< ଯିଶାଇୟ 30 >

1 ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ ମନ୍ତ୍ରଣା କରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର!
یەزدان دەفەرموێت: «قوڕبەسەر کوڕانی کەللەڕەق، پلانێک جێبەجێ دەکەن کە هی من نییە، داڕێژراوێک دادەڕێژن کە لە ڕۆحی منەوە نییە بۆ ئەوەی گوناه لەسەر گوناه زیاد بکەن.
2 ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ ମିସରକୁ ଯିବା ନିମନ୍ତେ ଯାତ୍ରା କରୁଅଛନ୍ତି।
دەڕۆن هەتا بەرەو میسر شۆڕ بنەوە بێ ئەوەی پرس بە من بکەن، هەتا پەنا بدەنە پاڵ قەڵای فیرعەون، لە سایەی میسر پەناگیر بن.
3 ଏହେତୁ ଫାରୋର ବଳ ତୁମ୍ଭମାନଙ୍କର ଲଜ୍ଜାଜନକ ହେବ ଓ ମିସରର ଛାୟାରେ ଆଶ୍ରୟ ନେବା ତୁମ୍ଭମାନଙ୍କର ଅପମାନଜନକ ହେବ।
بەڵام قەڵای فیرعەون بۆتان دەبێت بە ڕیسوایی و پەناگیریشتان لە سایەی میسر بە شەرمەزاری.
4 କାରଣ ତାହାର ଅଧିପତିମାନେ ସୋୟନରେ ଅଛନ୍ତି ଓ ତାହାର ରାଜଦୂତଗଣ ହାନେଷକୁ ଆସିଅଛନ୍ତି।
هەرچەندە میرەکانی وا لە چۆعەنن، نێردراوەکانی گەیشتنە شاری حانێس،
5 ଯେଉଁ ଗୋଷ୍ଠୀ ସେମାନଙ୍କର ଉପକାର କରି ନ ପାରନ୍ତି, ସେମାନଙ୍କ ବିଷୟରେ ସେସମସ୍ତେ ଲଜ୍ଜିତ ହେବେ, ସେ ଗୋଷ୍ଠୀ ସାହାଯ୍ୟକାରୀ କିମ୍ବା ଉପକାରଜନକ ନୁହନ୍ତି, ମାତ୍ର ଲଜ୍ଜା ଓ ଦୁର୍ନାମ ସ୍ୱରୂପ ଅଟନ୍ତି।”
بەڵام هەموو شەرمەزار دەبن لە گەلێک کە بێ سوودە بۆیان، بۆ یارمەتیدان نییە و بۆ سوود بەخشین نییە، چونکە بۆ ڕیسوایی و بۆ شورەییە.»
6 ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍‍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।
سروشێک سەبارەت بە ئاژەڵەکانی نەقەب: لە خاکی تەنگانە و ناخۆشیدا، ئەوەی شێرە مێ و شێری لێوە دێت، مار و ماری ژەهراوی باڵدار، سامانەکانیان لەسەر شانی گوێدرێژ بار دەکەن، لەسەر پشتی وشتریش گەنجینەکانیان بۆ لای گەلێک کە سوود نابەخشن،
7 କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ।
چونکە پووچ و بەفیڕۆدانە یارمەتییەکەی میسر. لەبەر ئەوە ناوم لەمە نا: «ڕەهەڤ ئەوەی هیچ ناکات».
8 ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତକାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ନଳାକାର ପୁସ୍ତକରେ ତାହା ଲିପିବଦ୍ଧ କର।
ئێستا وەرە لەلایان لەسەر تەختەیەک بینووسە و لە تۆمارێک نەخشی بکە، هەتا بۆ ڕۆژگاری داهاتوو ببێت بە شایەتێک بۆ هەتاهەتایە.
9 କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;
ئەوان گەلێکی یاخین، کوڕانی درۆزنن، ئەو کوڕانەی نەیانویست گوێ لە فێرکردنی یەزدان بگرن.
