< ଯିଶାଇୟ 24 >

1 ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି।
Duba, Ubangiji zai wofinta duniya ya kuma yi kaca-kaca da ita; zai ɓata fuskarta ya watsar da mazaunanta,
2 ତହିଁରେ ଯେପରି ଲୋକମାନଙ୍କର, ସେହିପରି ଯାଜକର; ଯେପରି ଦାସର, ସେହିପରି ତାହାର କର୍ତ୍ତାର; ଯେପରି ଦାସୀର, ସେହିପରି ତାହାର କର୍ତ୍ତ୍ରୀର; ଯେପରି କ୍ରୟକାରୀର, ସେହିପରି ବିକ୍ରୟକାରୀର; ଯେପରି ମହାଜନର, ସେହିପରି ଖାତକର; ଯେପରି ସୁଧଗ୍ରାହୀର, ସେହିପରି ସୁଧଦାତାର ପ୍ରତି ଘଟିବ।
zai zama abu ɗaya ga firist kamar yadda yake ga mutane, ga maigida kamar yadda yake ga bawa, ga uwargijiya kamar yadda yake ga baiwa, ga mai sayarwa kamar yadda yake ga mai saya, ga mai karɓan rance kamar yadda yake ga mai ba da rance, ga mai karɓan bashi kamar yadda yake ga mai ba da bashi.
3 ପୃଥିବୀ ସମ୍ପୂର୍ଣ୍ଣ ରୂପେ ଶୂନ୍ୟ ଓ ସମ୍ପୂର୍ଣ୍ଣ ରୂପେ ଲୁଟିତ ହେବ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।
Za a wofinta duniya ƙaƙaf a kuma washe ta sarai. Ubangiji ne ya faɗa haka.
4 ପୃଥିବୀ ଶୋକ କରି ନିସ୍ତେଜ ହେଉଅଛି, ଜଗତ ମ୍ଳାନ ହୋଇ ନିସ୍ତେଜ ହେଉଅଛି, ପୃଥିବୀର ଉଚ୍ଚ ଲୋକମାନେ ମ୍ଳାନ ହୁଅନ୍ତି।
Duniya ta bushe ta kuma yanƙwane, duniya tana shan azaba ta kuma raunana, masu daraja na duniya suna shan azaba.
5 ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି।
Duniya ta ƙazantu ta wurin mutanenta sun ƙi yin biyayya da dokoki, sun keta farillai suka kuma karya madawwamin alkawari.
6 ଏହେତୁ ଅଭିଶାପ ପୃଥିବୀକୁ ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଓ ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି।
Saboda haka la’ana za tă auko wa duniya; dole mutanenta su ɗauki hakkin laifinsu. Saboda haka aka ƙone mazaunan duniya, kuma kaɗan ne kurum suka rage.
7 ନୂତନ ଦ୍ରାକ୍ଷାରସ ଶୋକ କରୁଅଛି, ଦ୍ରାକ୍ଷାଲତା ମ୍ଳାନ ହେଉଅଛି, ପ୍ରଫୁଲ୍ଲଚିତ୍ତ ସମସ୍ତେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି।
Sabon ruwan inabi ya bushe kuringar inabi kuma sun yanƙwane; dukan masu farin ciki suna nishi.
8 ତବଲାର ଆମୋଦ ନିବୃତ୍ତ ହେଉଅଛି, ଉଲ୍ଲାସକାରୀମାନଙ୍କର ଧ୍ୱନି ଶେଷ ହେଉଅଛି, ବୀଣାର ଆନନ୍ଦ ନିବୃତ୍ତ ହେଉଅଛି।
Kaɗe-kaɗen garayu sun yi shiru, surutun masu murna ya daina, garayan farin ciki ya yi shiru.
9 ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ।
Babu sauran shan ruwan inabi suna rera waƙa; barasa ya zama da ɗaci ga masu shanta.
10 ନିର୍ଜନ ନଗର ଭଗ୍ନ ହୋଇଅଛି; କୌଣସି ମନୁଷ୍ୟ ଯେପରି ଭିତରକୁ ଯାଇ ନ ପାରିବ, ଏଥିପାଇଁ ପ୍ରତ୍ୟେକ ଗୃହ ରୁଦ୍ଧ ହୋଇଅଛି।
Birnin da aka birkice ta zama kango; an kulle ƙofar shiga kowane gida.
11 ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ; ସବୁ ପ୍ରକାର ଆନନ୍ଦ ଅନ୍ଧକାରାଚ୍ଛନ୍ନ ହୋଇଅଛି, ଦେଶର ଆମୋଦ ଯାଇଅଛି।
A tituna suna kukan neman ruwan inabi; dukan farin ciki ya dawo baƙin ciki, an hana dukan kaɗe-kaɗe a duniya.
12 ନଗରରେ ଧ୍ୱଂସତା ମାତ୍ର ଅବଶିଷ୍ଟ ଥାଏ ଓ ଦ୍ୱାର ଭଗ୍ନ ହୋଇ ବିନଷ୍ଟ ହୋଇଅଛି।
An bar birnin kango, aka yi kaca-kaca da ƙofofinta.
