< ଯିଶାଇୟ 24 >

1 ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି।
Behold, Jehovah makes the earth empty, and makes it waste, and turns it upside down, and scatters abroad the inhabitants of it.
2 ତହିଁରେ ଯେପରି ଲୋକମାନଙ୍କର, ସେହିପରି ଯାଜକର; ଯେପରି ଦାସର, ସେହିପରି ତାହାର କର୍ତ୍ତାର; ଯେପରି ଦାସୀର, ସେହିପରି ତାହାର କର୍ତ୍ତ୍ରୀର; ଯେପରି କ୍ରୟକାରୀର, ସେହିପରି ବିକ୍ରୟକାରୀର; ଯେପରି ମହାଜନର, ସେହିପରି ଖାତକର; ଯେପରି ସୁଧଗ୍ରାହୀର, ସେହିପରି ସୁଧଦାତାର ପ୍ରତି ଘଟିବ।
And it shall be, as with the people, so with the priest, as with the servant, so with his master, as with the maid, so with her mistress, as with the buyer, so with the seller, as with the creditor, so with the debtor, as with the taker of interest, so with the giver of interest to him.
3 ପୃଥିବୀ ସମ୍ପୂର୍ଣ୍ଣ ରୂପେ ଶୂନ୍ୟ ଓ ସମ୍ପୂର୍ଣ୍ଣ ରୂପେ ଲୁଟିତ ହେବ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।
The earth shall be utterly emptied, and utterly laid waste, for Jehovah has spoken this word.
4 ପୃଥିବୀ ଶୋକ କରି ନିସ୍ତେଜ ହେଉଅଛି, ଜଗତ ମ୍ଳାନ ହୋଇ ନିସ୍ତେଜ ହେଉଅଛି, ପୃଥିବୀର ଉଚ୍ଚ ଲୋକମାନେ ମ୍ଳାନ ହୁଅନ୍ତି।
The earth mourns and fades away. The world languishes and fades away. The lofty people of the earth languish.
5 ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି।
The earth also is polluted under the inhabitants of it, because they have transgressed the laws, violated the statutes, broken the everlasting covenant.
6 ଏହେତୁ ଅଭିଶାପ ପୃଥିବୀକୁ ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଓ ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି।
Therefore the curse has devoured the earth, and those who dwell in it are found guilty. Therefore the inhabitants of the earth are burned, and few men left.
7 ନୂତନ ଦ୍ରାକ୍ଷାରସ ଶୋକ କରୁଅଛି, ଦ୍ରାକ୍ଷାଲତା ମ୍ଳାନ ହେଉଅଛି, ପ୍ରଫୁଲ୍ଲଚିତ୍ତ ସମସ୍ତେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି।
The new wine mourns. The vine languishes. All the merry-hearted do sigh.
8 ତବଲାର ଆମୋଦ ନିବୃତ୍ତ ହେଉଅଛି, ଉଲ୍ଲାସକାରୀମାନଙ୍କର ଧ୍ୱନି ଶେଷ ହେଉଅଛି, ବୀଣାର ଆନନ୍ଦ ନିବୃତ୍ତ ହେଉଅଛି।
The mirth of tambourine ceases. The noise of those who rejoice ends. The joy of the harp ceases.
9 ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ।
They shall not drink wine with a song. Strong drink shall be bitter to those who drink it.
10 ନିର୍ଜନ ନଗର ଭଗ୍ନ ହୋଇଅଛି; କୌଣସି ମନୁଷ୍ୟ ଯେପରି ଭିତରକୁ ଯାଇ ନ ପାରିବ, ଏଥିପାଇଁ ପ୍ରତ୍ୟେକ ଗୃହ ରୁଦ୍ଧ ହୋଇଅଛି।
The waste city is broken down. Every house is shut up, that no man may come in.
11 ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ; ସବୁ ପ୍ରକାର ଆନନ୍ଦ ଅନ୍ଧକାରାଚ୍ଛନ୍ନ ହୋଇଅଛି, ଦେଶର ଆମୋଦ ଯାଇଅଛି।
There is a crying in the streets because of the wine. All joy is darkened. The mirth of the land is gone.
12 ନଗରରେ ଧ୍ୱଂସତା ମାତ୍ର ଅବଶିଷ୍ଟ ଥାଏ ଓ ଦ୍ୱାର ଭଗ୍ନ ହୋଇ ବିନଷ୍ଟ ହୋଇଅଛି।
Desolation is left in the city, and the gate is smitten with destruction.
13 କାରଣ ଯେପରି ଜୀତବୃକ୍ଷ ଝାଡ଼ିବା ବେଳେ ହୁଏ ଓ ଦ୍ରାକ୍ଷାଫଳ ସଂଗ୍ରହ ଉତ୍ତାରେ ଯେପରି ଦ୍ରାକ୍ଷା ସାଉଁଟିବାର ହୁଏ, ସେହିପରି ପୃଥିବୀସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରେ ଘଟିବ।
For thus shall it be in the midst of the earth among the peoples, as the shaking of an olive tree, as the gleanings when the vintage is done.
