< ଯିଶାଇୟ 27 >

1 ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଦୟ, ବୃହତ ଓ ଶକ୍ତିଶାଳୀ ଖଡ୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବିୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।
In that day, Jehovah with his fierce and great and mighty sword will punish leviathan, the fleeing serpent, and leviathan the twisted serpent; and he will kill the serpent that is in the sea.
2 ସେହି ଦିନରେ ଏକ ଦ୍ରାକ୍ଷାକ୍ଷେତ୍ର ଅଛି, ତୁମ୍ଭେମାନେ ତହିଁର ଉଦ୍ଦେଶ୍ୟରେ ଗାନ କର।
In that day, sing to her, "A pleasant vineyard.
3 ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା।
I, Jehovah, am its keeper. I will water it every moment. Lest anyone damage it, I will keep it night and day.
4 ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯଦି କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ! ତେବେ ଆମ୍ଭେ ଆକ୍ରମଣ କରି ସେହି ସବୁକୁ ଏକାବେଳେ ଦଗ୍ଧ କରନ୍ତୁ।
Wrath is not in me, but if I should find briers and thorns, I would do battle. I would march on them and I would burn them together.
5 ନଚେତ୍ ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ବନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ।
Or else let him take hold of my strength, that he may make peace with me. Let him make peace with me."
6 ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ।
In days to come, Jacob will take root. Israel will blossom and bud. They will fill the surface of the world with fruit.
7 ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେହିପରି ସେ କି ତାହାକୁ ପ୍ରହାର କରିଅଛନ୍ତି? ଅବା, ତାହା ଦ୍ୱାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି?
Has he struck them as he struck those who struck them? Or have they been killed as their killers were killed?
8 ତୁମ୍ଭେ ତାହାକୁ ବାହାର କରିବା ବେଳେ ପରିତ୍ରାଣକ୍ରମେ ତାହା ସଙ୍ଗେ ବିବାଦ କରୁଅଛ; ସେ ପୂର୍ବୀୟ ବାୟୁ ଦିନରେ ନିଜ ପ୍ରବଳ ବାୟୁ ଦ୍ୱାରା ତାହାକୁ ସ୍ଥାନାନ୍ତରିତ କରିଅଛନ୍ତି।
In measure, when you send them away, you contend with them. He has removed them with his rough blast in the day of the east wind.
9 ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ-ପ୍ରତିମାସବୁ ଆଉ ଉଠିବେ ନାହିଁ।
Therefore, by this the iniquity of Jacob will be forgiven, and this is all the fruit of taking away his sin: that he makes all the stones of the altar as chalk stones that are beaten in pieces, so that the Asherim and the incense altars shall rise no more.
10 କାରଣ ସୁଦୃଢ଼ ନଗର ପ୍ରାନ୍ତରର ତୁଲ୍ୟ ନିର୍ଜନ, ଲୋକ ବିବର୍ଜିତ ଓ ପରିତ୍ୟକ୍ତ ବସତି ସ୍ଥାନ ହୋଇଅଛି; ସେହି ସ୍ଥାନରେ ଗୋବତ୍ସ ଚରିବ ଓ ଶୟନ କରିବ, ପୁଣି, ବୃକ୍ଷର ଶାଖାସବୁ ଗ୍ରାସ କରିବ।
For the fortified city is solitary, a habitation deserted and forsaken, like the wilderness. The calf will feed there, and there he will lie down, and consume its branches.
11 ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗାଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।
When its boughs are withered, they will be broken off. The women will come and set them on fire, for they are a people of no understanding. Therefore he who made them will not have compassion on them, and he who formed them will show them no favor.
12 ସେହି ଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ।
It will happen in that day, that Jehovah will thresh from the flowing stream of the Perath to the Wadi of Egypt; and you will be gathered one by one, children of Israel.
13 ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।
It will happen in that day that a great trumpet will be blown; and those who were ready to perish in the land of Assyria, and those who were outcasts in the land of Egypt, shall come; and they will worship Jehovah in the holy mountain at Jerusalem.

< ଯିଶାଇୟ 27 >