< ଯିଶାଇୟ 20 >

1 ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତାନ ସେନାଧ୍ୟକ୍ଷ ଯେଉଁ ବର୍ଷ ଅସ୍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲା;
亞述王撒珥根打發他珥探到亞實突的那年,他珥探就攻打亞實突,將城攻取。
2 ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ୱାରା ସଦାପ୍ରଭୁ ଏହି କଥା କହିଲେ, “ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼,” ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା।
那時,耶和華曉諭亞摩斯的兒子以賽亞說:「你去解掉你腰間的麻布,脫下你腳上的鞋。」以賽亞就這樣做,露身赤腳行走。
3 ତେବେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି;
耶和華說:「我僕人以賽亞怎樣露身赤腳行走三年,作為關乎埃及和古實的預兆奇蹟。
4 ସେହିପରି ଅଶୂରର ରାଜା ମିସରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।
照樣,亞述王也必擄去埃及人,掠去古實人,無論老少,都露身赤腳,現出下體,使埃及蒙羞。
5 ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ।
以色列人必因所仰望的古實,所誇耀的埃及,驚惶羞愧。
6 ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ‘ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପରି ବଞ୍ଚିବା?’”
「那時,這沿海一帶的居民必說:『看哪,我們素所仰望的,就是我們為脫離亞述王逃往求救的,不過是如此!我們怎能逃脫呢?』」

< ଯିଶାଇୟ 20 >