< ଯିଶାଇୟ 35 >
1 ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ।
The wilderness and the parched land shall be glad, And the desert rejoice and blossom as the rose;
2 ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।
It shall blossom abundantly, and exult with joy and singing; The glory of Lebanon shall be given to it; The beauty of Carmel and Sharon; They shall behold the glory of Jehovah, The majesty of our God;
3 ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥରଥର ଆଣ୍ଠୁକୁ ସୁସ୍ଥିର କର।
Strengthen ye the weak hands, And confirm the tottering knees!
4 ଭୀତାନ୍ତଃକରଣମାନଙ୍କୁ କୁହ, “ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।”
Say ye to the faint-hearted, “Be ye strong; fear ye not; Behold your God! Vengeance cometh, the retribution of God; He will come and save you!”
5 ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ।
Then shall the eyes of the blind be opened, And the ears of the deaf be unstopped.
6 ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ।
Then shall the lame leap like the hart, And the tongue of the dumb shall sing; For in the wilderness shall waters break forth, And streams in the desert.
7 ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ।
The glowing sands shall become a pool, And the thirsty ground springs of water; In the habitation of jackals, where they lie, Shall be a place for reeds and rushes.
8 ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।
And a path shall be there, and a highway, And it shall be called the holy way; No unclean person shall pass over it; it shall be for them alone; He that therein goeth in this way, though a fool, shall not err therein.
9 ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;
No lion shall be there, Nor shall any ravenous beast go up thereon; It shall not be found there; But the redeemed shall walk there.
10 ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।
Yea, the ransomed of Jehovah shall return; They shall come to Zion with songs: Everlasting joy shall be upon their heads; They shall obtain joy and gladness, And sorrow and sighing shall flee away.