< ଯିଶାଇୟ 21 >

1 ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାବବାଣୀ। ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ, ଏକ ଭୟଙ୍କର ଦେଶରୁ ଆସୁଅଛି।
L’oracle touchant le désert de la mer. Comme des tourbillons dans le midi quand ils passent, il vient du désert, du pays terrible.
2 ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍‍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି।
Une cruelle vision m’est révélée: Le perfide agit perfidement, et le destructeur détruit. Monte, Élam! assiège, Médie! J’ai fait cesser tout son gémissement.
3 ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।
C’est pourquoi mes reins sont remplis de douleur; des angoisses m’ont saisi comme les angoisses de celle qui enfante; je suis courbé, à ne pas entendre; je suis terrifié, à n’y pas voir;
4 ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋʼ ପ୍ରତି ଥରହରର କାରଣ ହୋଇଅଛି।
mon cœur bat; le tremblement s’est emparé de moi; la nuit de mon plaisir, il me l’a changée en effroi.
5 ସେମାନେ ମେଜ ସଜାନ୍ତି, ସେମାନେ ପ୍ରହରୀ ନିଯୁକ୍ତ କରନ୍ତି, ସେମାନେ ଭୋଜନ କରନ୍ତି, ସେମାନେ ପାନ କରନ୍ତି; ହେ ଅଧିପତିମାନେ, ଉଠ, ଢାଲ ତୈଳାକ୍ତ କର।
Dresse la table; fais le guet; mange, bois… Princes, levez-vous, oignez le bouclier!
6 କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି, “ଯାଅ, ଏକ ଜଣ ପ୍ରହରୀ ନିଯୁକ୍ତ କର; ସେ ଯାହା ଦେଖେ, ତାହା ପ୍ରକାଶ କରୁ;
Car ainsi m’a dit le Seigneur: Va, place une sentinelle; qu’elle déclare ce qu’elle voit.
7 ପୁଣି, ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ୱାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।”
Et elle vit un char, une paire de cavaliers, un char [attelé] d’ânes, un char [attelé] de chameaux. Et elle écouta diligemment, avec grande attention;
8 ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶବ୍ଦ କରି କହିଲା, “ହେ ପ୍ରଭୁ, ମୁଁ ଦିନ ବେଳେ ନିରନ୍ତର ପ୍ରହରୀ-ଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି,
et elle cria [comme] un lion: Seigneur, je me tiens dans la vedette constamment, de jour, et je suis là faisant ma garde toutes les nuits…
9 ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି।” ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍‍ ହେଲା।”
Et voici, il vient un char d’hommes, une paire de cavaliers! Et il répondit, et dit: Babylone est tombée, elle est tombée, et toutes les images de ses dieux sont brisées par terre.
10 ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି।
Ô vous, mon blé battu, et le fruit de mon aire! ce que j’ai entendu de l’Éternel des armées, le Dieu d’Israël, je vous l’ai rapporté.
11 ଦୂମା ବିଷୟକ ଭାବବାଣୀ। ଜଣେ ସେୟୀରଠାରୁ ମୋତେ ଡାକି କହୁଅଛି, “ପ୍ରହରୀ, କେତେ ରାତ୍ର ହେଲା? ପ୍ରହରୀ, କେତେ ରାତ୍ର ହେଲା?”
L’oracle touchant Duma. Il me crie de Séhir: Sentinelle, à quoi en est la nuit? Sentinelle, à quoi en est la nuit?
12 ପ୍ରହରୀ କହିଲା, “ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯଦି ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ।”
La sentinelle dit: Le matin vient, et aussi la nuit. Si vous voulez vous enquérir, enquérez-vous; revenez, venez.
13 ଆରବ ବିଷୟକ ଭାବବାଣୀ। ହେ ଦଦାନୀୟ ପଥିକ ଦଳ, ତୁମ୍ଭେମାନେ ଆରବର ବନ ମଧ୍ୟରେ ରାତ୍ରି ଯାପନ କରିବ।
L’oracle contre l’Arabie. Vous logerez dans la forêt de l’Arabie, caravanes des Dedanites.
14 ଯେଉଁ ଜନ ତୃଷିତ ଥିଲା, ସେମାନେ ତାହା ନିକଟକୁ ଜଳ ଆଣିଲେ; ତେମା ଦେଶବାସୀମାନେ ଭକ୍ଷ୍ୟ ନେଇ ପଳାତକମାନଙ୍କ ସଙ୍ଗେ ସାକ୍ଷାତ କଲେ।
À la rencontre de celui qui a soif apportez de l’eau! Les habitants du pays de Théma viennent avec leur pain au-devant de celui qui fuit;
15 କାରଣ ସେମାନେ ଖଡ୍ଗରୁ, ନିଷ୍କୋଷ ଖଡ୍ଗରୁ, ଗୁଣଦିଆ ଧନୁରୁ ଓ କ୍ଲେଶଜନକ ଯୁଦ୍ଧରୁ ପଳାଇଲେ।
car ils s’enfuient devant les épées, devant l’épée dégainée, et devant l’arc tendu, et devant le poids de la guerre.
16 ଯେହେତୁ ସଦାପ୍ରଭୁ ମୋତେ କହିଅଛନ୍ତି, “ବେତନଜୀବୀର ବର୍ଷ ପ୍ରମାଣେ ଏକ ବର୍ଷ ମଧ୍ୟରେ କେଦାରର ସକଳ ପ୍ରତାପ ଲୁପ୍ତ ହେବ;
Car ainsi m’a dit le Seigneur: Encore une année comme les années d’un mercenaire, et toute la gloire de Kédar aura pris fin,
17 ଆଉ, କେଦାର ବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧାରୀ ଅବଶିଷ୍ଟ ରହିବେ କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି।”
et le reste du nombre des archers des hommes forts des fils de Kédar sera amoindri; car l’Éternel, le Dieu d’Israël, a parlé.

< ଯିଶାଇୟ 21 >