< ଯିଶାଇୟ 31 >

1 ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର!
उसपर अफ़सोस, जो मदद के लिए मिस्र को जाते और घोड़ों पर एतमाद करते हैं और रथों पर भरोसा रखते हैं इसलिए कि वह बहुत हैं, और सवारों पर इसलिए कि वह बहुत ताक़तवर हैं; लेकिन इस्राईल के क़ुददूस पर निगाह नहीं करते और ख़ुदावन्द के तालिब नहीं होते।
2 ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ; ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ।
लेकिन वह भी तो 'अक़्लमन्द है और बला नाज़िल करेगा, और अपने कलाम को बातिल न होने देगा वह शरीरों के घराने पर और उन पर जो बदकिरदारों की हिमायत करते हैं चढ़ाई करेगा।
3 ମିସରୀୟମାନେ ମନୁଷ୍ୟ ମାତ୍ର, ପରମେଶ୍ୱର ନୁହନ୍ତି ଓ ସେମାନଙ୍କ ଅଶ୍ୱଗଣ ମାଂସ ମାତ୍ର, ଆତ୍ମା ନୁହନ୍ତି; ପୁଣି ସଦାପ୍ରଭୁ ଆପଣା ହସ୍ତ ବିସ୍ତାର କଲେ, ସହାୟକାରୀ ଝୁଣ୍ଟି ପଡ଼ିବ ଓ ସହାୟପ୍ରାପ୍ତ ପଡ଼ିଯିବ, ପୁଣି ଦୁହେଁ ଏକତ୍ର ବିନଷ୍ଟ ହେବେ।
क्यूँकि मिस्री तो इंसान हैं ख़ुदा नहीं। और उनके घोड़े गोश्त हैं रूह नहीं सो जब ख़ुदावन्द अपना हाथ बढ़ाएगा तो हिमायती गिर जाएगा, और वह जिसकी हिमायत की गई पस्त हो जाएगा, और वह सब के सब इकट्ठे हलाक हो जायेंगे।
4 କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକାଗଲେ ହେଁ ସେ ସେମାନଙ୍କ ରବରେ ଉଦ୍‍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।
क्यूँकि ख़ुदावन्द ने मुझ से यूँ फ़रमाया है कि जिस तरह शेर बबर हाँ जवान शेर बबर अपने शिकार पर से ग़ुर्राता है और अगर बहुत से गड़रिये उसके मुक़ाबिले को बुलाए जाएँ तो उनकी ललकार से नहीं डरता, और उनके हुजूम से दब नहीं जाता; उसी तरह रब्ब — उल — अफ़वाज सिय्यून पहाड़ और उसके टीले पर लड़ने को उतरेगा।
5 ଯେପରି ପକ୍ଷୀମାନେ ଉଡ଼ି ଉଡ଼ି ରକ୍ଷା କରନ୍ତି, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମକୁ ରକ୍ଷା କରିବେ; ସେ ତାହାକୁ ରକ୍ଷା କରି ଉଦ୍ଧାର କରିବେ, ସେ ତାହାକୁ ନିସ୍ତାର କରି ରକ୍ଷା କରିବେ।”
मंडलाते हुए परिन्दे की तरह रब्ब — उल — अफ़्वाज येरूशलेम की हिमायत करेगा; वह हिमायत करेगा और रिहाई बख़्शेगा, रहम करेगा और बचा लेगा।
6 ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଅତିଶୟ ଦ୍ରୋହାଚରଣ କରି ଯାହାଙ୍କଠାରୁ ବିମୁଖ ହୋଇଅଛ, ତାହାଙ୍କ ନିକଟକୁ ଫେରି ଆସ।
ऐ बनी इस्राईल तुम उसकी तरफ़ फिरो जिससे तुम ने सख़्त बग़ावत की है।
7 କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ୱର୍ଣ୍ଣ-ପ୍ରତିମାରୂପ ପାପବସ୍ତୁ ପକାଇ ଦେବ।
क्यूँकि उस वक़्त उनमें से हर एक अपने चाँदी के बुत और अपनी सोने की मूरतें, जिनको तुम्हारे हाथों ने ख़ताकारी के लिए बनाया, निकाल फेंकेगा
8 “ସେହି ସମୟରେ ଅଶୂରୀୟ ଖଡ୍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ୍ଗରେ ନୁହେଁ; ପୁଣି ଖଡ୍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ୍ଗ ନୁହେଁ; ଆଉ, ସେ ଖଡ୍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ।
तब असूर उसी तलवार से गिर जाएगा जो इंसान की नहीं, और वही तलवार जो आदमी की नहीं उसे हलाक करेगी; वह तलवार के सामने से भागेगा और उसके जवान मर्द ख़िराज गुज़ार बनेंगे।
9 ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ୱଜା ଦେଖି ଉଦ୍‍ବିଗ୍ନ ହେବେ,” ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ଡ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି।
और वह ख़ौफ़ की वजह से अपने हसीन मकान से गुज़र जाएगा, और उसके सरदार झण्डे से ख़ौफ़ज़दह हो जाएँगे, ये ख़ुदावन्द फ़रमाता है, जिसकी आग सिय्यून में और भट्टी येरूशलेम में है।

< ଯିଶାଇୟ 31 >