< ଯିଶାଇୟ 2 >

1 ଆମୋସର ପୁତ୍ର ଯିଶାଇୟ, ଯିହୁଦା ଓ ଯିରୂଶାଲମ ବିଷୟରେ ଯେଉଁ ଦର୍ଶନ ପାଇଲେ, ତହିଁର ବୃତ୍ତାନ୍ତ।
הַדָּבָר֙ אֲשֶׁ֣ר חָזָ֔ה יְשַֽׁעְיָ֖הוּ בֶּן־אָמ֑וֹץ עַל־יְהוּדָ֖ה וִירוּשָׁלִָֽם׃
2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
וְהָיָ֣ה ׀ בְּאַחֲרִ֣ית הַיָּמִ֗ים נָכ֨וֹן יִֽהְיֶ֜ה הַ֤ר בֵּית־יְהוָה֙ בְּרֹ֣אשׁ הֶהָרִ֔ים וְנִשָּׂ֖א מִגְּבָע֑וֹת וְנָהֲר֥וּ אֵלָ֖יו כָּל־הַגּוֹיִֽם׃
3 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।
וְֽהָלְכ֞וּ עַמִּ֣ים רַבִּ֗ים וְאָמְרוּ֙ לְכ֣וּ ׀ וְנַעֲלֶ֣ה אֶל־הַר־יְהוָ֗ה אֶל־בֵּית֙ אֱלֹהֵ֣י יַעֲקֹ֔ב וְיֹרֵ֙נוּ֙ מִדְּרָכָ֔יו וְנֵלְכָ֖ה בְּאֹרְחֹתָ֑יו כִּ֤י מִצִּיּוֹן֙ תֵּצֵ֣א תוֹרָ֔ה וּדְבַר־יְהוָ֖ה מִירוּשָׁלִָֽם׃
4 ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।
וְשָׁפַט֙ בֵּ֣ין הַגּוֹיִ֔ם וְהוֹכִ֖יחַ לְעַמִּ֣ים רַבִּ֑ים וְכִתְּת֨וּ חַרְבוֹתָ֜ם לְאִתִּ֗ים וַחֲנִיתֽוֹתֵיהֶם֙ לְמַזְמֵר֔וֹת לֹא־יִשָּׂ֨א ג֤וֹי אֶל־גּוֹי֙ חֶ֔רֶב וְלֹא־יִלְמְד֥וּ ע֖וֹד מִלְחָמָֽה׃ פ
5 ହେ ଯାକୁବ ବଂଶ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଦୀପ୍ତିରେ ଗମନ କରୁ।
בֵּ֖ית יַעֲקֹ֑ב לְכ֥וּ וְנֵלְכָ֖ה בְּא֥וֹר יְהוָֽה׃
6 କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି।
כִּ֣י נָטַ֗שְׁתָּה עַמְּךָ֙ בֵּ֣ית יַעֲקֹ֔ב כִּ֤י מָלְאוּ֙ מִקֶּ֔דֶם וְעֹֽנְנִ֖ים כַּפְּלִשְׁתִּ֑ים וּבְיַלְדֵ֥י נָכְרִ֖ים יַשְׂפִּֽיקוּ׃
7 ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ୱରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ।
וַתִּמָּלֵ֤א אַרְצוֹ֙ כֶּ֣סֶף וְזָהָ֔ב וְאֵ֥ין קֵ֖צֶה לְאֹצְרֹתָ֑יו וַתִּמָּלֵ֤א אַרְצוֹ֙ סוּסִ֔ים וְאֵ֥ין קֵ֖צֶה לְמַרְכְּבֹתָֽיו׃
8 ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ; ସେମାନେ ଆପଣାମାନଙ୍କ ଅଙ୍ଗୁଳି ନିର୍ମିତ ସ୍ୱହସ୍ତକୃତ ବସ୍ତୁକୁ ପ୍ରଣାମ କରନ୍ତି।
וַתִּמָּלֵ֥א אַרְצ֖וֹ אֱלִילִ֑ים לְמַעֲשֵׂ֤ה יָדָיו֙ יִֽשְׁתַּחֲו֔וּ לַאֲשֶׁ֥ר עָשׂ֖וּ אֶצְבְּעֹתָֽיו׃
9 ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ।
וַיִּשַּׁ֥ח אָדָ֖ם וַיִּשְׁפַּל־אִ֑ישׁ וְאַל־תִּשָּׂ֖א לָהֶֽם׃
10 ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ।
בּ֣וֹא בַצּ֔וּר וְהִטָּמֵ֖ן בֶּֽעָפָ֑ר מִפְּנֵי֙ פַּ֣חַד יְהוָ֔ה וּמֵהֲדַ֖ר גְּאֹנֽוֹ׃
11 ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