10 ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;
بە پێشبینیکەر دەڵێن: «پێشبینی مەکە!» بەوەی پەیامی خودا ڕادەگەیەنێت دەڵێن: «پەیامی ڕاستمان پێ ڕامەگەیەنە! قسەی لووسمان بۆ بکە، خەونی تەفرەدەر ببینە!
11 ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ିଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”
لە ڕێگا لابدەن، ڕێچکە بەر بدەن، خودا پیرۆزەکەی ئیسرائیل لە ئێمە دووربخەنەوە!»
12 ଏହେତୁ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ବାକ୍ୟ ତୁଚ୍ଛ କରୁଅଛ, ପୁଣି, ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର ରଖୁଅଛ;
لەبەر ئەوە خودا پیرۆزەکەی ئیسرائیل وا دەفەرموێت: «ئەم پەیامەتان ڕەتکردەوە و متمانەتان بە زۆرداری و خواروخێچی کرد و پشتتان پێیان بەست،
13 ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍‍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।
لەبەر ئەوە ئەم تاوانەتان وەک دیوارێکی ناڕێک و بەرز درزی تێکەوتبێت، ئەوەی لەناکاو و دەستبەجێ دادەڕووخێت.
14 ପୁଣି, ଯେପରି କୁମ୍ଭକାରର ପାତ୍ର ଭଙ୍ଗାଯାଏ, ସେହିପରି ସେ କିଛି ଦୟା ନ କରି ତାହା ଚୂର୍ଣ୍ଣ କରି ଭାଙ୍ଗି ପକାଇବେ; ତହିଁରେ ଚୁଲ୍ଲୀରୁ ଅଗ୍ନି କିଅବା କୁଣ୍ଡରୁ ଜଳ ନେବା ଭଳି ଖଣ୍ଡେ ଖପରା ହିଁ ତହିଁରୁ ମିଳିବ ନାହିଁ।”
وەک شکانی گۆزەی گۆزەکەران دەشکێت بێ بەزەییانە وردوخاش دەکرێت، لەناو پارچە وردوخاشکراوەکانی پارچەیەک نابێت بۆ هەڵگرتنی ئاگر لە ئاگردانەوە یان بۆ ئاو دەرهێنان لە ئەمباراوەوە.»
15 କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।”
یەزدانی باڵادەست، پیرۆزەکەی ئیسرائیل وا دەفەرموێت: «بە تۆبەکردن و ئارامگرتن ڕزگارتان دەبێت، پاڵەوانیتان لە هێمنی و لە دڵنیاییتان دەبێت، بەڵام نەتانویست،
16 ମାତ୍ର ତୁମ୍ଭେମାନେ କହିଲ, “ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ;” ଏଥିପାଇଁ ତୁମ୍ଭେମାନେ ପଳାତକ ହେବ; ଆଉ କହିଲ, “ଆମ୍ଭେମାନେ ଦ୍ରୁତଗାମୀ ବାହନରେ ଚଢ଼ିବା;” ଏଥିପାଇଁ ତୁମ୍ଭମାନଙ୍କ ପଶ୍ଚାତ୍‍ ଗୋଡ଼ାଇବା ଲୋକମାନେ ଦ୍ରୁତଗାମୀ ହେବେ।
گوتتان:”وا نا، بەڵکو بە ئەسپ هەڵدێین،“لەبەر ئەوە هەڵدێن! گوتتان:”سواری ئەسپی خێرا دەبین،“لەبەر ئەوە ڕاونەرانتان خێرا دەکەن!
17 ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡ ସ୍ୱରୂପ ହୋଇ ଅବଶିଷ୍ଟ ରହିବ।
لە ڕووی نەڕەی یەک کەس هەزار کەس هەڵدێت، لە ڕووی نەڕەی پێنج کەس هەمووتان هەڵدێن، هەتا وەک دار ئاڵا لەسەر لووتکەی چیا و وەک بەیداخ بەسەر گردەوە دەمێننەوە.»
