< ଯିଶାଇୟ 30 >
1 ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ ମନ୍ତ୍ରଣା କରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର!
¡Ay de los hijos rebeldes, dice Yavé, que ejecutan un plan, pero no mío, y hacen un pacto, pero no de mi Espíritu, con el fin de añadir pecado con pecado,
2 ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ ମିସରକୁ ଯିବା ନିମନ୍ତେ ଯାତ୍ରା କରୁଅଛନ୍ତି।
quienes salen para bajar a Egipto a buscar la protección de Faraón y refugiarse en la sombra de Egipto!
3 ଏହେତୁ ଫାରୋର ବଳ ତୁମ୍ଭମାନଙ୍କର ଲଜ୍ଜାଜନକ ହେବ ଓ ମିସରର ଛାୟାରେ ଆଶ୍ରୟ ନେବା ତୁମ୍ଭମାନଙ୍କର ଅପମାନଜନକ ହେବ।
Pero la protección de Faraón será su vergüenza, y el amparo a la sombra de Egipto, su humillación.
4 କାରଣ ତାହାର ଅଧିପତିମାନେ ସୋୟନରେ ଅଛନ୍ତି ଓ ତାହାର ରାଜଦୂତଗଣ ହାନେଷକୁ ଆସିଅଛନ୍ତି।
Cuando sus magistrados estén ya en Zoán, y sus embajadores lleguen a Hanes,
5 ଯେଉଁ ଗୋଷ୍ଠୀ ସେମାନଙ୍କର ଉପକାର କରି ନ ପାରନ୍ତି, ସେମାନଙ୍କ ବିଷୟରେ ସେସମସ୍ତେ ଲଜ୍ଜିତ ହେବେ, ସେ ଗୋଷ୍ଠୀ ସାହାଯ୍ୟକାରୀ କିମ୍ବା ଉପକାରଜନକ ନୁହନ୍ତି, ମାତ୍ର ଲଜ୍ଜା ଓ ଦୁର୍ନାମ ସ୍ୱରୂପ ଅଟନ୍ତି।”
todos serán avergonzados por un pueblo que no puede aprovecharles, pues no sirven de ayuda ni de ganancia, sino de vergüenza, de humillación y hasta de afrenta.
6 ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।
Carga profética sobre las bestias del Neguev: Por tierra de tribulación y angustia, de donde salen la leona, el león, la víbora y la serpiente que vuela, llevan sus riquezas sobre asnos y sus tesoros sobre las jorobas de sus camellos a un pueblo que no les será provechoso,
7 କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ।
a Egipto, aunque la ayuda de él es vana e inútil, por lo cual lo llamé: Rahab, la inutilizada.
8 ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତକାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ନଳାକାର ପୁସ୍ତକରେ ତାହା ଲିପିବଦ୍ଧ କର।
Vé, pues, ahora y escribe esta visión en una tablilla delante de ellos, y regístrala en un rollo, a fin de que sirva para siempre como un testimonio en el tiempo venidero.
9 କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;
Porque este pueblo es rebelde, hijos mentirosos, hijos que no quieren escuchar la Ley de Yavé,
10 ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;
quienes dicen a los videntes: No vean, y a los profetas: No profeticen cosas rectas para nosotros. Dígannos cosas halagüeñas. Profeticen mentiras.
11 ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ିଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”
Apártense del camino, desvíense de la senda. Quiten de delante de nosotros al Santo de Israel.
12 ଏହେତୁ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ବାକ୍ୟ ତୁଚ୍ଛ କରୁଅଛ, ପୁଣି, ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର ରଖୁଅଛ;
Por tanto el Santo de Israel dice: Por cuanto desechan esta Palabra, confían en la violencia y en la perversidad y se apoyan en ellas,
13 ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।
este pecado les será como brecha que amenaza ruina y se extiende desde lo alto del muro hasta que se desploma súbita y repentinamente.
