< ଯିଶାଇୟ 33 >
1 ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା ନ କଲେ ହେଁ ବିଶ୍ୱାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ ଓ ବିଶ୍ୱାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।
Tsoka kwa iwe, iwe wowonongawe, amene sunawonongedwepo! Tsoka kwa iwe, iwe mthirakuwiri, iwe amene sunanyengedwepo! Iwe ukadzaleka kuwononga, udzawonongedwa, ukadzasiya umʼthirakuwiri, adzakuwononga, ndipo ukadzaleka kuchita zachinyengo adzakunyenga.
2 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ୱରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ଉଦ୍ଧାର ସ୍ୱରୂପ ହୁଅ।
Inu Yehova, mutikomere mtima ife; tikulakalaka Inu. Tsiku ndi tsiku mutitchinjirize ndi mkono wanu, ndipo mutipulumutse pa nthawi ya masautso.
3 କୋଳାହଳର ଶବ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ।
Mukatulutsa liwu lanu longa bingu mitundu ya anthu imathawa; pamene Inu mwadzambatuka mitundu ya anthu imabalalika.
4 ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେହିପରି ତୁମ୍ଭମାନଙ୍କର ଲୁଟିତ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେହିପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ।
Zofunkha za ku nkhondo za mitundu ina Aisraeli adzazisonkhanitsa ngati mmene limachitira dzombe. Iwo adzalumphira zofunkhazo monga mmene limachitira dzombe.
5 ସଦାପ୍ରଭୁ ଉନ୍ନତ; କାରଣ ସେ ଊର୍ଦ୍ଧ୍ୱଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି।
Yehova wakwezeka kwambiri pakuti amakhala pamwamba pa zonse adzadzaza Ziyoni ndi chilungamo ndi chipulumutso.
6 ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ଡାର।
Iye adzakupatsani mtendere pa nthawi yanu, adzakupatsani chipulumutso chochuluka, nzeru zambiri ndi chidziwitso chochuluka; kuopa Yehova ngati madalitso.
7 ଦେଖ, ସେମାନଙ୍କର ବିକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଅଛନ୍ତି; ସନ୍ଧି-ଅନ୍ୱେଷଣକାରୀ ଦୂତମାନେ ଅତିଶୟ ରୋଦନ କରୁଅଛନ୍ତି।
Taonani, anthu awo amphamvu akulira mofuwula mʼmisewu; akazembe okhazikitsa mtendere akulira kwambiri.
8 ରାଜପଥସବୁ ନରଶୂନ୍ୟ, ପଥିକ କେହି ନାହିଁ; ସେ ନିୟମ ଭାଙ୍ଗିଅଛି, ସେ ନଗରସବୁକୁ ତୁଚ୍ଛ କରିଅଛି, ସେ ମନୁଷ୍ୟକୁ ଗଣେ ନାହିଁ।
Mʼmisewu yayikulu mulibe anthu, mʼmisewu mulibe anthu a paulendo. Mdaniyo ndi wosasunga pangano. Iye amanyoza mboni. Palibe kulemekezana.
9 ଦେଶ ବିଳାପ କରି ମଳିନ ହେଉଅଛି; ଲିବାନୋନ ଲଜ୍ଜିତ ହୋଇ ଶୁଷ୍କ ହେଉଅଛି; ଶାରୋଣ ଅରଣ୍ୟ ତୁଲ୍ୟ ହୋଇଅଛି; ପୁଣି ବାଶନ ଓ କର୍ମିଲ ପତ୍ର ଝାଡ଼ି ଦେଉଅଛନ୍ତି।
Dziko likulira ndipo likunka likutha. Nkhalango ya Lebanoni ikuchita manyazi, yafota. Chigwa cha chonde cha Saroni chasanduka chachidalala. Masamba a mitengo ya ku Basani ndi Karimeli akuyoyoka.
10 ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା,” “ଆମ୍ଭେ ଏବେ ଆପଣାକୁ ଉଠାଇବା; ଆମ୍ଭେ ଏବେ ଉନ୍ନତ ହେବା।
Yehova akunena kuti, “Tsopano ndidzadzambatuka ndipo ndidzaonetsa mphamvu zanga, ndipo ndidzakwezedwa.
11 ତୁମ୍ଭେମାନେ ତୁଷରୂପ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ; ତୁମ୍ଭମାନଙ୍କର ଅଗ୍ନିବତ୍ ଶ୍ୱାସବାୟୁ ତୁମ୍ଭମାନଙ୍କୁ ଗ୍ରାସ କରିବ।
Zolingalira zanu nʼzachabechabe ngati udzu wamanyowa. Mpweya wamoto udzakupserezani.
12 ପୁଣି, ଗୋଷ୍ଠୀୟମାନେ ଭସ୍ମୀକୃତ ଚୂନ ପରି ଓ ଅଗ୍ନିରେ ଦଗ୍ଧ କଟା କଣ୍ଟକ ତୁଲ୍ୟ ହେବେ।
Anthu a mitundu ina adzatenthedwa ngati miyala ya njereza; ndi ngati minga yodulidwa.”
