< ଯିଶାଇୟ 36 >

1 ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍‍‌‌ହେରୀବ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।
And it came to pass in the fourteenth year of king Hezekiah, that Sennacherib the king of Assyria came up against all the fortified cities of Judah, and seized on them.
2 ତହିଁରେ ଅଶୂରର ରାଜା ରବ୍‍ଶାକିକୁ ମହାସୈନ୍ୟ ସହିତ ଲାଖୀଶ୍‍ଠାରୁ ଯିରୂଶାଲମକୁ ହିଜକୀୟ ରାଜା ନିକଟକୁ ପଠାଇଲା। ଆଉ, ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା।
And the king of Assyria sent Rabshakeh from Lachish to Jerusalem to king Hezekiah with a strong army. And he halted by the aqueduct of the upper pool on the highway of the washer's field.
3 ତେବେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ, ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ତାହା ନିକଟକୁ ଆସିଲେ।
Then came forth unto him Elyakim, the son of Chilkiyahu, who was superintendent over the house, and Shebna the scribe, and Yoach the son of Assaph, the recorder.
4 ତହିଁରେ ରବ୍‍ଶାକି ସେମାନଙ୍କୁ କହିଲା, “ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ‘ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ?
And Rabshakeh said unto them, —Say ye now to Hezekiah, Thus hath said the great king, the king of Assyria, What confidence is this wherewith thou hast trusted?
5 ମୁଁ କହୁଅଛି, ଯୁଦ୍ଧ କରିବା ପାଇଁ ତୁମ୍ଭର ମନ୍ତ୍ରଣା ଓ ବଳ କେବଳ ବୃଥା କଥା; ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?
I have said, but it was only a word uttered with the lips, [I have] counsel and strength for the war. Now, on whom didst thou trust, that thou rebelledst against me?
6 ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।
Behold, thou trustedst on yon cracked reed-staff, on Egypt; which, if a man lean on it, will enter into his hand, and pierce it: so is Pharaoh the king of Egypt to all that trust on him.
7 ମାତ୍ର ଯଦି ତୁମ୍ଭେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କʼଣ ସେହି ନୁହନ୍ତି?
But if thou shouldst say to me, In the Lord our God have we trusted: is he not the one whose high-places and whose altars Hezekiah hath removed, when he said to Judah and to Jerusalem, Before this altar shall ye prostrate yourselves?
8 ଏହେତୁ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯଦି ତୁମ୍ଭେ ପାର, ତେବେ ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।
And now I pray thee, enter into a contest with my master the king of Assyria, and I will give thee two thousand horses, if thou be able on thy part to set riders upon them.
9 ତେବେ କିପରି ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରିବ?
How then wilt thou turn back the face of a single chieftain of the least of my masters' servants, while thou hast put thy trust on Egypt for chariots and for horsemen?
10 ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।’”
And now am I come up without the Lord ['s will] against this land to destroy it? The Lord hath said unto me, Go up against this land, and destroy it.
11 ଏଥିରେ ଇଲିୟାକୀମ୍‍, ଶିବ୍‍ନ ଓ ଯୋୟାହ ରବ୍‍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କୁହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି, ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କୁହନ୍ତୁ।”
Then said Elyakim and Shebna and Yoach unto Rabshakeh, Speak, we pray thee, unto thy servants in the Syrian language; for we understand it: and speak not to us in the Jewish language, before the ears of the people that are on the wall.
12 ମାତ୍ର ରବ୍‍ଶାକି ସେମାନଙ୍କୁ କହିଲା, “ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭଙ୍କୁ ଏହିସବୁ କଥା କହିବା ପାଇଁ ମୋତେ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?”
But Rabshakeh said, Hath my master then sent me to thy master and to thee to speak these words? is it not rather to the men who sit upon the wall, that they may eat their own excrements, and drink their own urine with you?
13 ତହୁଁ ରବ୍‍ଶାକି ଠିଆ ହୋଇ ଉଚ୍ଚସ୍ୱରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, “ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।
Then stood Rabshakeh up, and called out in a loud voice in the Jewish language, and said, Hear ye the words of the great king, the king of Assyria.
14 ରାଜା ଏହି କଥା କହନ୍ତି, ‘ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ଦିଅ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ଉଦ୍ଧାର କରି ପାରିବ ନାହିଁ;
Thus hath said the king, Let not Hezekiah deceive you; for he will not be able to deliver you;
15 କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ନ କରାଉ।
Neither let Hezekiah induce you to trust in the Lord, saying, The Lord will surely deliver us; this city shall not be given up into the hand of the king of Assyria.
16 ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର;
Hearken not to Hezekiah; for thus hath said the king of Assyria, Make a treaty of peace with me, and come out to me; and eat ye every one of his vine, and every one of his fig-tree, and drink ye every one the waters of his cistern;
17 ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି।
Until I come and take you away to a land like your own land, a land of corn and wine, a land of bread and vineyards.
18 ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ଯେପରି ତୁମ୍ଭମାନଙ୍କୁ ନ ମଣାଏ, ଏଥିପାଇଁ ସାବଧାନ ହୁଅ। ନାନା ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜା ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି?
So that Hezekiah may not mislead you, saying, The Lord will deliver us. Have the gods of the nations delivered each his land out of the hand of the king of Assyria?
19 ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଦେବତାମାନେ କାହାନ୍ତି? ଓ ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?
Where are the gods of Chamath and Arpad? where are the gods of Sepharvayim? and have they then delivered Samaria out of my hand?
20 ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋʼ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”
Who are they among all the gods of these countries, that have delivered their country out of my hand, that the Lord should deliver Jerusalem out of my hand?
21 ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ତାହାକୁ ପଦେ ମାତ୍ର ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାର ଆଜ୍ଞା ଥିଲା।
But they remained silent, and answered him not a word; for it was the king's command, saying, Ye shall not answer him.
22 ତହିଁରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟ ନିକଟକୁ ଆସି ରବ୍‍ଶାକିର କଥାସବୁ ତାହାକୁ ଜଣାଇଲେ।
Then came Elyakim the son of Chilkiyahu, that was superintendent over the house, and Shebna the scribe, and Yoach the son of Assaph, the recorder, to Hezekiah with their clothes rent; and they told him the words of Rabshakeh.

< ଯିଶାଇୟ 36 >