14 ପୁଣି, ଯେପରି କୁମ୍ଭକାରର ପାତ୍ର ଭଙ୍ଗାଯାଏ, ସେହିପରି ସେ କିଛି ଦୟା ନ କରି ତାହା ଚୂର୍ଣ୍ଣ କରି ଭାଙ୍ଗି ପକାଇବେ; ତହିଁରେ ଚୁଲ୍ଲୀରୁ ଅଗ୍ନି କିଅବା କୁଣ୍ଡରୁ ଜଳ ନେବା ଭଳି ଖଣ୍ଡେ ଖପରା ହିଁ ତହିଁରୁ ମିଳିବ ନାହିଁ।”
Esta quebradura será como se quiebra un vaso de alfarero, que lo hace trizas sin compasión, hasta no quedar entre sus pedazos, ni un tiesto con el cual llevar fuego del horno o para sacar agua del pozo.
15 କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।”
Porque ʼAdonay Yavé, el Santo de Israel, dice: En regresar a Mí y tener calma, serán salvos. En quietud y confianza está su fortaleza. Pero no quisieron.
16 ମାତ୍ର ତୁମ୍ଭେମାନେ କହିଲ, “ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ;” ଏଥିପାଇଁ ତୁମ୍ଭେମାନେ ପଳାତକ ହେବ; ଆଉ କହିଲ, “ଆମ୍ଭେମାନେ ଦ୍ରୁତଗାମୀ ବାହନରେ ଚଢ଼ିବା;” ଏଥିପାଇଁ ତୁମ୍ଭମାନଙ୍କ ପଶ୍ଚାତ୍ ଗୋଡ଼ାଇବା ଲୋକମାନେ ଦ୍ରୁତଗାମୀ ହେବେ।
Sino dijeron: No, huiremos a caballo. Por eso ciertamente huirán. Dijeron: En veloces corceles cabalgaremos. Por eso más veloces serán sus perseguidores.
17 ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡ ସ୍ୱରୂପ ହୋଇ ଅବଶିଷ୍ଟ ରହିବ।
Un millar huirán por la amenaza de uno. Por la amenaza de cinco huirán todos ustedes, hasta que queden como mástil en la cumbre de una montaña y como bandera sobre una colina.
18 ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।
Por tanto, Yavé espera para otorgarles gracia. Por eso se levanta para compadecerse de ustedes, porque Yavé es ʼElohim justo. ¡Inmensamente felices todos los que esperan en Él!
19 ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବାମାତ୍ରେ ତୁମ୍ଭକୁ ଉତ୍ତର ଦେବେ।
Oh pueblo de Sion que habitas en Jerusalén, en verdad nunca más volverás a llorar. Ciertamente Aquél que es compasivo se compadecerá de ti. Te responderá al oír la voz de tu clamor.
20 ପୁଣି, ଯଦ୍ୟପି ପ୍ରଭୁ ତୁମ୍ଭମାନଙ୍କୁ ଦୁଃଖରୂପ ଖାଦ୍ୟ ଓ କ୍ଲେଶରୂପ ଜଳ ଦିଅନ୍ତି, ତଥାପି ତୁମ୍ଭମାନଙ୍କର ଶିକ୍ଷକଗଣ ଆଉ ଗୁପ୍ତ ରହିବେ ନାହିଁ, ମାତ୍ର ତୁମ୍ଭର ଚକ୍ଷୁ ତୁମ୍ଭ ଶିକ୍ଷକଗଣକୁ ଦେଖିବ।
Aunque ʼAdonay les dé pan de escasez y agua de aflicción, su Maestro nunca más se ocultará. Con tus propios ojos verás a tu Maestro.
21 ପୁଣି, ଦକ୍ଷିଣରେ କିମ୍ବା ବାମରେ ଫେରିବା ବେଳେ ତୁମ୍ଭର କର୍ଣ୍ଣ ତୁମ୍ଭ ପଛଆଡ଼ୁ ଏହି କଥା ଶୁଣିବ, “ପଥ ଏହି, ଏଥିରେ ହିଁ ତୁମ୍ଭେମାନେ ଗମନ କର।”
Entonces tus oídos oirán una Palabra detrás de ti que dirá: Éste es el camino. Anden por él.
