< ଯିଶାଇୟ 32 >

1 ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।
ἰδοὺ γὰρ βασιλεὺς δίκαιος βασιλεύσει καὶ ἄρχοντες μετὰ κρίσεως ἄρξουσιν
2 ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।
καὶ ἔσται ὁ ἄνθρωπος κρύπτων τοὺς λόγους αὐτοῦ καὶ κρυβήσεται ὡς ἀφ’ ὕδατος φερομένου καὶ φανήσεται ἐν Σιων ὡς ποταμὸς φερόμενος ἔνδοξος ἐν γῇ διψώσῃ
3 ପୁଣି, ଦର୍ଶକମାନଙ୍କ ଚକ୍ଷୁ ଧନ୍ଦଳା ହେବ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ମନୋଯୋଗ କରିବ।
καὶ οὐκέτι ἔσονται πεποιθότες ἐπ’ ἀνθρώποις ἀλλὰ τὰ ὦτα δώσουσιν ἀκούειν
4 ଆହୁରି, ଅବିବେଚକର ଚିତ୍ତ ଜ୍ଞାନ ପାଇବ ଓ ତୋତଲାମାନଙ୍କର ଜିହ୍ୱା ସହଜରେ ସ୍ପଷ୍ଟ କଥା କହିବ।
καὶ ἡ καρδία τῶν ἀσθενούντων προσέξει τοῦ ἀκούειν καὶ αἱ γλῶσσαι αἱ ψελλίζουσαι ταχὺ μαθήσονται λαλεῖν εἰρήνην
5 ମୂଢ଼ ଲୋକ ମହାତ୍ମା ବୋଲି ଓ ଖଳ ଲୋକ ଉଦାର ବୋଲି ଆଉ ବିଖ୍ୟାତ ହେବ ନାହିଁ।
καὶ οὐκέτι μὴ εἴπωσιν τῷ μωρῷ ἄρχειν καὶ οὐκέτι μὴ εἴπωσιν οἱ ὑπηρέται σου σίγα
6 କାରଣ ପାଷାଣ୍ଡତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ।
ὁ γὰρ μωρὸς μωρὰ λαλήσει καὶ ἡ καρδία αὐτοῦ μάταια νοήσει τοῦ συντελεῖν ἄνομα καὶ λαλεῖν πρὸς κύριον πλάνησιν τοῦ διασπεῖραι ψυχὰς πεινώσας καὶ τὰς ψυχὰς τὰς διψώσας κενὰς ποιῆσαι
7 ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍‍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ।
ἡ γὰρ βουλὴ τῶν πονηρῶν ἄνομα βουλεύσεται καταφθεῖραι ταπεινοὺς ἐν λόγοις ἀδίκοις καὶ διασκεδάσαι λόγους ταπεινῶν ἐν κρίσει
8 ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ।
οἱ δὲ εὐσεβεῖς συνετὰ ἐβουλεύσαντο καὶ αὕτη ἡ βουλὴ μενεῖ
9 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋʼ ବାକ୍ୟରେ କର୍ଣ୍ଣପାତ କର।
γυναῖκες πλούσιαι ἀνάστητε καὶ ἀκούσατε τῆς φωνῆς μου θυγατέρες ἐν ἐλπίδι ἀκούσατε τοὺς λόγους μου
10 ହେ ନିଶ୍ଚିନ୍ତା ନାରୀଗଣ, ତୁମ୍ଭେମାନେ ଏକ ବର୍ଷର ଉପରେ କେତେକ ଦିନ ଉଦ୍‍ବିଗ୍ନା ହେବ; କାରଣ ଦ୍ରାକ୍ଷାଫଳର ଅଭାବ ହେବ, ଫଳ ଅମଳର ସମୟ ଆସିବ ନାହିଁ।
ἡμέρας ἐνιαυτοῦ μνείαν ποιήσασθε ἐν ὀδύνῃ μετ’ ἐλπίδος ἀνήλωται ὁ τρύγητος πέπαυται ὁ σπόρος καὶ οὐκέτι μὴ ἔλθῃ
