< ଯିଶାଇୟ 33 >
1 ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା ନ କଲେ ହେଁ ବିଶ୍ୱାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ ଓ ବିଶ୍ୱାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।
Vay sana, yıkıp yok eden Ama kendisi yıkılmamış olan! Vay sana, ihanete uğramamış hain! Yıkıma son verir vermez sen de yıkılacaksın, İhanetin sona erer ermez sen de ihanete uğrayacaksın.
2 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ୱରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ଉଦ୍ଧାର ସ୍ୱରୂପ ହୁଅ।
Ya RAB, lütfet bize, Çünkü sana umut bağladık, Gün be gün gücümüz ol! Sıkıntıya düştüğümüzde bizi kurtar.
3 କୋଳାହଳର ଶବ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ।
Kükreyişinden halklar kaçışır, Sen ayağa kalkınca uluslar darmadağın olur.
4 ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେହିପରି ତୁମ୍ଭମାନଙ୍କର ଲୁଟିତ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେହିପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ।
Çekirgeler tarlayı nasıl yağmalarsa, Ganimetiniz de öyle yağmalanacak, ey uluslar. Malınızın üzerine çekirge sürüsü gibi saldıracaklar.
5 ସଦାପ୍ରଭୁ ଉନ୍ନତ; କାରଣ ସେ ଊର୍ଦ୍ଧ୍ୱଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି।
Yükseklerde oturan RAB yücedir, Siyon'u adalet ve doğrulukla doldurur.
6 ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ଡାର।
Yaşadığınız sürenin güvencesi O'dur. Bol bol kurtuluş, bilgi ve bilgelik sağlayacak. Halkın hazinesi RAB korkusudur.
7 ଦେଖ, ସେମାନଙ୍କର ବିକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଅଛନ୍ତି; ସନ୍ଧି-ଅନ୍ୱେଷଣକାରୀ ଦୂତମାନେ ଅତିଶୟ ରୋଦନ କରୁଅଛନ୍ତି।
İşte, en yiğitleri sokaklarda feryat ediyor, Barış elçileri acı acı ağlıyor.
8 ରାଜପଥସବୁ ନରଶୂନ୍ୟ, ପଥିକ କେହି ନାହିଁ; ସେ ନିୟମ ଭାଙ୍ଗିଅଛି, ସେ ନଗରସବୁକୁ ତୁଚ୍ଛ କରିଅଛି, ସେ ମନୁଷ୍ୟକୁ ଗଣେ ନାହିଁ।
Anayollar bomboş, Yolculuk eden kimse kalmadı. Düşman antlaşmayı bozdu, kentleri hor gördü, İnsanları hiçe saydı.
9 ଦେଶ ବିଳାପ କରି ମଳିନ ହେଉଅଛି; ଲିବାନୋନ ଲଜ୍ଜିତ ହୋଇ ଶୁଷ୍କ ହେଉଅଛି; ଶାରୋଣ ଅରଣ୍ୟ ତୁଲ୍ୟ ହୋଇଅଛି; ପୁଣି ବାଶନ ଓ କର୍ମିଲ ପତ୍ର ଝାଡ଼ି ଦେଉଅଛନ୍ତି।
Ülke yas tutuyor, zayıflıyor. Lübnan utancından soldu, Şaron Ovası çöle döndü, Başan ve Karmel'de ağaçlar yaprak döküyor.
10 ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା,” “ଆମ୍ଭେ ଏବେ ଆପଣାକୁ ଉଠାଇବା; ଆମ୍ଭେ ଏବେ ଉନ୍ନତ ହେବା।
RAB diyor ki, “Şimdi harekete geçeceğim, Ne denli yüce ve üstün olduğumu göstereceğim.
11 ତୁମ୍ଭେମାନେ ତୁଷରୂପ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ; ତୁମ୍ଭମାନଙ୍କର ଅଗ୍ନିବତ୍ ଶ୍ୱାସବାୟୁ ତୁମ୍ଭମାନଙ୍କୁ ଗ୍ରାସ କରିବ।
Samana gebe kalıp anız doğuracaksınız, Soluğunuz sizi yiyip bitiren bir ateş olacak.
12 ପୁଣି, ଗୋଷ୍ଠୀୟମାନେ ଭସ୍ମୀକୃତ ଚୂନ ପରି ଓ ଅଗ୍ନିରେ ଦଗ୍ଧ କଟା କଣ୍ଟକ ତୁଲ୍ୟ ହେବେ।
Halklar yanıp kül olacak, Kesilip yakılan dikenli çalı gibi olacak.
