hosts; one shall be called The city of destruction.
19 ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ।
In that day shall there be an altar to the LORD in the midst of the land of Egypt, and a pillar at the border thereof to the LORD.
20 ପୁଣି, ତାହା ମିସର ଦେଶରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଚିହ୍ନ ଓ ସାକ୍ଷୀ ସ୍ୱରୂପ ହେବ; କାରଣ ସେମାନେ ଉପଦ୍ରବୀଗଣର ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରିବେ, ତହିଁରେ ସେ ଜଣେ ତ୍ରାଣକର୍ତ୍ତା ଓ ରକ୍ଷକ ପଠାଇବେ ଓ ସେ ସେମାନଙ୍କୁ ଉଦ୍ଧାର କରିବେ।
And it shall be for a sign and for a witness unto the LORD of hosts in the land of Egypt; for they shall cry unto the LORD because of the oppressors, and He will send them a saviour, and a defender, who will deliver them.
21 ପୁଣି, ମିସରକୁ ସଦାପ୍ରଭୁଙ୍କର ପରିଚୟ ଦିଆଯିବ ଓ ସେହି ଦିନ ମିସରୀୟମାନେ ସଦାପ୍ରଭୁଙ୍କୁ ଜାଣିବେ; ଆହୁରି, ସେମାନେ ବଳି ଓ ନୈବେଦ୍ୟ ଦେଇ ଆରାଧନା କରିବେ ଓ ସଦାପ୍ରଭୁଙ୍କ ନିକଟରେ ମାନତ କରି ତାହା ପୂର୍ଣ୍ଣ କରିବେ।
And the LORD shall make Himself known to Egypt, and the Egyptians shall know the LORD in that day; yea, they shall worship with sacrifice and offering, and shall vow a vow unto the LORD, and shall perform it.
22 ପୁଣି, ସଦାପ୍ରଭୁ ମିସରକୁ ପ୍ରହାର କରିବେ, ପ୍ରହାର କରିବେ ଓ ସୁସ୍ଥ କରିବେ; ପୁଣି, ସେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସିବେ, ତହିଁରେ ସେ ସେମାନଙ୍କର ବିନତି ଗ୍ରାହ୍ୟ କରି ସେମାନଙ୍କୁ ସୁସ୍ଥ କରିବେ।
And the LORD will smite Egypt, smiting and healing; and they shall return unto the LORD, and He will be entreated of them, and will heal them.
23 ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟାତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ।
In that day shall there be a highway out of Egypt to Assyria, and the Assyrian shall come into Egypt, and the Egyptian into Assyria; and the Egyptians shall worship with the Assyrians.
24 ସେହି ଦିନ ଇସ୍ରାଏଲ, ମିସର ଓ ଅଶୂରର ସଙ୍ଗେ ତୃତୀୟ ହୋଇ ପୃଥିବୀ ମଧ୍ୟରେ ଆଶୀର୍ବାଦର ପାତ୍ର ହେବ;
In that day shall Israel be the third with Egypt and with Assyria, a blessing in the midst of the earth;
25 କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, ଆମ୍ଭର ଲୋକ ମିସର, ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ।
for that the LORD of hosts hath blessed him, saying: 'Blessed be Egypt My people and Assyria the work of My hands, and Israel Mine inheritance.'