< ଯିଶାଇୟ 32 >
1 ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।
Se, en Konge skal herske med Retfærd, Fyrster styre med Ret,
2 ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।
hver af dem som Læ imod Storm og Ly imod Regnskyl, som Bække i Ørk, som en vældig Klippes Skygge i tørstende Land.
3 ପୁଣି, ଦର୍ଶକମାନଙ୍କ ଚକ୍ଷୁ ଧନ୍ଦଳା ହେବ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ମନୋଯୋଗ କରିବ।
De seendes Øjne skal ej være blinde, de hørendes Ører skal lytte;
4 ଆହୁରି, ଅବିବେଚକର ଚିତ୍ତ ଜ୍ଞାନ ପାଇବ ଓ ତୋତଲାମାନଙ୍କର ଜିହ୍ୱା ସହଜରେ ସ୍ପଷ୍ଟ କଥା କହିବ।
letsindiges Hjerte skal nemme Kundskab, stammendes Tunge tale flydende, rent.
5 ମୂଢ଼ ଲୋକ ମହାତ୍ମା ବୋଲି ଓ ଖଳ ଲୋକ ଉଦାର ବୋଲି ଆଉ ବିଖ୍ୟାତ ହେବ ନାହିଁ।
Dåren skal ikke mer kaldes ædel, højsindet ikke Skalken.
6 କାରଣ ପାଷାଣ୍ଡତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ।
Thi Dåren taler kun Dårskab, hans Hjerte udtænker Uret for at øve Niddingsværk og prædike Frafald fra HERREN, lade den sultne være tom og den tørstige mangle Vand.
7 ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ।
Skalkens Midler er onde, han oplægger lumske Råd for at ødelægge arme med Løgn, skønt Fattigmand godtgør sin Ret.
8 ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ।
Men den ædle har ædelt for og står fast i, hvad ædelt er.
9 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋʼ ବାକ୍ୟରେ କର୍ଣ୍ଣପାତ କର।
Op, hør min Røst, I sorgløse Kvinder, I trygge Døtre, lyt til min Tale!
10 ହେ ନିଶ୍ଚିନ୍ତା ନାରୀଗଣ, ତୁମ୍ଭେମାନେ ଏକ ବର୍ଷର ଉପରେ କେତେକ ଦିନ ଉଦ୍ବିଗ୍ନା ହେବ; କାରଣ ଦ୍ରାକ୍ଷାଫଳର ଅଭାବ ହେବ, ଫଳ ଅମଳର ସମୟ ଆସିବ ନାହିଁ।
Om År og Dag skal I trygge skælve, thi med Vinhøst er det ude, der kommer ej Frugthøst.
11 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍ବିଗ୍ନା ହୁଅ; ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ।
Bæv, I sorgløse, skælv, I trygge, klæd jer af og blot jer, bind Sæk om Lænd;
12 ସେମାନେ ମନୋରମ କ୍ଷେତ୍ର ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତେ ଛାତିରେ ମାରି ହେବେ।
slå jer for Brystet og klag over yndige Marker, frugtbare Vinstokke,
13 ମୋʼ ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳି ବୃକ୍ଷମୟ ହେବ; ହଁ, ଉଲ୍ଲାସପ୍ରିୟ ନଗରର ଯାବତୀୟ ଆନନ୍ଦ-ଗୃହ ତାହା ହିଁ ହେବ;
mit Folks med Tidseltorn dækkede Jord, ja, hvert Glædens Hus, den jublende By!
14 କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀ-ଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ;
Thi Paladset er øde, Bylarmen standset, Ofel med Tårnet en Grushob for evigt, Vildæslers Fryd, en Græsgang for Hjorde -
15 ଶେଷରେ ଊର୍ଦ୍ଧ୍ୱରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ।
til Ånd fra det høje udgydes over os. Da bliver Ørkenen til Frugthave, Frugthaven regnes for Skov.
16 ସେତେବେଳେ ପ୍ରାନ୍ତରରେ ନ୍ୟାୟବିଚାର ବାସ କରିବ ଓ ଉର୍ବରା କ୍ଷେତ୍ରରେ ଧାର୍ମିକତା ବସତି କରିବ।
Ret fæster Bo i Ørkenen, i Frugthaven dvæler Retfærd;
17 ପୁଣି, ଧାର୍ମିକତାର କାର୍ଯ୍ୟ ଶାନ୍ତିମୟ ହେବ; ଆଉ, ଧାର୍ମିକତାର ଫଳ ନିତ୍ୟ ସୁସ୍ଥିରତା ଓ ନିର୍ଭୟତା ହେବ।
Retfærds Frugt bliver Fred og Rettens Vinding Tryghed for evigt.
18 ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ।
Da bor mit Folk i Fredens Hjem, i trygge Boliger, sorgfri Pauluner.
19 ମାତ୍ର ଅରଣ୍ୟର ପତନରେ ଶିଳାବୃଷ୍ଟି ହେବ ଓ ନଗର ସମ୍ପୂର୍ଣ୍ଣ ରୂପେ ନିପାତିତ ହେବ।
Skoven styrter helt, Byen bøjes dybt.
20 ସଜଳ ସ୍ଥାନସବୁରେ ବୀଜ ବୁଣୁଅଛ ଓ ଗୋରୁ ଗର୍ଦ୍ଦଭକୁ ବାହାରେ ପଠାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ।
Salige I, som sår ved alle Vande, lader Okse og Æsel frit løbe om!