< ଯିଶାଇୟ 34 >

1 ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀଗଣ, ତୁମ୍ଭେମାନେ ମନୋଯୋଗ କର; ପୃଥିବୀ ଓ ତତ୍ପୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନସକଳ ପଦାର୍ଥ ଶ୍ରବଣ କରୁ।
Approchez, nations, pour entendre; et vous, peuples, soyez attentifs! Que la terre écoute et tout ce qu’elle contient, le monde et tout ce qu’il produit!
2 କାରଣ ଦେଶୀୟ ସମସ୍ତଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କର କ୍ରୋଧ ଓ ସେମାନଙ୍କର ସମସ୍ତ ସୈନ୍ୟସାମନ୍ତର ପ୍ରତିକୂଳରେ ତାହାଙ୍କର ପ୍ରଚଣ୍ଡ କୋପ ଅଛି; ସେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ସେ ସେମାନଙ୍କୁ ହତ ହେବା ନିମନ୍ତେ ସମର୍ପଣ କରିଅଛନ୍ତି।
Car la colère de l’Éternel est sur toutes les nations, et sa fureur sur toutes leurs armées. Il les a vouées à la destruction; il les a livrées au carnage;
3 ସେମାନଙ୍କର ହତ ଲୋକମାନେ ବାହାରେ ନିକ୍ଷିପ୍ତ ହେବେ, ସେମାନଙ୍କ ଶବରୁ ଦୁର୍ଗନ୍ଧ ଉଠିବ ଓ ସେମାନଙ୍କ ରକ୍ତରେ ପର୍ବତମାନ ତରଳି ଯିବ।
et leurs tués seront jetés loin, et la puanteur de leurs cadavres s’élèvera; et les montagnes seront dissoutes par leur sang.
4 ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ନଳାକାର ପୁସ୍ତକ ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର, ସେହିପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ।
Et toute l’armée des cieux s’est fondue, et les cieux sont enroulés comme un livre, et toute leur armée est tombée comme une feuille tombe de la vigne, et comme ce qui tombe du figuier.
5 କାରଣ ଆମ୍ଭର ଖଡ୍ଗ ସ୍ୱର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ।
Car mon épée sera enivrée dans les cieux: voici, elle descendra sur Édom et sur le peuple que j’ai voué à la destruction, pour le jugement.
6 ସଦାପ୍ରଭୁଙ୍କ ଖଡ୍ଗ ରକ୍ତରେ ପରିତୃପ୍ତ, ମେଦରେ ଓ ଛାଗଗଣର ଗୁର୍ଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ଡ ହେବ।
L’épée de l’Éternel est pleine de sang; elle est engraissée de graisse, du sang des agneaux et des boucs, de la graisse des rognons des béliers; car l’Éternel a un sacrifice à Botsra, et une grande tuerie dans le pays d’Édom.
7 ପୁଣି, ସେମାନଙ୍କ ସଙ୍ଗେ ବନ୍ୟଗୋରୁ, ବୃଷଭ ସଙ୍ଗେ ଯୁବା ବୃଷ ଆସିବେ; ତହିଁରେ ସେମାନଙ୍କ ଦେଶ ରକ୍ତରେ ମତ୍ତ ଓ ସେମାନଙ୍କ ଧୂଳି ମେଦରେ ପୁଷ୍ଟ ହେବ।
Et les buffles descendront avec eux, et les jeunes bœufs avec les taureaux; et leur pays sera trempé de sang, et leur poussière sera engraissée de graisse.
8 କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ।
Car c’est le jour de la vengeance de l’Éternel, l’année des récompenses pour la cause de Sion.
