< ଯିଶାଇୟ 28 >

1 ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର!
قوڕبەسەر ئەو تاجەی سەرخۆشانی ئەفرایم شانازی پێوە دەکەن! قوڕبەسەر ئەو شارەی دەسەڵاتدارە بەسەر دۆڵی بەپیت، کە جوانی و شکۆمەندییەکەی وەک گوڵێکی سیسە. قوڕبەسەر ئەوانەی شەراب ئەوانی کەواندووە!
2 ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ୱାରା ଭୂମିରେ ନିକ୍ଷେପ କରିବ।
ئەوەتا بەهێز و توند هی پەروەردگارە. وەک لێزمەی تەرزە و ڕەشەبای وێرانکەر، وەک لێزمەی ئاوی زۆری ڕاماڵ، بە دەست فڕێیدەداتە سەر زەوی.
3 ଇଫ୍ରୟିମର ମତ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ ପଦ ତଳେ ଦଳିତ ହେବ;
پێشێل دەکرێت تاجی شانازی سەرخۆشانی ئەفرایم.
4 ଆଉ, ଫଳଶାଳୀ ଉପତ୍ୟକାର ମସ୍ତକରେ ସ୍ଥିତ ତାହାର ସୁନ୍ଦର ଭୂଷଣର ମ୍ଳାନପ୍ରାୟ ପୁଷ୍ପ, ଗ୍ରୀଷ୍ମକାଳ ପୂର୍ବରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ହେବ; ଯାହା କେହି ଦେଖିବାମାତ୍ର ଲକ୍ଷ୍ୟ କରେ ଓ ହସ୍ତରେ ଧରିବା ମାତ୍ର ଗ୍ରାସ କରେ।
دەبێت بە گوڵی سیس بوو جوانی شکۆمەندییەکەی، ئەوەی لەسەر دۆڵی بەپیتە، وەک پێگەیشتنی هەنجیر بەر لە هاوین، ئەوەی دەیبینێت هێشتا لە مستیەتی قووتی دەدات.
5 ସେହି ଦିନରେ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ ସୁନ୍ଦର ମୁକୁଟ ଓ ଶୋଭାକର କିରୀଟ ସ୍ୱରୂପ ହେବେ;
لەو ڕۆژەدا یەزدانی سوپاسالار دەبێتە تاجەگوڵینەی جوانی و تاجی شکۆمەندی بۆ پاشماوەی گەلەکەی.
6 ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର-ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ।
دەبێتە ڕۆحی دادپەروەری بۆ دانیشتوو لەسەر تەختی حوکمدان و پاڵەوانیێتی بۆ بەرەنگاربووانی جەنگ لەبەر دەروازەکان.
7 ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍‍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।
ئەمانیش بە شەراب گێژن و بە مەی گومڕان: کاهین و پێغەمبەر بە مەی گێژن، بە شەراب قووتدەدرێن، بە مەی گومڕان، کە بینینیان بۆ ئاشکرا دەکرێت گێژن، کوێرانە حوکم دەدەن.
8 କାରଣ, ମେଜସବୁ ବାନ୍ତି ଓ ମଳରେ ପରିପୂର୍ଣ୍ଣ, କୌଣସି ପରିଷ୍କୃତ ସ୍ଥାନ ନାହିଁ।
هەموو مێزەکان پڕ بوون لە ڕشانەوە و هیچ جێگایەک بێ پیسایی نەماوە.
9 “ସେ କାହାକୁ ଜ୍ଞାନ ଶିକ୍ଷା ଦେବ? ସେ କାହାକୁ ସମାଚାର ବୁଝାଇ ଦେବ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ?
دەڵێن: «زانیاری فێری کێ دەکات؟ پەیام بۆ کێ ڕوون دەکاتەوە؟ بۆ لەشیربڕاوەکان، یان بۆ لە مەمک بڕاوەکان؟
10 କାରଣ, ଏ ତ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ।”
وەک گغە گغ بۆ گغە گغ، بڤە بڤ بۆ بڤە بڤ، کەمێک لێرە و کەمێک لەوێ.»
11 ନା, ମାତ୍ର ସେ ବିଦେଶୀୟ ଓଷ୍ଠାଧର ଓ ପରଭାଷା ଦ୍ୱାରା ଏହି ଲୋକମାନଙ୍କୁ କଥା କହିବେ;
کەواتە خوداش بە لێوی بێگانە و زمانێکی نامۆ قسە بۆ ئەم گەلە دەکات.