13 ହେ ଦୂରବର୍ତ୍ତୀ ଲୋକ ସମସ୍ତେ, ତୁମ୍ଭେମାନେ ଆମ୍ଭ କୃତ କର୍ମର କଥା ଶୁଣ; ପୁଣି, ହେ ନିକଟବର୍ତ୍ତୀ ଲୋକ ସମସ୍ତେ, ତୁମ୍ଭେମାନେ ଆମ୍ଭର ପରାକ୍ରମ ସ୍ୱୀକାର କର।”
“Ey uzaktakiler, ne yaptığımı işitin, Ey yakındakiler, gücümü anlayın.”
14 ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତକାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ?
Siyon'daki günahkârlar dehşet içinde, Tanrısızları titreme aldı. “Her şeyi yiyip bitiren ateşin yanında Hangimiz oturabilir? Sonsuza dek sönmeyecek alevin yanında Hangimiz yaşayabilir?” diye soruyorlar.
15 ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ;
Ama doğru yolda yürüyüp doğru dürüst konuşan, Zorbalıkla edinilen kazancı reddeden, Elini rüşvetten uzak tutan, Kan dökenlerin telkinlerine kulak vermeyen, Kötülük görmeye dayanamayan,
16 ସେ ଉଚ୍ଚସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।
Yükseklerde oturacak; Uçurumun başındaki kaleler onun korunağı olacak, Ekmeği sağlanacak, hiç susuz kalmayacak.
17 ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ।
Kralı bütün güzelliğiyle görecek, Uçsuz bucaksız ülkeyi seyredeceksin.
18 ତୁମ୍ଭର ଚିତ୍ତ ଭୟ ବିଷୟ ଆନ୍ଦୋଳନ କରିବ; ସେ ଗଣନାକାରୀ କାହିଁ? ମୁଦ୍ରା ତୌଲକାରୀ କାହିଁ? ଦୁର୍ଗ ଗଣନାକାରୀ କାହିଁ?
“Haracı tartıp kaydeden nerede, Kulelerden sorumlu olan nerede?” diyerek Geçmişteki dehşetli günleri düşüneceksin.
19 ତୁମ୍ଭେ ସେହି ଦୁରନ୍ତ ଗୋଷ୍ଠୀକୁ, ଅର୍ଥାତ୍, ଯେଉଁମାନଙ୍କର ଗଭୀର ଭାଷା ତୁମ୍ଭେ ଜାଣି ପାରିଲ ନାହିଁ, ଯେଉଁମାନଙ୍କର ବିଦେଶୀୟ ଭାଷା ତୁମ୍ଭେ ବୁଝି ପାରିଲ ନାହିଁ, ସେହି ଗୋଷ୍ଠୀକୁ ଆଉ ଦେଖିବ ନାହିଁ।
Garip, anlaşılmaz bir yabancı dil konuşan O küstah halkı artık görmeyeceksin.
20 ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତି ସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ବୁ ସ୍ୱରୂପ, ତହିଁର କିଳାସବୁ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ଡିବ ନାହିଁ।
Bayramlarımızın kenti olan Siyon'a bak! Yeruşalim'i bir esenlik yurdu, Kazıkları asla yerinden sökülmeyen, Gergi ipleri hiç kopmayan, Sarsılmaz bir çadır olarak görecek gözlerin.
21 ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦ-ନଦୀ ଓ ସ୍ରୋତସମୂହର ସ୍ଥାନ ସ୍ୱରୂପ ହେବେ; ସେହି ସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ।
Heybetli RAB orada bizden yana olacak. Orası geniş ırmakların, çayların yeri olacak. Bunların üzerinden ne kürekli tekneler, Ne de büyük gemiler geçecek.
22 କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ।
Çünkü yargıcımız RAB'dir; Yasamızı koyan RAB'dir, Kralımız RAB'dir, bizi O kurtaracak.
23 ତୁମ୍ଭର ପାଲ-ଦଉଡ଼ିସବୁ ହୁଗୁଳା ହୋଇଅଛି, ସେହି ସବୁ ଆପଣା ମାସ୍ତୁଲକୁ ଦୃଢ଼ ଓ ପାଲକୁ ବିସ୍ତାର କରି ପାରିଲା ନାହିଁ; ସେତେବେଳେ ବିସ୍ତର ଲୁଟିତ ଦ୍ରବ୍ୟ ବିଭାଗ କରାଗଲା; ଛୋଟା ଲୋକ ଲୁଟିତ ଦ୍ରବ୍ୟ ଧରିଲା।
Senin gemilerinin halatları gevşedi, Direklerinin dibini pekiştirmediler, Yelkenleri açmadılar. O zaman büyük ganimet paylaşılacak, Topallar bile yağmaya katılacak.
24 ପୁଣି, ମୁଁ ପୀଡ଼ିତ ଅଛି ବୋଲି ନିବାସୀ ଲୋକ କହିବ ନାହିଁ; ତନ୍ନିବାସୀଲୋକମାନଙ୍କର ଅପରାଧ କ୍ଷମା କରାଯିବ।
Siyon'da oturan hiç kimse “Hastayım” demeyecek, Orada yaşayan halkın suçu bağışlanacak.