14 ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ୱନି କରିବେ; ସଦାପ୍ରଭୁଙ୍କର ମହିମା ସକାଶୁ ସେମାନେ ସମୁଦ୍ରରୁ ଉଚ୍ଚଧ୍ୱନି କରିବେ।
These shall lift up their voice. They shall shout. For the majesty of Jehovah they cry aloud from the sea.
15 ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍‍, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ୱୀପସମୂହରେ ପ୍ରକାଶ କର।
Therefore glorify ye Jehovah in the east, even the name of Jehovah, the God of Israel, in the isles of the sea.
16 ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରାନ୍ତ ସୀମାରୁ ଶୁଣିଅଛୁ। ମାତ୍ର ମୁଁ କହିଲି, “ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି! ମୁଁ ସନ୍ତାପର ପାତ୍ର! ବିଶ୍ୱାସଘାତକମାନେ ବିଶ୍ୱାସଘାତକତା କରିଅଛନ୍ତି; ହଁ, ବିଶ୍ୱାସଘାତକମାନେ ଅତିଶୟ ବିଶ୍ୱାସଘାତକତା କରିଅଛନ୍ତି।”
From the outermost part of the earth we have heard songs. Glory to the righteous. But I said, I pine away, I pine away. Woe is me! The treacherous have dealt treacherously, yea, the treacherous have dealt very treacherously.
17 ହେ ପୃଥିବୀନିବାସୀ ଲୋକ, ତୁମ୍ଭ ନିମନ୍ତେ ଭୟ, ଗର୍ତ୍ତ ଓ ଫାନ୍ଦ ପ୍ରସ୍ତୁତ ଅଛି।
Fear, and the pit, and the snare, are upon thee, O inhabitant of the earth.
18 ଆଉ, ଏପରି ଘଟିବ, କେହି ଯଦି ଭୟର ଶବ୍ଦରୁ ପଳାଏ, ସେ ଗର୍ତ୍ତରେ ପଡ଼ିବ; କେହି ଗର୍ତ୍ତ ମଧ୍ୟରୁ ଉଠି ଆସିଲେ, ସେ ଫାନ୍ଦରେ ଧରାଯିବ; କାରଣ ଊର୍ଦ୍ଧ୍ୱସ୍ଥ ଝରକାସବୁ ମୁକ୍ତ ଅଛି ଓ ପୃଥିବୀର ମୂଳସବୁ କମ୍ପମାନ ହେଉଅଛି।
And it shall come to pass, that he who flees from the noise of the fear shall fall into the pit, and he who comes up out of the midst of the pit shall be taken in the snare. For the windows on high are opened, and the foundations of the earth tremble.
19 ପୃଥିବୀ ନିତାନ୍ତ ବିଦୀର୍ଣ୍ଣ ହେଉଅଛି, ପୃଥିବୀ ନିତାନ୍ତ ତରଳି ଯାଇଅଛି, ପୃଥିବୀ ଅତିଶୟ ବିଚଳିତ ହୋଇଅଛି।
The earth is utterly broken. The earth is torn apart. The earth is shaken violently.
20 ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ।
The earth shall stagger like a drunken man, and shall sway to and fro like a hammock. And the transgression of it shall be heavy upon it, and it shall fall, and not rise again.
21 ପୁଣି, ସେହି ଦିନ ସଦାପ୍ରଭୁ ଊର୍ଦ୍ଧ୍ୱରେ ଊର୍ଦ୍ଧ୍ୱସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ଡଳରେ ଭୂମଣ୍ଡଳସ୍ଥ ରାଜାଗଣଙ୍କୁ ପ୍ରତିଫଳ ଦେବେ।
And it shall come to pass in that day, that Jehovah will punish the host of the high ones on high, and the kings of the earth upon the earth.
22 ତହିଁରେ ଯେପରି ବନ୍ଦୀମାନେ କୂପରେ ଏକତ୍ରୀକୃତ ହୁଅନ୍ତି, ସେହିପରି ସେମାନେ ଏକତ୍ରୀକୃତ ହୋଇ ବନ୍ଦୀଗୃହରେ ରୁଦ୍ଧ ହେବେ, ପୁଣି, ଅନେକ ଦିନ ଉତ୍ତାରେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରାଯିବ।
And they shall be gathered together as prisoners are gathered in the pit, and shall be shut up in the prison. And after many days they shall be visited.
23 ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ।
Then the moon shall be confounded, and the sun ashamed, for Jehovah of hosts will reign in mount Zion and in Jerusalem. And glory shall be before his elders.

< ଯିଶାଇୟ 24 >