12 ସେ ସେମାନଙ୍କୁ କହିଲେ, “ଏହି ବିଶ୍ରାମ, ତୁମ୍ଭେମାନେ କ୍ଳାନ୍ତ ଲୋକମାନଙ୍କୁ ବିଶ୍ରାମ ଦିଅନ୍ତି, ପୁଣି, ଏହି ତ ଆରାମ,” ମାତ୍ର ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ।
بۆ ئەوانەی پێی گوتن: «ئەمە حەسانەوەیە، با ماندوو بحەسێتەوە، ئەمە ئارامگایە.» بەڵام نەیانویست گوێ بگرن.
13 ଏହେତୁ ସେମାନେ ଯେପରି ଯାଇ ପଶ୍ଚାତ୍‍ ପଡ଼ି ଭଗ୍ନ ହେବେ, ଫାନ୍ଦରେ ପଡ଼ିବେ ଓ ଧୃତ ହେବେ, ଏଥିପାଇଁ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ହେବ।
جا فەرمایشتی یەزدان بۆیان دەبێت بە: گغە گغ بۆ گغە گغ، بڤە بڤ بۆ بڤە بڤ، کەمێک لێرە و کەمێک لەوێ. بۆ ئەوەی بڕۆن و بەرەو دواوە بکەون و بشکێنەوە و ڕاو بکرێن و بگیرێن.
14 ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
ئەی پیاوانی گاڵتەجاڕ، لەبەر ئەوە گوێ لە فەرمایشتی یەزدان بگرن، ئەی فەرمانڕەوایانی ئەم گەلە کە لە ئۆرشەلیمن!
15 ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,” (Sheol h7585)
گوتتان: «پەیمانمان لەگەڵ مردن بەستووە و پەیماننامەمان لەگەڵ جیهانی مردووان مۆر کردووە، کە قامچی لافاو تێدەپەڕێت لە ئێمە نزیک ناکەوێتەوە، چونکە درۆمان کردووە بە داڵدەمان و لەناو ساختە پەناگیر دەبین.» (Sheol h7585)
16 ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣ-ପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।
لەبەر ئەوە یەزدانی باڵادەست ئەمە دەفەرموێت: «ئەوەتا بەردێک لە سییۆن دادەنێم، کە دەبێتە سەنگی مەحەک، گرنگترین و گرانبەهاترین بەردی بناغە بۆ بناغەیەکی پتەو، ئەوەی پشتی پێ ببەستێت ناشڵەژێت.
17 ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ।”
دادوەری دەکەمە گوریسی پێوانە و بە شاووڵ ڕاستودروستی دەکەم، جا تەرزە داڵدەی درۆ ڕادەماڵێت و پەناگاش ئاو دایدەپۆشێت.
18 ପୁଣି, ମୃତ୍ୟୁୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ୱାରା ଦଳିତ ହେବ। (Sheol h7585)
پەیمانەکەتان لەگەڵ مردن دەسڕێتەوە و پەیماننامەکەتان لەگەڵ جیهانی مردووان سەر ناگرێت. کاتێک قامچی لافاو تێدەپەڕێت، ئێوە بۆی دەبن بە پێشێل. (Sheol h7585)
19 ତାହା ଯେତେ ଥର ଉପସ୍ଥିତ ହେବ, ସେତେଥର ତୁମ୍ଭମାନଙ୍କୁ ଧରିବ; କାରଣ ପ୍ରଭାତକୁ ପ୍ରଭାତ, ଦିବସ ଓ ରାତ୍ରି ତାହା ଉପସ୍ଥିତ ହେବ; ଆଉ, ସେହି ସମାଚାର ବୁଝିବାର କେବଳ ତ୍ରାସଜନକ ହେବ।
هەر کاتێک تێبپەڕێت دەتانبات، چونکە هەموو بەیانییەک تێدەپەڕێت بە شەو و بە ڕۆژ.» بە تەنها تێگەیشتنی پەیامەکە دەبێتە مایەی تۆقاندن.
20 କାରଣ, ଆପଣାକୁ ଲମ୍ବାଇବା ପାଇଁ ମନୁଷ୍ୟର ଶଯ୍ୟା ସାନ ଓ ଆପଣାକୁ ଘୋଡ଼ାଇବା ପାଇଁ ବସ୍ତ୍ର ଅଣଓସାର।
دۆشەک کورت بووە بۆ ڕاکشان و لێفەش تەنک بووە بۆ لەخۆپێچانەوە.
