< ଯିଶାଇୟ 36 >
1 ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍ହେରୀବ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।
Et il arriva, la quatorzième année du roi Ézéchias, que Sanchérib, roi d'Assyrie, s'avança sur toutes les villes fortes de Juda et s'en empara.
2 ତହିଁରେ ଅଶୂରର ରାଜା ରବ୍ଶାକିକୁ ମହାସୈନ୍ୟ ସହିତ ଲାଖୀଶ୍ଠାରୁ ଯିରୂଶାଲମକୁ ହିଜକୀୟ ରାଜା ନିକଟକୁ ପଠାଇଲା। ଆଉ, ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା।
Et le roi d'Assyrie envoya Rabsaké de Lachis à Jérusalem contre le roi Ézéchias avec de grandes forces: et il fit halte à l'aqueduc de l'étang supérieur sur le chemin du champ du foulon.
3 ତେବେ ହିଲ୍କୀୟର ପୁତ୍ର ଇଲିୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ, ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ତାହା ନିକଟକୁ ଆସିଲେ।
Alors vinrent à lui Eliacim, fils de Hilkia, préfet du palais, et Sebna le secrétaire, et Joach, fils d'Asaph, le chancelier.
4 ତହିଁରେ ରବ୍ଶାକି ସେମାନଙ୍କୁ କହିଲା, “ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ‘ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ?
Et Rabsaké leur dit: Dites à Ézéchias: Ainsi parle le Grand Roi, le roi d'Assyrie: Qu'est-ce que cette confiance que tu montres?
5 ମୁଁ କହୁଅଛି, ଯୁଦ୍ଧ କରିବା ପାଇଁ ତୁମ୍ଭର ମନ୍ତ୍ରଣା ଓ ବଳ କେବଳ ବୃଥା କଥା; ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?
Je te le dis, purs vains discours que de parler de tes moyens et de tes forces pour la guerre. Eh bien! dans qui te confies-tu, pour t'être révolté contre moi?
6 ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।
Voici, tu te confies dans l'appui de ce roseau cassé, dans l'Egypte, qui pénètre et perce la main de quiconque s'y appuie; tel est Pharaon, roi d'Egypte, pour tous ceux qui se confient en lui.
7 ମାତ୍ର ଯଦି ତୁମ୍ଭେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କʼଣ ସେହି ନୁହନ୍ତି?
Et si tu me dis: C'est dans l'Éternel notre Dieu que nous nous confions! N'est-ce pas lui, [te répondrai-je], dont Ézéchias a détruit les hauts lieux et les autels, et a dit à Juda et à Jérusalem: C'est devant cet autel que vous adorerez?
8 ଏହେତୁ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯଦି ତୁମ୍ଭେ ପାର, ତେବେ ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।
Et maintenant, fais donc un défi à mon maître, le roi d'Assyrie, et je te donnerai deux mille chevaux, si tu peux te donner les cavaliers pour les monter!
9 ତେବେ କିପରି ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରିବ?
Et comment repousserais-tu un seul général, l'un des moindres serviteurs de mon maître?… Ainsi tu mets ta confiance dans l'Egypte pour les chars et la cavalerie.
10 ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।’”
Et puis, est-ce malgré l'Éternel que j'ai marché contre ce pays afin de le ravager? L'Éternel m'a dit: Marche contre ce pays et ravage-le!
11 ଏଥିରେ ଇଲିୟାକୀମ୍, ଶିବ୍ନ ଓ ଯୋୟାହ ରବ୍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କୁହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି, ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କୁହନ୍ତୁ।”
Et Eliacim et Sebna et Joach dirent à Rabsaké: Parle donc à tes serviteurs en syriaque, car nous le comprenons, et ne nous parle pas en hébreu aux oreilles du peuple qui est sur la muraille.
12 ମାତ୍ର ରବ୍ଶାକି ସେମାନଙ୍କୁ କହିଲା, “ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭଙ୍କୁ ଏହିସବୁ କଥା କହିବା ପାଇଁ ମୋତେ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?”
Et Rabsaké dit: Est-ce à ton Seigneur et à toi que mon Seigneur m'a envoyé pour dire ces paroles? N'est-ce pas plutôt à ces hommes assis sur la muraille, pour se nourrir de leurs excréments et s'abreuver de leur urine avec vous?
13 ତହୁଁ ରବ୍ଶାକି ଠିଆ ହୋଇ ଉଚ୍ଚସ୍ୱରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, “ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।
Alors Rabsaké s'approcha, et criant à haute voix il dit en hébreu: Écoutez les paroles du Grand Roi, du roi d'Assyrie.
14 ରାଜା ଏହି କଥା କହନ୍ତି, ‘ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ଦିଅ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ଉଦ୍ଧାର କରି ପାରିବ ନାହିଁ;
Ainsi parle le Roi: Ne vous laissez pas abuser par Ezéchias, car il est incapable de vous sauver,
15 କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ନ କରାଉ।
et ne vous laissez pas inspirer par Ézéchias de la confiance en l'Éternel, quand il dit: L'Éternel nous sauvera! cette ville ne sera pas livrée aux mains du roi d'Assyrie.
16 ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର;
N'écoutez pas Ézéchias! Car ainsi parle le roi d'Assyrie: Faites la paix avec moi, et rendez-vous à moi et vous vous nourrirez chacun de sa vigne et chacun de son figuier, et vous boirez chacun l'eau de sa citerne,
17 ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି।
jusqu'à ce que je vienne et vous emmène dans un pays pareil à votre pays, pays de blé et de moût, pays de pain et de vignoble.
18 ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ଯେପରି ତୁମ୍ଭମାନଙ୍କୁ ନ ମଣାଏ, ଏଥିପାଇଁ ସାବଧାନ ହୁଅ। ନାନା ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜା ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି?
Ne vous laissez pas séduire par Ézéchias, quand il vous dit: L'Éternel nous sauvera! Les dieux des nations ont-ils chacun d'eux sauvé son pays de la main du roi d'Assyrie?
19 ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଦେବତାମାନେ କାହାନ୍ତି? ଓ ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?
Où sont les dieux de Hamath et d'Arpad? Où les dieux de Sepharvaïm?
20 ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋʼ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”
et est-ce qu'ils ont sauvé Samarie de ma main? De tous les dieux de ces pays lequel est-ce qui a sauvé son pays de ma main, que l'Éternel doive sauver Jérusalem de ma main? –
21 ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ତାହାକୁ ପଦେ ମାତ୍ର ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାର ଆଜ୍ଞା ଥିଲା।
Alors ils se turent et ne lui répondirent mot: car c'était l'ordre du Roi qui avait dit: Vous ne lui répondrez pas.
22 ତହିଁରେ ହିଲ୍କୀୟର ପୁତ୍ର ଇଲିୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟ ନିକଟକୁ ଆସି ରବ୍ଶାକିର କଥାସବୁ ତାହାକୁ ଜଣାଇଲେ।
Et Eliacim, fils de Hilkia, préfet du palais, et Sebna le secrétaire, et Joach, fils d'Asaph, le chancelier, vinrent auprès d'Ézéchias, les habits déchirés, et lui rapportèrent les discours de Rabsaké.