9 ପୁଣି, ତହିଁର ସ୍ରୋତସବୁ ଝୁଣାରେ, ତହିଁର ଧୂଳି ଗନ୍ଧକରେ ପରିଣତ ହେବ ଓ ତହିଁର ଭୂମି ପ୍ରଜ୍ୱଳିତ ଝୁଣା ହେବ।
Et les rivières d’Édom seront changées en poix, et sa poussière en soufre, et son pays deviendra une poix brûlante;
10 ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନନ୍ତକାଳ ତାହାର ମଧ୍ୟଦେଇ କେହି ଗମନ କରିବ ନାହିଁ।
ni jour ni nuit elle ne sera éteinte, sa fumée montera à toujours; – de génération en génération il sera désert; à tout jamais personne n’y passera;
11 ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରା କାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ।
le pélican et le butor l’hériteront, et le hibou et le corbeau y habiteront. Et il étendra sur lui le cordeau de la désolation et les plombs du vide.
12 ସେମାନେ ତହିଁର କୁଳୀନମାନଙ୍କୁ ରାଜତ୍ୱ କରିବାକୁ ଡାକିବେ; ମାତ୍ର କେହି ସେଠାରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହେବେ।
Ses nobles pour proclamer le royaume, … il n’y en a pas! Tous ses princes sont devenus néant.
13 ତହିଁର ଅଟ୍ଟାଳିକାସକଳରେ କଣ୍ଟକ ଓ ତହିଁର ଦୁର୍ଗସବୁରେ ବିଛୁଆତି, କଣ୍ଟକଲତା ବଢ଼ିବ, ତାହା ଶୃଗାଳଗଣର ବାସସ୍ଥାନ ଓ ଓଟପକ୍ଷୀଗଣର ଚରାସ୍ଥାନ ହେବ।
Des épines croîtront dans ses palais, des orties et des ronces dans ses forteresses; et il sera le repaire des chiens sauvages, le parc des autruches.
14 ପୁଣି, ସେଠାରେ ବନ୍ୟ ପଶୁଗଣ କେନ୍ଦୁଆମାନଙ୍କ ସଙ୍ଗେ ମିଳିବେ ଓ ଛାଗ ଦେବତା ଆପଣା ସଙ୍ଗୀକୁ ଡାକିବ; ଆହୁରି, ନିଶାଚର ସେଠାରେ ବାସ କରି ବିଶ୍ରାମ-ସ୍ଥାନ ପାଇବ।
Les bêtes du désert s’y rencontreront avec les chacals, et le bouc sauvage y criera à son compagnon. Là aussi la lilith se reposera et trouvera sa tranquille habitation.
15 ସେହି ସ୍ଥାନରେ ଡିଆଁ ସର୍ପ ଆପଣା ବସା କରି ଡିମ୍ବ ଦେବ ଓ ଛୁଆ ଫୁଟାଇ ଆପଣା ଛାୟା ତଳେ ଏକତ୍ର କରିବ; ଆହୁରି, ଚିଲମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗିନୀ ସହିତ ସେଠାରେ ଏକତ୍ର ହେବେ।
Là le serpent-dard fera son nid, et pondra, et fera éclore et rassemblera [ses petits] sous son ombre; là aussi se rassembleront les vautours l’un avec l’autre.
16 ତୁମ୍ଭେମାନେ ସଦାପ୍ରଭୁଙ୍କ ନଳାକାର ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ହେବ ନାହିଁ, କେହି ଆପଣା ସଙ୍ଗିନୀବିହୀନ ହେବ ନାହିଁ; କାରଣ ମୋʼ ମୁଖ ଦ୍ୱାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି।
Cherchez dans le livre de l’Éternel, et lisez. Pas un d’eux ne manquera; l’un n’aura pas à chercher l’autre; car ma bouche l’a commandé, et mon Esprit les a rassemblés.
17 ପୁଣି, ସେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ତାହାଙ୍କର ହସ୍ତ ପରିମାପକ ରଜ୍ଜୁ ଦ୍ୱାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି; ସେମାନେ ତାହା ସଦାକାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ।
Et Lui a jeté le sort pour eux, et sa main leur a partagé le [pays] au cordeau: ils le posséderont pour toujours; ils y habiteront de génération en génération.

< ଯିଶାଇୟ 34 >