21 ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନ୍‍ର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ।
یەزدان هەڵدەستێت، وەک لە کێوی پەراچیم هەستا، هەروەک لە دۆڵی گبعۆن، تووڕەیی دێتە جۆش بۆ ئەوەی کارەکەی بکات، کارەکەی نامۆیە! بۆ ئەوەی ئیشەکەی بکات، ئیشەکەی نامۆیە!
22 ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ।
ئێستا گالتەجاڕ مەبن، نەوەک کۆتتان توندتر بکرێت، چونکە لەلایەن یەزدان، پەروەردگاری سوپاسالار، گوێم لە کۆتایی پێهێنان و بڕانەوە بووە بەسەر هەموو خاکەکەدا.
23 ତୁମ୍ଭେମାନେ କର୍ଣ୍ଣ ଦେଇ ଆମ୍ଭର ରବ ଶୁଣ; ମନୋଯୋଗ କରି ଆମ୍ଭର ବାକ୍ୟ ଶ୍ରବଣ କର।
گوێ شل بکەن و دەنگم ببیستن، گوێ بگرن و قسەم ببیستن.
24 କୃଷକ ବୀଜ ବୁଣିବା ପାଇଁ କʼଣ ନିତ୍ୟ ହଳ ବୁଲାଏ? ସେ କʼଣ ନିତ୍ୟ ଶିଆର କରି ଆପଣାର ଭୂମିର ଟେଳା ଭାଙ୍ଗେ?
ئایا جوتیار هەموو ڕۆژێک زەوییەکەی دەکێڵێت، هەڵیدەکۆڵێت و خەرتەی دەکات بۆ چاندن؟
25 ସେ କʼଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚି ଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କʼଣ ଜହ୍ନା ବୁଣେ ନାହିଁ?
ئەی کە ڕووەکەی تەخت کرد، تۆوی دەکات بە کونجی و زیرەی تێدا دەوەشێنێت و گەنم لە هێڵی جووتەکانی دادەنێت و جۆ لە شوێنی نیشانکراو، گوڵەبەڕۆژەش لە سنوورەکانی؟
26 କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି।
جا بە دادوەری ڕێنمایی دەکات، خودای خۆی فێری دەکات.
27 ଯେହେତୁ କଳାଜୀରା କୌଣସି ତୀକ୍ଷ୍ଣ ଅସ୍ତ୍ରରେ ମର୍ଦ୍ଦିତ ହୁଏ ନାହିଁ, କିଅବା ଜୀରା ଉପରେ ଶକଟ ଚକ୍ର ବୁଲାଯାଏ ନାହିଁ; ମାତ୍ର କଳାଜୀରା ଯଷ୍ଟିରେ ଓ ଜୀରା ଦଣ୍ଡରେ ପିଟାଯାଏ।
کونجی بە جەنجەڕ ناکوترێت، چەرخەی عەرەبانەش بەسەر زیرەدا نایەت، بەڵکو کونجی بە دار تێکدەدرێت و زیرەش بە گۆچان.
28 ରୁଟିର ଶସ୍ୟ ଚୂର୍ଣ୍ଣ କରାଯାଏ; କାରଣ ସେ ଚିରକାଳ ତାହା ମର୍ଦ୍ଦନ କରିବ ନାହିଁ; ଆଉ, ଯଦ୍ୟପି ତାହାର ଶକଟ ଚକ୍ର ଓ ତାହାର ଅଶ୍ୱଗଣ ତାହା ଛିନ୍ନଭିନ୍ନ କରି ପକାନ୍ତି, ତଥାପି ସେ ତାହା ଚୂର୍ଣ୍ଣ କରେ ନାହିଁ।
دانەوێڵە بۆ نان دەکوترێت، هەتاهەتایە جەنجەڕی بەسەردا ناهێنێت، چەرخەی عەرەبانەکەی و ئەسپەکەی وردوخاشی ناکەن.
29 ଏହା ହିଁ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ, ସେ ମନ୍ତ୍ରଣାରେ ଆଶ୍ଚର୍ଯ୍ୟ ଓ ଜ୍ଞାନରେ ମହାନ।
هەموو ئەمانەش لەلایەن یەزدانی سوپاسالارەوە هاتوون، ڕاوێژی سەیرە و دانایی مەزنە.

< ଯିଶାଇୟ 28 >