13 ହେ ଦୂରବର୍ତ୍ତୀ ଲୋକ ସମସ୍ତେ, ତୁମ୍ଭେମାନେ ଆମ୍ଭ କୃତ କର୍ମର କଥା ଶୁଣ; ପୁଣି, ହେ ନିକଟବର୍ତ୍ତୀ ଲୋକ ସମସ୍ତେ, ତୁମ୍ଭେମାନେ ଆମ୍ଭର ପରାକ୍ରମ ସ୍ୱୀକାର କର।”
Inu amene muli kutali, imvani zimene ndachita; inu amene muli pafupi, dziwani mphamvu zanga
14 ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତକାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ?
Mu mzinda wa Ziyoni anthu ochimwa agwidwa ndi mantha; anthu osapembedza Mulungu akunjenjemera: Iwo akunena kuti, “Ndani wa ife angathe kukhala mʼmoto wonyeketsa? Ndani wa ife angathe kukhala moto wosatha?”
15 ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ;
Angathe kuti ndi amene amachita zolungama ndi kuyankhula zoona, amene amakana phindu lolipeza monyenga ndipo salola manja ake kulandira ziphuphu, amene amatseka makutu ake kuti angamve mawu opangana kupha anzawo ndipo amatsinzina kuti angaone zoyipa.
16 ସେ ଉଚ୍ଚସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।
Munthu wotere ndiye adzakhale pa nsanja, kothawira kwake kudzakhala mʼmalinga a mʼmapiri. Azidzalandira chakudya chake ndipo madzi sadzamusowa.
17 ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ।
Nthawi imeneyo maso a ana adzaona mfumu ya maonekedwe wokongola ndi kuona dziko lotambasukira kutali.
18 ତୁମ୍ଭର ଚିତ୍ତ ଭୟ ବିଷୟ ଆନ୍ଦୋଳନ କରିବ; ସେ ଗଣନାକାରୀ କାହିଁ? ମୁଦ୍ରା ତୌଲକାରୀ କାହିଁ? ଦୁର୍ଗ ଗଣନାକାରୀ କାହିଁ?
Mu mtima mwanu muzidzalingalira zoopsa zinachitika kale zija: “Ali kuti mkulu wa Asilikali uja? Ali kuti wokhometsa misonkho uja? Ali kuti mkulu woyangʼanira nsanja?”
19 ତୁମ୍ଭେ ସେହି ଦୁରନ୍ତ ଗୋଷ୍ଠୀକୁ, ଅର୍ଥାତ୍, ଯେଉଁମାନଙ୍କର ଗଭୀର ଭାଷା ତୁମ୍ଭେ ଜାଣି ପାରିଲ ନାହିଁ, ଯେଉଁମାନଙ୍କର ବିଦେଶୀୟ ଭାଷା ତୁମ୍ଭେ ବୁଝି ପାରିଲ ନାହିଁ, ସେହି ଗୋଷ୍ଠୀକୁ ଆଉ ଦେଖିବ ନାହିଁ।
Simudzawaonanso anthu odzikuza aja, anthu aja achiyankhulo chosadziwika, chachilendo ndi chosamveka.
20 ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତି ସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ବୁ ସ୍ୱରୂପ, ତହିଁର କିଳାସବୁ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ଡିବ ନାହିଁ।
Taonani Ziyoni, mzinda wa zikondwerero zachipembedzo chathu; maso anu adzaona Yerusalemu, mzinda wamtendere, tenti imene sidzachotsedwa, zikhomo zake sizidzazulidwa, kapena zingwe zake kuduka.
21 ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦ-ନଦୀ ଓ ସ୍ରୋତସମୂହର ସ୍ଥାନ ସ୍ୱରୂପ ହେବେ; ସେହି ସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ।
Kumeneko Yehova adzaonetsa ulemerero wake ndipo mzindawo udzakhala kasupe wa mitsinje yayikulu. Ngalawa za zopalasa sizidzapitamo, sitima zapamadzi zikuluzikulu sizidzayendamo.
22 କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ।
Pakuti Yehova ndi woweruza wathu, Yehova ndiye wotilamulira, Yehova ndiye mfumu yathu; ndipo ndiye amene adzatipulumutse.
23 ତୁମ୍ଭର ପାଲ-ଦଉଡ଼ିସବୁ ହୁଗୁଳା ହୋଇଅଛି, ସେହି ସବୁ ଆପଣା ମାସ୍ତୁଲକୁ ଦୃଢ଼ ଓ ପାଲକୁ ବିସ୍ତାର କରି ପାରିଲା ନାହିଁ; ସେତେବେଳେ ବିସ୍ତର ଲୁଟିତ ଦ୍ରବ୍ୟ ବିଭାଗ କରାଗଲା; ଛୋଟା ଲୋକ ଲୁଟିତ ଦ୍ରବ୍ୟ ଧରିଲା।
Zingwe za sitima zapamadzi za adani athu zamasuka, sizikutha kulimbitsa mlongoti wake, matanga ake sakutheka kutambasuka. Ngakhale tidzagawana zofunkha zochuluka kwambiri ndipo ngakhale olumala adzatenga zofunkhazo.
24 ପୁଣି, ମୁଁ ପୀଡ଼ିତ ଅଛି ବୋଲି ନିବାସୀ ଲୋକ କହିବ ନାହିଁ; ତନ୍ନିବାସୀଲୋକମାନଙ୍କର ଅପରାଧ କ୍ଷମା କରାଯିବ।
Palibe ndi mmodzi yemwe wokhala mʼZiyoni adzanene kuti, “Ndikudwala” ndipo anthu onse okhala mʼmenemo machimo awo adzakhululukidwa.