< ଯିଶାଇୟ 3 >

1 ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍‍, ଅନ୍ନ ସ୍ୱରୂପ ସମସ୍ତ ଯଷ୍ଟି ଓ ଜଳ ସ୍ୱରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି;
見よ、主、万軍の主はエルサレムとユダからささえとなり、頼みとなるものすべてささえとなるパン、すべてささえとなる水を取り去られる。
2 ବୀର, ଯୋଦ୍ଧା; ବିଚାରକର୍ତ୍ତା, ଭବିଷ୍ୟଦ୍‍ବକ୍ତା, ମନ୍ତ୍ରଜ୍ଞ, ପ୍ରାଚୀନ;
すなわち勇士と軍人、裁判官と預言者、占い師と長老、
3 ପଚାଶପତି, ସମ୍ଭ୍ରାନ୍ତ ମନୁଷ୍ୟ, ମନ୍ତ୍ରୀ, ନିପୁଣ ଶିଳ୍ପକର ଓ ନିପୁଣ ଶୁଭାଶୁଭବାଦୀ (ଦୂରୀକୃତ ହେବେ)।
五十人の長と身分の高い人、議官と巧みな魔術師、老練なまじない師を取り去られる。
4 ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ।
わたしはわらべを立てて彼らの君とし、みどりごに彼らを治めさせる。
5 ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ୱାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ୱାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନଙ୍କ ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ।
民は互に相しえたげ、人はおのおのその隣をしえたげ、若い者は老いたる者にむかって高ぶり、卑しい者は尊い者にむかって高ぶる。
6 କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, “ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;”
その時、人はその父の家で、兄弟をつかまえて言う、「あなたは外套を持っている、わたしたちのつかさびとになって、この荒れ跡をあなたの手で治めてください」と。
7 ସେ ସେହି ଦିନ ଆପଣା ରବ ଉଠାଇ କହିବ “ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋʼ ଗୃହରେ ଖାଦ୍ୟ କିମ୍ବା ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ।”
その日、彼は声をあげて言う、「わたしはいやす者となることはできません、わたしの家にはパンもなく、外套もありません、わたしを立てて、民のつかさびとにしないでください」。
8 ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ୱିତ କରିବା ପାଇଁ ସେମାନଙ୍କର ଜିହ୍ୱା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ।
これは彼らの言葉と行いとが主にそむき、その栄光の目をおかしたので、エルサレムはつまずき、ユダは倒れたからである。
9 ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି।
彼らの不公平は彼らにむかって不利なあかしをし、ソドムのようにその罪をあらわして隠さない。わざわいなるかな、彼らはみずから悪の報いをうけた。
10 ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।
正しい人に言え、彼らはさいわいであると。彼らはその行いの実を食べるからである。
11 ଦୁଷ୍ଟ ଲୋକର ସନ୍ତାପ ହେବ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।
悪しき者はわざわいだ、彼は災をうける。その手のなした事が彼に報いられるからである。
12 ମୋʼ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋʼ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି। ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି।
わが民は幼な子にしえたげられ、女たちに治められる。ああ、わが民よ、あなたを導く者はかえって、あなたを迷わせ、あなたの行くべき道を混乱させる。
13 ସଦାପ୍ରଭୁ ପ୍ରତିବାଦ କରିବାକୁ ଠିଆ ହେଉଅଛନ୍ତି, ଗୋଷ୍ଠୀୟମାନଙ୍କର ବିଚାର କରିବାକୁ ଠିଆ ହେଉଅଛନ୍ତି।
主は言い争うために立ちあがり、その民をさばくために立たれる。
14 ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; “ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;”
主はその民の長老と君たちとをさばいて、「あなたがたは、ぶどう畑を食い荒した。貧しい者からかすめとった物は、あなたがたの家にある。
15 “ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କʼଣ?” ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି।
なぜ、あなたがたはわが民を踏みにじり、貧しい者の顔をすり砕くのか」と万軍の神、主は言われる。
16 ଆହୁରି ସଦାପ୍ରଭୁ କହିଲେ, “ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ବାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶବ୍ଦ କରନ୍ତି;
主は言われた、シオンの娘らは高ぶり、首をのばしてあるき、目でこびをおくり、その行くとき気どって歩き、その足でりんりんと鳴り響かす。
17 ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତ ସ୍ଥାନ ଅନାବୃତ କରିବେ।”
それゆえ、主はシオンの娘らの頭を撃って、かさぶたでおおい、彼らの隠れた所をあらわされる。
18 ସେହି ଦିନ ପ୍ରଭୁ ସେମାନଙ୍କର ଗର୍ବ ସ୍ୱରୂପ ନୂପୁର, ଜାଲିବସ୍ତ୍ର, ଚନ୍ଦ୍ରହାର;
その日、主は彼らの美しい装身具と服装すなわち、くるぶし輪、髪ひも、月形の飾り、
19 କର୍ଣ୍ଣଭୂଷଣ, ଚୁଡ଼ି, ଘୁମୁଟା;
耳輪、腕輪、顔おおい、
20 ଶିରୋଭୂଷଣ, ପାଦର ବଳା, କଟିବନ୍ଧନୀ, ଅତରଧାନୀ, କବଚ;
頭飾り、すね飾り、飾り帯、香箱、守り袋、
21 ମୁଦି, ନଥ;
指輪、鼻輪、
22 ଉତ୍ସବକାଳୀନ ବସ୍ତ୍ର, ଆବରଣୀୟ ବସ୍ତ୍ର, ସାଲ, ଗାଞ୍ଜିଆ;
礼服、外套、肩掛、手さげ袋、
23 ଦର୍ପଣ, ସୂକ୍ଷ୍ମ ବସ୍ତ୍ର, ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।
薄織の上着、亜麻布の着物、帽子、被衣などを取り除かれる。
24 ତହିଁରେ ସୁଗନ୍ଧି ଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ, କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ, ସୁନ୍ଦର କେଶବିନ୍ୟାସ ବଦଳରେ କେଶ-ଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ।
芳香はかわって、悪臭となり、帯はかわって、なわとなり、よく編んだ髪はかわって、かぶろとなり、はなやかな衣はかわって、荒布の衣となり、美しい顔はかわって、焼き印された顔となる。
25 ତୁମ୍ଭର ପୁରୁଷମାନେ ଖଡ୍ଗାଘାତରେ ଓ ତୁମ୍ଭର ବିକ୍ରମୀଗଣ ଯୁଦ୍ଧରେ ପତିତ ହେବେ।
あなたの男たちはつるぎに倒れ、あなたの勇士たちは戦いに倒れる。
26 ସିୟୋନର ନଗରଦ୍ୱାରସକଳ ଶୋକ ଓ ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ।
シオンの門は嘆き悲しみ、シオンは荒れすたれて、地に座する。

< ଯିଶାଇୟ 3 >