< ଯିଶାଇୟ 22 >

1 ଦର୍ଶନ ଉପତ୍ୟକା ବିଷୟକ ଭାବବାଣୀ। ଏବେ ତୁମ୍ଭର କʼଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ?
The doom of the valley of vision. What aileth thee now, that thou art wholly gone up to the roofs?
2 ହେ ଆନନ୍ଦ ଧ୍ୱନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ୍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି।
O noiseful, tumultuous city, joyous town? thy slain ones are not slain with the sword, and not those that die in battle.
3 ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ୱାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ।
All thy rulers are fled together, they are made prisoners by the bowmen: all that are found in thee are made prisoners together, who have run away from afar.
4 ଏଥିପାଇଁ ମୁଁ କହିଲି, “ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା କରିବା ପାଇଁ ଚେଷ୍ଟା କର ନାହିଁ।”
Therefore said I, Look away from me; I will weep bitterly; be not urgent to comfort me, because of the wasting of the daughter of my people.
5 କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର, ଦଳନର, ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି।
For a day of confusion, and of treading down, and of perplexity hath the Lord Eternal of hosts in the valley of vision; walls are broken, and crying is heard against the mountain.
6 ପୁଣି, ଏଲମ୍‍ ରଥାରୋହୀ, ଅଶ୍ୱାରୋହୀ ସୈନ୍ୟ ସହିତ ତୂଣ ଧାରଣ କଲା ଓ କୀର୍‍ ଢାଲ ଅନାବୃତ କଲା।
And 'Elam beareth the quiver, [cometh] with men in chariots and horsemen, and Kir uncovereth the shield.
7 ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ୱାରୋହୀମାନେ ନଗର-ଦ୍ୱାରରେ ସସଜ୍ଜ ହୋଇଥିଲେ।
And it is so, that thy choicest valleys are full of chariots, and the horsemen set themselves in array against the gate.
8 ପୁଣି, ସେ ଯିହୁଦାର ଓଢ଼ଣା କାଢ଼ି ପକାଇଲେ ଓ ସେହି ଦିନ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି କଲ।
And he laid open the covering of Judah; and thou didst look on that day toward the armor of the house of the forest.
9 ଆଉ, ଦାଉଦ-ନଗରର ଭଗ୍ନ ସ୍ଥାନ ଅନେକ ବୋଲି ତୁମ୍ଭେମାନେ ଦେଖିଲ ଓ ନୀଚସ୍ଥ ପୁଷ୍କରିଣୀର ଜଳସବୁ ଏକତ୍ର କଲ।
And the breaches of the city of David have ye seen, that they are many: and ye gathered together the waters of the lower pool.
10 ପୁଣି, ତୁମ୍ଭେମାନେ ଯିରୂଶାଲମସ୍ଥ ଗୃହସବୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ।
And the houses of Jerusalem have ye numbered, and ye have pulled down the houses to fortify the wall.
11 ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଂକଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ।
And a tank have ye made between the two walls for the water of the old pool; but ye have not looked at the Maker thereof, him that fashioned it in distant times have ye not regarded.
12 ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;
And the Lord Eternal of hosts called on that day for weeping, and for mourning, and for baldness, and for girding with sackcloth.
13 ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”
And behold [there are] gladness and joy, slaying of oxen, and killing of sheep, eating flesh, and drinking wine: “Let us eat and drink; for tomorrow we must die.”
14 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ୱୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, “ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ହେବ ନାହିଁ,” ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି।
And it was revealed in my ears by the Lord of hosts: Surely this iniquity shall not be forgiven unto you until ye die, said the Lord the Eternal of hosts.
15 ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍‍, ଗୃହର ଅଧ୍ୟକ୍ଷ ଶିବ୍‍ନ ନିକଟକୁ ଯାଇ କୁହ,
Thus hath said the Lord, Go, get thee unto this treasurer, even unto Shebna, who is [superintendent] over the house;
16 ‘ତୁମ୍ଭେ ଏଠାରେ କଅଣ କରୁଅଛ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ? ସେ ତ ଉଚ୍ଚସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି!