18 ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।
بەڵام یەزدان چاوەڕێی ئەوە دەکات هەتا لەگەڵتان میهرەبان بێت، لەبەر ئەوە هەڵدەستێت بۆ ئەوەی بەزەیی پێتاندا بێتەوە، چونکە یەزدان خودای دادپەروەرییە. خۆزگە بەوانەی چاوەڕێی دەکەن!
19 ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବାମାତ୍ରେ ତୁମ୍ଭକୁ ଉତ୍ତର ଦେବେ।
ئەی گەلی سییۆن کە لە ئۆرشەلیم نیشتەجێن، ئێوە ئیتر ناگریێن. بە تەواوی میهرەبان دەبێت لەگەڵتان، لەگەڵ دەنگی هاوارتان کە گوێی لێ دەبێت، بە دەنگتانەوە دێت.
20 ପୁଣି, ଯଦ୍ୟପି ପ୍ରଭୁ ତୁମ୍ଭମାନଙ୍କୁ ଦୁଃଖରୂପ ଖାଦ୍ୟ ଓ କ୍ଲେଶରୂପ ଜଳ ଦିଅନ୍ତି, ତଥାପି ତୁମ୍ଭମାନଙ୍କର ଶିକ୍ଷକଗଣ ଆଉ ଗୁପ୍ତ ରହିବେ ନାହିଁ, ମାତ୍ର ତୁମ୍ଭର ଚକ୍ଷୁ ତୁମ୍ଭ ଶିକ୍ଷକଗଣକୁ ଦେଖିବ।
هەرچەندە پەروەردگار نانی تەنگانە و ئاوی ناخۆشیتان دەداتێ، بەڵام ئیتر مامۆستاکانتان ناخرێنە پەنای چاوەکانتان، مامۆستاکانتان دەبینن.
21 ପୁଣି, ଦକ୍ଷିଣରେ କିମ୍ବା ବାମରେ ଫେରିବା ବେଳେ ତୁମ୍ଭର କର୍ଣ୍ଣ ତୁମ୍ଭ ପଛଆଡ଼ୁ ଏହି କଥା ଶୁଣିବ, “ପଥ ଏହି, ଏଥିରେ ହିଁ ତୁମ୍ଭେମାନେ ଗମନ କର।”
کاتێک بەلای ڕاست یان چەپدا لادەدەن، گوێیەکانتان دەنگێک دەبیستێت لە دواتانەوە دەڵێت: «ئەمە ڕێگاکەیە پێیدا بڕۆن.»
22 ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେହି ସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, ଏଠାରୁ ବାହାରି ଯାଅ।
پەیکەرە داتاشراوە بە زیو ڕووکەشکراوەکانتان و بتە لەقاڵبدراوە بە زێڕ ڕووکەشکراوەکانتان بە گڵاو دادەنێن. وەک پەڕۆی پیسی ئافرەت فڕێیدەدەن، پێی دەڵێن: «بڕۆ دەرەوە!»
23 ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେହି ଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ।
ئینجا بارانی تۆوەکەت دەداتێ کە زەوییەکەی پێ تۆو دەکەیت، نانی بەروبوومی زەوییەکە چەور و قەڵەو دەبێت. لەو ڕۆژەدا مەڕوماڵاتەکەت لە لەوەڕگایەکی پانوبەریندا دەلەوەڕێن.
24 ମଧ୍ୟ ଭୂମି ଚାଷକାରୀ ବଳଦ, ଯୁବା ଗର୍ଦ୍ଦଭମାନେ ଚାଲୁଣୀ ଓ କୁଲାରେ ଝଡ଼ା ସୁମିଶ୍ରିତ ଶସ୍ୟାଦି ଖାଇବେ।
گاجووت و نێرەکەرەکانت کە لە زەوییەکەت کار دەکەن ئالیکی پاککراو دەخۆن کە بە شەن و بێڵ شەن کرابێت.