22 ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେହି ସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, ଏଠାରୁ ବାହାରି ଯାଅ।
Entonces profanarás tus esculturas cubiertas de plata y tus imágenes fundidas revestidas de oro. Las tirarás como trapo de menstruo y les dirás: ¡Fuera!
23 ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେହି ଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ।
Te dará lluvia para la semilla que siembres en el campo. El grano de la cosecha de la tierra será rico y sustancioso. En aquel día tus ganados pastarán en amplios pastizales.
24 ମଧ୍ୟ ଭୂମି ଚାଷକାରୀ ବଳଦ, ଯୁବା ଗର୍ଦ୍ଦଭମାନେ ଚାଲୁଣୀ ଓ କୁଲାରେ ଝଡ଼ା ସୁମିଶ୍ରିତ ଶସ୍ୟାଦି ଖାଇବେ।
Los bueyes y asnos que labran la tierra comerán forraje fermentado, aventado con pala y horqueta.
25 ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ, ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ।
Sucederá en aquel día de la gran matanza que, cuando caigan las torres, habrá arroyos y corrientes de agua en toda montaña alta y en toda colina elevada.
26 ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ, ସେହି ଦିନରେ ଚନ୍ଦ୍ରମାର ଦୀପ୍ତି ସୂର୍ଯ୍ୟର ଦୀପ୍ତି ତୁଲ୍ୟ ହେବ, ଆଉ ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତି ତୁଲ୍ୟ ସପ୍ତଗୁଣ ହେବ।
El día cuando Yavé ponga venda a la fractura de su pueblo y cure la llaga que Él le causó, la luz de la luna será como la luz del sol y la luz del sol será siete veces mayor.
27 ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ;
Ciertamente el Nombre de Yavé viene de lejos, y se acerca airado y levanta densa humareda. Sus labios están llenos de ira y su lengua es fuego devorador.
28 ପୁଣି, ତାହାଙ୍କର ଶ୍ୱାସବାୟୁ ପ୍ଲାବିତ ସ୍ରୋତ ତୁଲ୍ୟ, ସର୍ବଦେଶୀୟ ଲୋକମାନଙ୍କୁ ଅସାରତାରୂପ ଚାଲୁଣୀରେ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି; ଆଉ, ଗୋଷ୍ଠୀସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ।
Su respiración es como un torrente desbordado que alcanza hasta la garganta, para sacudir a las naciones con zaranda hasta acabarlas y sujetar las mandíbulas de los pueblos.
29 ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ।
Pero ustedes tendrán un cántico como la noche cuando se celebra una solemnidad, y alegría de corazón como el que camina al son de la flauta para ir a la Montaña de Yavé, a la Roca de Israel.
30 ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।
Yavé resonará la majestad de su voz y mostrará su brazo que descarga con furor su ira con llamas de fuego devorador, con aguacero, tempestad y granizo.
31 କାରଣ ସଦାପ୍ରଭୁଙ୍କ ରବରେ ଅଶୂର ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ, ସେ ତାହାକୁ ଦଣ୍ଡାଘାତ କରିବେ।
Pues Asiria será destrozada por causa de la voz de Yavé. Él hiere con la vara.
32 ପୁଣି, ଯେଉଁ ନିରୂପିତ ଯଷ୍ଟି ସଦାପ୍ରଭୁ ତାହା ଉପରେ ଥୋଇବେ, ତହିଁର ପ୍ରତ୍ୟେକ ଆଘାତ ସମୟରେ ତବଲା ଓ ବୀଣା ବାଜିବ ଓ ସେ ସେମାନଙ୍କ ସହିତ ମହାଯୁଦ୍ଧ କରିବେ।
Cada golpe de la vara justiciera que Yavé descargue en ella será acompañado con panderos y arpas. En tumultuosa batalla peleará contra ellos.
33 କାରଣ ତୋଫତ୍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।
Porque hace tiempo una hoguera profunda y ancha está dispuesta para el rey con abundante leña en Tofet. El soplo de Yavé la enciende como torrente de azufre.