11 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍‍ବିଗ୍ନା ହୁଅ; ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ।
ἔκστητε λυπήθητε αἱ πεποιθυῖαι ἐκδύσασθε γυμναὶ γένεσθε περιζώσασθε σάκκους τὰς ὀσφύας
12 ସେମାନେ ମନୋରମ କ୍ଷେତ୍ର ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତେ ଛାତିରେ ମାରି ହେବେ।
καὶ ἐπὶ τῶν μαστῶν κόπτεσθε ἀπὸ ἀγροῦ ἐπιθυμήματος καὶ ἀμπέλου γενήματος
13 ମୋʼ ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳି ବୃକ୍ଷମୟ ହେବ; ହଁ, ଉଲ୍ଲାସପ୍ରିୟ ନଗରର ଯାବତୀୟ ଆନନ୍ଦ-ଗୃହ ତାହା ହିଁ ହେବ;
ἡ γῆ τοῦ λαοῦ μου ἄκανθα καὶ χόρτος ἀναβήσεται καὶ ἐκ πάσης οἰκίας εὐφροσύνη ἀρθήσεται πόλις πλουσία
14 କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀ-ଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ;
οἶκοι ἐγκαταλελειμμένοι πλοῦτον πόλεως καὶ οἴκους ἐπιθυμητοὺς ἀφήσουσιν καὶ ἔσονται αἱ κῶμαι σπήλαια ἕως τοῦ αἰῶνος εὐφροσύνη ὄνων ἀγρίων βοσκήματα ποιμένων
15 ଶେଷରେ ଊର୍ଦ୍ଧ୍ୱରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ।
ἕως ἂν ἐπέλθῃ ἐφ’ ὑμᾶς πνεῦμα ἀφ’ ὑψηλοῦ καὶ ἔσται ἔρημος ὁ Χερμελ καὶ ὁ Χερμελ εἰς δρυμὸν λογισθήσεται
16 ସେତେବେଳେ ପ୍ରାନ୍ତରରେ ନ୍ୟାୟବିଚାର ବାସ କରିବ ଓ ଉର୍ବରା କ୍ଷେତ୍ରରେ ଧାର୍ମିକତା ବସତି କରିବ।
καὶ ἀναπαύσεται ἐν τῇ ἐρήμῳ κρίμα καὶ δικαιοσύνη ἐν τῷ Καρμήλῳ κατοικήσει
17 ପୁଣି, ଧାର୍ମିକତାର କାର୍ଯ୍ୟ ଶାନ୍ତିମୟ ହେବ; ଆଉ, ଧାର୍ମିକତାର ଫଳ ନିତ୍ୟ ସୁସ୍ଥିରତା ଓ ନିର୍ଭୟତା ହେବ।
καὶ ἔσται τὰ ἔργα τῆς δικαιοσύνης εἰρήνη καὶ κρατήσει ἡ δικαιοσύνη ἀνάπαυσιν καὶ πεποιθότες ἕως τοῦ αἰῶνος
18 ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ।
καὶ κατοικήσει ὁ λαὸς αὐτοῦ ἐν πόλει εἰρήνης καὶ ἐνοικήσει πεποιθώς καὶ ἀναπαύσονται μετὰ πλούτου
19 ମାତ୍ର ଅରଣ୍ୟର ପତନରେ ଶିଳାବୃଷ୍ଟି ହେବ ଓ ନଗର ସମ୍ପୂର୍ଣ୍ଣ ରୂପେ ନିପାତିତ ହେବ।
ἡ δὲ χάλαζα ἐὰν καταβῇ οὐκ ἐφ’ ὑμᾶς ἥξει καὶ ἔσονται οἱ ἐνοικοῦντες ἐν τοῖς δρυμοῖς πεποιθότες ὡς οἱ ἐν τῇ πεδινῇ
20 ସଜଳ ସ୍ଥାନସବୁରେ ବୀଜ ବୁଣୁଅଛ ଓ ଗୋରୁ ଗର୍ଦ୍ଦଭକୁ ବାହାରେ ପଠାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ।
μακάριοι οἱ σπείροντες ἐπὶ πᾶν ὕδωρ οὗ βοῦς καὶ ὄνος πατεῖ

< ଯିଶାଇୟ 32 >