25 ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ, ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ।
جا لەسەر هەموو کێوێکی بڵند و لەسەر هەموو تەپۆڵکەیەکی بەرز ڕووبار و جۆگەی ئاو دەبێت لە ڕۆژی کوشتارە مەزنەکە، کاتێک قوللەکان دەکەون.
26 ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ, ସେହି ଦିନରେ ଚନ୍ଦ୍ରମାର ଦୀପ୍ତି ସୂର୍ଯ୍ୟର ଦୀପ୍ତି ତୁଲ୍ୟ ହେବ, ଆଉ ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତି ତୁଲ୍ୟ ସପ୍ତଗୁଣ ହେବ।
جا ڕووناکی مانگ وەک ڕووناکی خۆر دەبێت، ڕووناکی خۆریش حەوت ئەوەندە دەبێت وەک ڕووناکی حەوت ڕۆژ لەو ڕۆژەی یەزدان شکاوی گەلەکەی دەگرێتەوە و جێی لێدانەکانی تیمار دەکات.
27 ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ;
ئەوەتا ناوی یەزدان لە دوورەوە هات، تووڕەییەکەی گڕی گرتووە و بارەکەی قورسە. لێوەکانی پڕن لە هەڵچوون و زمانی وەک ئاگرێکی لووشدەرە.
28 ପୁଣି, ତାହାଙ୍କର ଶ୍ୱାସବାୟୁ ପ୍ଲାବିତ ସ୍ରୋତ ତୁଲ୍ୟ, ସର୍ବଦେଶୀୟ ଲୋକମାନଙ୍କୁ ଅସାରତାରୂପ ଚାଲୁଣୀରେ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି; ଆଉ, ଗୋଷ୍ଠୀସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ।
هەناسەی وەک ڕووبارێکی هەستاوە دەگات بە گەردن، بۆ لەبێژنگدانی نەتەوەکان بە بێژنگی لەناوچوون و لغاوی گومڕابوونیش لەدەم گەلانە.
29 ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ।
گۆرانییەکتان بۆ دەبێت وەک شەوی تەرخانکردنی جەژن، خۆشی دڵیش وەک ئەوەی بەدەم بلوێرەوە بڕوات هەتا بێت بۆ کێوی یەزدان، بۆ تاشەبەردەکەی ئیسرائیل.
30 ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।
یەزدان وا دەکات دەنگی مەزنی ببیسترێت و دابەزینی بازووی ببینرێت بە هەڵچوونی تووڕەیی و گڕی ئاگری لووشدەر، بە ڕەشەبا و لێزمەی باران و تەرزەوە.
31 କାରଣ ସଦାପ୍ରଭୁଙ୍କ ରବରେ ଅଶୂର ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ, ସେ ତାହାକୁ ଦଣ୍ଡାଘାତ କରିବେ।
ئاشور لە دەنگی یەزدان لەرز دەیگرێت، بە داردەست لێدەدات.
32 ପୁଣି, ଯେଉଁ ନିରୂପିତ ଯଷ୍ଟି ସଦାପ୍ରଭୁ ତାହା ଉପରେ ଥୋଇବେ, ତହିଁର ପ୍ରତ୍ୟେକ ଆଘାତ ସମୟରେ ତବଲା ଓ ବୀଣା ବାଜିବ ଓ ସେ ସେମାନଙ୍କ ସହିତ ମହାଯୁଦ୍ଧ କରିବେ।
جا هەموو لێدانێکی گۆچانی دادوەری، ئەوەی یەزدان بەسەریدا دەهێنێت، بە دەف و قیسارەوە دەبێت و بە ڕاوەشاندنی دەستی کە دەجەنگێت.
33 କାରଣ ତୋଫତ୍‍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।
چاڵی تۆفەت لەمێژە ڕێکخراوە، بۆ پاشا ئامادە کراوە، قووڵە، بەرینە، کەڵەکە کراوەکەی ئاگرە و داری زۆرە. هەناسەی یەزدان وەک ڕووباری گۆگردە گڕی تێبەردەدات.

< ଯିଶାଇୟ 30 >