עֵינֵ֞י גַּבְה֤וּת אָדָם֙ שָׁפֵ֔ל וְשַׁ֖ח ר֣וּם אֲנָשִׁ֑ים וְנִשְׂגַּ֧ב יְהוָ֛ה לְבַדּ֖וֹ בַּיּ֥וֹם הַהֽוּא׃ ס
12 କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;
כִּ֣י י֞וֹם לַיהוָ֧ה צְבָא֛וֹת עַ֥ל כָּל־גֵּאֶ֖ה וָרָ֑ם וְעַ֖ל כָּל־נִשָּׂ֥א וְשָׁפֵֽל׃
13 ଅର୍ଥାତ୍‍, (ସେହି ଦିନ) ଲିବାନୋନର ଉଚ୍ଚ ଓ ଉନ୍ନତ ସକଳ ଏରସ ବୃକ୍ଷର ପ୍ରତିକୂଳ ଓ ବାଶନର ସମସ୍ତ ଅଲୋନ ବୃକ୍ଷର ପ୍ରତିକୂଳ;
וְעַל֙ כָּל־אַרְזֵ֣י הַלְּבָנ֔וֹן הָרָמִ֖ים וְהַנִּשָּׂאִ֑ים וְעַ֖ל כָּל־אַלּוֹנֵ֥י הַבָּשָֽׁן׃
14 ପୁଣି, ସକଳ ଉଚ୍ଚ ପର୍ବତର ପ୍ରତିକୂଳ ଓ ସକଳ ଉନ୍ନତ ଉପପର୍ବତର ପ୍ରତିକୂଳ;
וְעַ֖ל כָּל־הֶהָרִ֣ים הָרָמִ֑ים וְעַ֖ל כָּל־הַגְּבָע֥וֹת הַנִּשָּׂאֽוֹת׃
15 ଆଉ, ପ୍ରତ୍ୟେକ ଉଚ୍ଚ ଦୁର୍ଗର ପ୍ରତିକୂଳ ଓ ପ୍ରତ୍ୟେକ ସୁଦୃଢ଼ ପ୍ରାଚୀରର ପ୍ରତିକୂଳ;
וְעַ֖ל כָּל־מִגְדָּ֣ל גָּבֹ֑הַ וְעַ֖ל כָּל־חוֹמָ֥ה בְצוּרָֽה׃
16 ତର୍ଶୀଶର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ।
וְעַ֖ל כָּל־אֳנִיּ֣וֹת תַּרְשִׁ֑ישׁ וְעַ֖ל כָּל־שְׂכִיּ֥וֹת הַחֶמְדָּֽה׃
17 ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
וְשַׁח֙ גַּבְה֣וּת הָאָדָ֔ם וְשָׁפֵ֖ל ר֣וּם אֲנָשִׁ֑ים וְנִשְׂגַּ֧ב יְהוָ֛ה לְבַדּ֖וֹ בַּיּ֥וֹם הַהֽוּא׃
18 ପୁଣି, ପ୍ରତିମାସକଳ ନିଃଶେଷ ରୂପେ ଲୁପ୍ତ ହେବେ।
וְהָאֱלִילִ֖ים כָּלִ֥יל יַחֲלֹֽף׃
19 ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ତ୍ୱ ଓ ମହିମାର ତେଜରୁ ଶୈଳର ଗୁମ୍ଫା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ।
וּבָ֙אוּ֙ בִּמְעָר֣וֹת צֻרִ֔ים וּבִמְחִלּ֖וֹת עָפָ֑ר מִפְּנֵ֞י פַּ֤חַד יְהוָה֙ וּמֵהֲדַ֣ר גְּאוֹנ֔וֹ בְּקוּמ֖וֹ לַעֲרֹ֥ץ הָאָֽרֶץ׃
20 ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;
בַּיּ֤וֹם הַהוּא֙ יַשְׁלִ֣יךְ הָאָדָ֔ם אֵ֚ת אֱלִילֵ֣י כַסְפּ֔וֹ וְאֵ֖ת אֱלִילֵ֣י זְהָב֑וֹ אֲשֶׁ֤ר עָֽשׂוּ־לוֹ֙ לְהִֽשְׁתַּחֲוֹ֔ת לַחְפֹּ֥ר פֵּר֖וֹת וְלָעֲטַלֵּפִֽים׃
21 ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ୱର୍ଣ୍ଣମୟ ପ୍ରତିମାଗଣକୁ ସେହି ଦିନ ମୂଷିକ ଓ ଚାମଚିକାଗଣର ନିକଟରେ ପକାଇ ଦେବ।
לָבוֹא֙ בְּנִקְר֣וֹת הַצֻּרִ֔ים וּבִסְעִפֵ֖י הַסְּלָעִ֑ים מִפְּנֵ֞י פַּ֤חַד יְהוָה֙ וּמֵהֲדַ֣ר גְּאוֹנ֔וֹ בְּקוּמ֖וֹ לַעֲרֹ֥ץ הָאָֽרֶץ׃
22 ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷାନ୍ତ ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ?
חִדְל֤וּ לָכֶם֙ מִן־הָ֣אָדָ֔ם אֲשֶׁ֥ר נְשָׁמָ֖ה בְּאַפּ֑וֹ כִּֽי־בַמֶּ֥ה נֶחְשָׁ֖ב הֽוּא׃ פ

< ଯିଶାଇୟ 2 >