< ଯିଶାଇୟ 31 >
1 ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର!
Woe to those who go down to Egypt for help, and rely on horses, and trust in chariots because they are many, and in horsemen because they are very strong, but they look not to the Holy One of Israel, nor seek Jehovah!
2 ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ; ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ।
Yet he also is wise, and will bring evil, and will not call back his words, but will arise against the house of the evildoers, and against the help of those who work iniquity.
3 ମିସରୀୟମାନେ ମନୁଷ୍ୟ ମାତ୍ର, ପରମେଶ୍ୱର ନୁହନ୍ତି ଓ ସେମାନଙ୍କ ଅଶ୍ୱଗଣ ମାଂସ ମାତ୍ର, ଆତ୍ମା ନୁହନ୍ତି; ପୁଣି ସଦାପ୍ରଭୁ ଆପଣା ହସ୍ତ ବିସ୍ତାର କଲେ, ସହାୟକାରୀ ଝୁଣ୍ଟି ପଡ଼ିବ ଓ ସହାୟପ୍ରାପ୍ତ ପଡ଼ିଯିବ, ପୁଣି ଦୁହେଁ ଏକତ୍ର ବିନଷ୍ଟ ହେବେ।
Now the Egyptians are men, and not God, and their horses flesh, and not spirit. And when Jehovah shall stretch out his hand, both he who helps shall stumble, and he who is helped shall fall, and they shall all be consumed together.
4 କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକାଗଲେ ହେଁ ସେ ସେମାନଙ୍କ ରବରେ ଉଦ୍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।
For thus says Jehovah to me, As the lion and the young lion growling over his prey, even if a multitude of shepherds are called forth against him, he will not be dismayed at their voice, nor abase himself for the noise of them, so Jehovah of hosts will come down to fight upon mount Zion, and upon the hill of it.
5 ଯେପରି ପକ୍ଷୀମାନେ ଉଡ଼ି ଉଡ଼ି ରକ୍ଷା କରନ୍ତି, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମକୁ ରକ୍ଷା କରିବେ; ସେ ତାହାକୁ ରକ୍ଷା କରି ଉଦ୍ଧାର କରିବେ, ସେ ତାହାକୁ ନିସ୍ତାର କରି ରକ୍ଷା କରିବେ।”
As birds hovering, so Jehovah of hosts will protect Jerusalem. He will protect and deliver. He will pass over and preserve.
6 ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଅତିଶୟ ଦ୍ରୋହାଚରଣ କରି ଯାହାଙ୍କଠାରୁ ବିମୁଖ ହୋଇଅଛ, ତାହାଙ୍କ ନିକଟକୁ ଫେରି ଆସ।
Turn ye to him from whom ye have deeply revolted, O sons of Israel.
7 କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ୱର୍ଣ୍ଣ-ପ୍ରତିମାରୂପ ପାପବସ୍ତୁ ପକାଇ ଦେବ।
For in that day they shall cast away every man his idols of silver, and his idols of gold, which your own hands have made to you for a sin.
8 “ସେହି ସମୟରେ ଅଶୂରୀୟ ଖଡ୍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ୍ଗରେ ନୁହେଁ; ପୁଣି ଖଡ୍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ୍ଗ ନୁହେଁ; ଆଉ, ସେ ଖଡ୍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ।
And the Assyrian shall fall by the sword, not of man, and the sword, not of men, shall devour him. But he shall flee from the sword, and his young men shall become subject to task work.
9 ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ୱଜା ଦେଖି ଉଦ୍ବିଗ୍ନ ହେବେ,” ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ଡ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି।
And his rock shall pass away because of terror, and his rulers shall be dismayed at the ensign, says Jehovah, whose fire is in Zion, and his furnace in Jerusalem.