What hast thou here? and whom hast thou here, that thou hast hewn out for thyself here a sepulchre, [the man] that hath hewn out on high his sepulchre, that holloweth out in the rock a habitation for himself?
17 ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ।
Behold, the Lord will thrust thee about with a mighty throw, O man! and will lay fast hold of thee;
18 ନିଶ୍ଚୟ ସେ ପେଣ୍ଡୁ ପରି ତୁମ୍ଭକୁ ବୁଲାଇ ଓ ଘୂରାଇ ଏକ ପ୍ରଶସ୍ତ ଦେଶରେ ନିକ୍ଷେପ କରିବେ; ସେଠାରେ ତୁମ୍ଭେ ମରିବ ଓ ସେଠାରେ ତୁମ୍ଭର ଗୌରବ ସ୍ୱରୂପ ରଥସବୁ ରହିବ, ତୁମ୍ଭେ ଆପଣା ପ୍ରଭୁଙ୍କ ଗୃହର କଳଙ୍କ ସ୍ୱରୂପ।
He will roll thee up as a bundle, and [toss thee] like a ball into a country of ample space: there shalt thou die, and there shall [remain] the chariots of thy glory, thou disgrace of the house of thy lord.
19 ପୁଣି, ଆମ୍ଭେ ତୁମ୍ଭକୁ ତୁମ୍ଭ ପଦରୁ ତଡ଼ିଦେବା ଓ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ଆଣି ତଳକୁ ପକାଇବେ।
And I will cast thee out from thy station, and from thy post shall he pull thee down.
20 ଆଉ, ସେହି ଦିନ ଆମ୍ଭେ ଆପଣା ଦାସକୁ, ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍କୁ ଡାକିବା;
And it shall come to pass on that day, that I will call my servant, for Elyakim the son of Chilkiyahu.
21 ପୁଣି, ଆମ୍ଭେ ତୁମ୍ଭର ଚୋଗା ତାହାକୁ ପରିଧାନ କରାଇବା ଓ ତୁମ୍ଭ କଟିବନ୍ଧନୀରେ ତାହାକୁ ବଳବାନ କରିବା ଓ ତୁମ୍ଭର କର୍ତ୍ତୃତ୍ୱାଧିକାର ତାହା ହସ୍ତରେ ସମର୍ପଣ କରିବା; ତହିଁରେ ସେ ଯିରୂଶାଲମ ନିବାସୀମାନଙ୍କର ଓ ଯିହୁଦା ବଂଶର ପିତା ହେବ।
And I will clothe him with thy robe, and thy girdle will I fasten around him, and thy government will I place into his hand: and he shall be as a father to the inhabitants of Jerusalem, and to the house of Judah.
22 ପୁଣି, ଆମ୍ଭେ ଦାଉଦ-ବଂଶର ଚାବି ତାହାର ସ୍କନ୍ଧରେ ରଖିବା, ସେ ଫିଟାଇଲେ, କେହି ବନ୍ଦ କରିବ ନାହିଁ ଓ ସେ ବନ୍ଦ କଲେ, କେହି ଫିଟାଇବ ନାହିଁ।
And I will lay the key of the house of David upon his shoulder; so that he shall open, and none shall shut; and he shall shut, and none shall open.
23 ଆଉ, ଆମ୍ଭେ ଖିଲ ପରି ଏକ ଦୃଢ଼ ସ୍ଥାନରେ ତାହାକୁ ବିଦ୍ଧ କରିବା ଓ ସେ ଆପଣା ପିତୃବଂଶର ଗୌରବର ସିଂହାସନ ସ୍ୱରୂପ ହେବ।
And I will fasten him as a tent-nail in a sure place; and he shall be for a chair of honor to his father's house.
24 ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳସ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ।
And they shall hang upon him all the glory of his father's house, the shoots and offshoots, all the small vessels, from the vessels of basins, even to all the vessels of flagons.
25 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେହି ଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ, କାରଣ ସଦାପ୍ରଭୁ ଏହା କହିଅଛନ୍ତି।’”
On that day, saith the Lord of hosts, shall be removed the nail that is fastened in the sure place, and be cut down, and fall; and the burden that is upon it shall be cut off; for the Lord hath spoken it.

< ଯିଶାଇୟ 22 >