< ଯିଶାଇୟ 27 >

1 ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଦୟ, ବୃହତ ଓ ଶକ୍ତିଶାଳୀ ଖଡ୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବିୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।
Katika siku hiyo Yahwe kwa upanga wake ulio mgumu, mkubwa na mkali, atamadhibu Leviathani na nyoka yule anayetambaa kwa kupenya, na atamuua mnyama anayeishi baharini.
2 ସେହି ଦିନରେ ଏକ ଦ୍ରାକ୍ଷାକ୍ଷେତ୍ର ଅଛି, ତୁମ୍ଭେମାନେ ତହିଁର ଉଦ୍ଦେଶ୍ୟରେ ଗାନ କର।
Siku hiyo: Shamba la zabibu, litawaimbia.
3 ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା।
''Mimi Yahwe ni mlinzi wake; Ninalimwagia maji kila wakati; hivyo hakuna anayelimiza, Ninalilinda usiku na mchana.
4 ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯଦି କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ! ତେବେ ଆମ୍ଭେ ଆକ୍ରମଣ କରି ସେହି ସବୁକୁ ଏକାବେଳେ ଦଗ୍ଧ କରନ୍ତୁ।
Sina hasira, Oh, kama mbigiri na miiba! Katika vita nitatembea dhidi yao; Nitawachoma wote kwa pamoja;
5 ନଚେତ୍ ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ବନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ।
labda wafahamu ulinzi wangu na wafanye amani na mimi, waache wafanye amani na mimi.
6 ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ।
Kwa siku inayokuja, Yakobo atachukua mzizi; Israeli itatoa maua na kuchipua; na itaijaza aridhi yote kwa matunda.''
7 ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେହିପରି ସେ କି ତାହାକୁ ପ୍ରହାର କରିଅଛନ୍ତି? ଅବା, ତାହା ଦ୍ୱାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି?
Je Yahwe alimshambulia Yakobo na Israeli na hayo mataifa yaliyomshambulia? Je Yakobo na Israeli waliuliwa na wao kama mliowachinja katika mataifa mliowauwa wao?
8 ତୁମ୍ଭେ ତାହାକୁ ବାହାର କରିବା ବେଳେ ପରିତ୍ରାଣକ୍ରମେ ତାହା ସଙ୍ଗେ ବିବାଦ କରୁଅଛ; ସେ ପୂର୍ବୀୟ ବାୟୁ ଦିନରେ ନିଜ ପ୍ରବଳ ବାୟୁ ଦ୍ୱାରା ତାହାକୁ ସ୍ଥାନାନ୍ତରିତ କରିଅଛନ୍ତି।
Kitika kipimo halisi cha kuridhisha, watume Yakobo na Israeli mbali; aliwaondosha mbali kwa upepo mkali, katika siku ya upepo wa mashariki.
9 ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ-ପ୍ରତିମାସବୁ ଆଉ ଉଠିବେ ନାହିଁ।
Hivyo kwa njia hii, maovu ya Yakobo yatalipiwa, maana hii itakuwa matunda yote yakuomdolewa dhambi zake: pale atakapofanya mathebau ya mawe kama chokaa na kuviangamiza katika vipande vipande, na hakuna nguzo za Ashera au madhebau itakayoachwa imesimama.
10 କାରଣ ସୁଦୃଢ଼ ନଗର ପ୍ରାନ୍ତରର ତୁଲ୍ୟ ନିର୍ଜନ, ଲୋକ ବିବର୍ଜିତ ଓ ପରିତ୍ୟକ୍ତ ବସତି ସ୍ଥାନ ହୋଇଅଛି; ସେହି ସ୍ଥାନରେ ଗୋବତ୍ସ ଚରିବ ଓ ଶୟନ କରିବ, ପୁଣି, ବୃକ୍ଷର ଶାଖାସବୁ ଗ୍ରାସ କରିବ।
Maana mji imara umeharibiwa, makao yake na faragha yake yameachwa kama jangwa. Kuna ndama wanachungwa, na huko ndiko atakapo lala na kuyala matawi yake.
11 ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗାଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।
Matawi yake yatakaponyauka yatanguka. Wanawake watakuja na kuyatumia kutengeneza moto, maana hawa sio watu waelewa. Hivyo basi Muumba wao hatakuwa na huruma juu yao, na yeye aliyewaumba atakuwa na huruma juu yao.
12 ସେହି ଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ।
Na siku hiyo itakuwa kwamba Yahwe atapururua kutoka mto Efrate mpaka Wadi ya Misri na njie, watu wa Israeli, tutakusanyika mahali pamoja mmoja mmoja.
13 ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।
Siku hiyo tarumbeta kubwa litapulizwa; na watu waliopotea katika nchi ya Asiria watakuja, na waliotupwa katika nchi ya Misri, watamuabudu Yahwe katika mlima mtakatifu huko Yerusalemu.

< ଯିଶାଇୟ 27 >