13 କାରଣ ଯେପରି ଜୀତବୃକ୍ଷ ଝାଡ଼ିବା ବେଳେ ହୁଏ ଓ ଦ୍ରାକ୍ଷାଫଳ ସଂଗ୍ରହ ଉତ୍ତାରେ ଯେପରି ଦ୍ରାକ୍ଷା ସାଉଁଟିବାର ହୁଏ, ସେହିପରି ପୃଥିବୀସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରେ ଘଟିବ।
Haka zai zama a duniya da kuma a cikin al’ummai, kamar sa’ad da akan karkaɗe itacen zaitun, ko kuma kamar sa’ad da ake barin kala bayan an girbe inabi.
14 ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ୱନି କରିବେ; ସଦାପ୍ରଭୁଙ୍କର ମହିମା ସକାଶୁ ସେମାନେ ସମୁଦ୍ରରୁ ଉଚ୍ଚଧ୍ୱନି କରିବେ।
Sun daga muryoyinsu, sun yi sowa ta farin ciki; daga yamma sun furta darajar Ubangiji.
15 ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍‍, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ୱୀପସମୂହରେ ପ୍ରକାଶ କର।
Saboda haka a gabas sun ɗaukaka Ubangiji, a ɗaukaka sunan Ubangiji, Allah na Isra’ila, a cikin tsibiran teku.
16 ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରାନ୍ତ ସୀମାରୁ ଶୁଣିଅଛୁ। ମାତ୍ର ମୁଁ କହିଲି, “ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି! ମୁଁ ସନ୍ତାପର ପାତ୍ର! ବିଶ୍ୱାସଘାତକମାନେ ବିଶ୍ୱାସଘାତକତା କରିଅଛନ୍ତି; ହଁ, ବିଶ୍ୱାସଘାତକମାନେ ଅତିଶୟ ବିଶ୍ୱାସଘାତକତା କରିଅଛନ୍ତି।”
Daga iyakokin duniya mun ji waƙoƙi, “Ɗaukaka ga Mai Adalcin nan.” Amma na ce, “Na lalace, na lalace! Kaitona! Munafukai sun ci amana! Da munafunci munafukai sun ci amana!”
17 ହେ ପୃଥିବୀନିବାସୀ ଲୋକ, ତୁମ୍ଭ ନିମନ୍ତେ ଭୟ, ଗର୍ତ୍ତ ଓ ଫାନ୍ଦ ପ୍ରସ୍ତୁତ ଅଛି।
Razana da rami da tarko suna jiranku, Ya mutanen duniya.
18 ଆଉ, ଏପରି ଘଟିବ, କେହି ଯଦି ଭୟର ଶବ୍ଦରୁ ପଳାଏ, ସେ ଗର୍ତ୍ତରେ ପଡ଼ିବ; କେହି ଗର୍ତ୍ତ ମଧ୍ୟରୁ ଉଠି ଆସିଲେ, ସେ ଫାନ୍ଦରେ ଧରାଯିବ; କାରଣ ଊର୍ଦ୍ଧ୍ୱସ୍ଥ ଝରକାସବୁ ମୁକ୍ତ ଅଛି ଓ ପୃଥିବୀର ମୂଳସବୁ କମ୍ପମାନ ହେଉଅଛି।
Duk wanda ya yi ƙoƙarin tserewa daga ƙarar razana zai fāɗa cikin rami; wanda kuma ya tsere daga rami za a kama shi a tarko. An buɗe ƙofofin ambaliyar ruwan sama, harsashen ginin duniya suna rawa.
19 ପୃଥିବୀ ନିତାନ୍ତ ବିଦୀର୍ଣ୍ଣ ହେଉଅଛି, ପୃଥିବୀ ନିତାନ୍ତ ତରଳି ଯାଇଅଛି, ପୃଥିବୀ ଅତିଶୟ ବିଚଳିତ ହୋଇଅଛି।
An tsage duniya, duniya ta farfashe ta wage, an girgiza duniya ƙwarai.
20 ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ।
Duniya tana tangaɗi kamar mashayi, tana lilo kamar rumfa a cikin iska; laifin tayarwarta ya yi nauyi sosai har ta fāɗi ba kuwa za tă ƙara tashi ba.
21 ପୁଣି, ସେହି ଦିନ ସଦାପ୍ରଭୁ ଊର୍ଦ୍ଧ୍ୱରେ ଊର୍ଦ୍ଧ୍ୱସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ଡଳରେ ଭୂମଣ୍ଡଳସ୍ଥ ରାଜାଗଣଙ୍କୁ ପ୍ରତିଫଳ ଦେବେ।
A wannan rana Ubangiji zai hukunta ikokin da suke cikin sama da kuma sarakunan da suke a duniya.
22 ତହିଁରେ ଯେପରି ବନ୍ଦୀମାନେ କୂପରେ ଏକତ୍ରୀକୃତ ହୁଅନ୍ତି, ସେହିପରି ସେମାନେ ଏକତ୍ରୀକୃତ ହୋଇ ବନ୍ଦୀଗୃହରେ ରୁଦ୍ଧ ହେବେ, ପୁଣି, ଅନେକ ଦିନ ଉତ୍ତାରେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରାଯିବ।
Za a tattara su tare kamar ɗaurarru a kurkuku; za a rufe su a kurkuku a kuma hukunta su bayan kwanaki masu yawa.
23 ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ।
Sa’an nan wata zai ruɗe, rana ta ji kunya; gama Ubangiji Maɗaukaki zai yi mulki a kan Dutsen Sihiyona da kuma a cikin Urushalima, da kuma a gaban dattawanta, da ɗaukaka.

< ଯିଶାଇୟ 24 >