< ଯିଶାଇୟ 37 >

1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ଗୃହକୁ ଗଲା।
When Hezekiah heard it, he tore his clothes, put on sackcloth, and went into the Lord's Temple.
2 ପୁଣି, ସେ ରାଜଗୃହାଧ୍ୟକ୍ଷ ଇଲିୟାକୀମ୍‍କୁ, ଶିବ୍‍ନ ଲେଖକଙ୍କୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇଲା।
He sent Eliakim the palace manager, Shebna, the scribe, and the leading priests, all wearing sackcloth, to see the prophet Isaiah, son of Amoz.
3 ତହିଁରେ ସେମାନେ ତାଙ୍କୁ କହିଲେ, “ହିଜକୀୟ ଏହିପରି କହିଅଛନ୍ତି, ‘ଆଜି ଦିନ ଆପଦ, ଅନୁଯୋଗ ଓ ଅପମାନର ଦିନ; କାରଣ ସନ୍ତାନଗଣ ପ୍ରସବ-ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।
They told him, “This is what Hezekiah says: Today is a day of trouble and of punishment. It's like when babies arrive at the entrance to the birth canal but there's no strength to deliver them.
4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”
Maybe the Lord your God, hearing the message the army commander delivered on behalf of his master, the king of Assyria—a message sent to insult the living God—will punish him for his words. Please say a prayer for the remnant of us who still survive.”
5 ଏହିରୂପେ ହିଜକୀୟ ରାଜାର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।
After Hezekiah's officials delivered his message to Isaiah,
6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ ଏହିପରି କହିବ, ‘ସଦାପ୍ରଭୁ କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭଙ୍କୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।
Isaiah replied to them, “Tell your master, This is what the Lord says: Don't be frightened by the words that you have heard, the words used by the servants of the king of Assyria to blaspheme me.
7 ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ, ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”
Look, I'm going to scare him—he'll hear a rumor, and he'll have to return to his own country. When he's there I'll have him killed by the sword.”
8 ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍‍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍‍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍‍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।
The Assyrian army commander left and went back to join the king of Assyria, having heard the king had left Lachish and was attacking Libnah.
9 ପୁଣି, ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା ଯେ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି; ଏହା ଶୁଣି ସେ ହିଜକୀୟ ନିକଟକୁ ଦୂତଗଣ ପଠାଇ କହିଲା,
Sennacherib had received a message about Tirhakah, king of Ethiopia, that said, “Watch out! He is coming to attack you.” So Sennacherib sent messengers again to Hezekiah, saying,
10 “ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟକୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।
“Tell Hezekiah, king of Judah: ‘Don't let your God, the one you're trusting in, fool you by saying that Jerusalem won't fall into the hands of the king of Assyria.
11 ଦେଖ, ଅଶୂରୀୟ ରାଜାମାନେ ନିଃଶେଷ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ଆଉ, ତୁମ୍ଭେ କʼଣ ଉଦ୍ଧାର ପାଇବ?
Look! You've heard what the kings of Assyria have done to all the countries they've invaded— they destroyed them completely! Do you really think you'll be saved?
12 ମୋʼ ପିତୃଲୋକମାନେ ଯେଉଁ ଗୋଶନ, ହାରଣ, ରେତ୍ସଫ ଦେଶୀୟମାନଙ୍କୁ ଓ ତଳଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?
Did the gods of the nations my forefathers destroyed save them—the gods of Gozan, Haran, Rezeph, and the people of Eden who lived in Telassar?
13 ହମାତର ରାଜା, ଅର୍ପଦର ରାଜା, ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?’”
Where today is the king of Hamath, the king of Arpad, the king of the city of Sepharvaim, the king of Hena, or the king of Ivvah?”
14 ତହିଁରେ ହିଜକୀୟ ଦୂତଗଣର ହସ୍ତରୁ ପତ୍ର ଗ୍ରହଣ କରି ତାହା ପାଠ କଲା; ଆଉ, ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ମେଲାଇଲା।
Hezekiah received the letter from the messengers and read it. Then he went up to the Lord's Temple and opened it out before the Lord.
15 ଆଉ, ହିଜକୀୟ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା,
Hezekiah prayed to the Lord, saying,
16 “ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
“Lord Almighty, God of Israel, you who live above the cherubim, you alone are God over all the kingdoms of the earth, you are Creator of heaven and earth.
17 ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେରି ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଇ ଦେଖ; ପୁଣି, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍‍‌‌ହେରୀବ ଯାହା କହି ପଠାଇଅଛି, ତାହାର ସେହି ସବୁ କଥା ଶୁଣ।
Please listen with your ears, Lord, and hear; open your eyes, Lord, and see. Listen to the message that Sennacherib has sent to insult the living God.
18 ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ସର୍ବଦେଶୀୟ ଲୋକମାନଙ୍କୁ, ସେମାନଙ୍କର ଦେଶକୁ ଉଚ୍ଛିନ୍ନ କରିଅଛନ୍ତି
Yes, it's true, Lord, that the Assyrian kings have destroyed these nations and their lands.
19 ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି।
They have thrown their gods into the fire because they are not really gods—they are just the work of human hands, made of wood and stone so they could destroy them.
20 ଏଣୁ ଏବେ, ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
Now, Lord our God, please save us from him, in order that all the kingdoms of the earth may know that only you, Lord, are God.”
21 ଏଉତ୍ତାରେ ଆମୋସଙ୍କ ପୁତ୍ର ଯିଶାଇୟ ହିଜକୀୟ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍‍‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ପ୍ରାର୍ଥନା କରିବାରୁ,
Then Isaiah, son of Amoz, sent a message to Hezekiah, saying, “This is what the Lord, the God of Israel, says: Because you've prayed to me about Sennacherib, king of Assyria,
22 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି।
this is the word of the Lord condemning him: The virgin daughter of Zion scorns you and mocks you; the daughter of Jerusalem shakes her head as you run away.
23 ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।
Who have you been insulting and ridiculing? Who did you raise your voice against? Who did you look at with so proud eyes? It was against the Holy One of Israel!
24 ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।
By your servants you have mocked the Lord. You said: ‘With my many chariots I have ascended to the high mountains, to the farthest peaks of Lebanon. I have chopped down its tallest cedars, the best of its cypress trees. I have reached its most distant heights, its deepest forests.
25 ଆମ୍ଭେ ଖୋଳି ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ନଦୀସବୁ ଶୁଷ୍କ କରିବା।
I have dug wells and drunk water in foreign lands. With the soles of my feet I dried up all the rivers in Egypt.’”
26 କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି ସେହି ସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ।
The Lord replies, “Haven't you heard? I decided it long ago; I planned it in the olden days. Now I am making sure it happens—that you are to knock down fortified towns into piles of rubble.
27 ଏହେତୁ ତନ୍ନିବାସୀମାନେ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍‍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଘାସ ଓ ନବୀନ ତୃଣ, ଗୃହଛାତର ଉପରିସ୍ଥ ଘାସ ଓ ଅପକ୍ୱ ଶସ୍ୟକ୍ଷେତ୍ର ତୁଲ୍ୟ ହେଲେ।
Their people, powerless, are terrified and humiliated. They're like plants in a field, like soft green shoots, like grass that sprouts on the rooftop—scorched before it can even grow.
28 ତୁମ୍ଭର ବସିବାର, ବାହାରେ ଯିବାର, ଭିତରେ ଆସିବାର ଓ ଆମ୍ଭ ବିରୁଦ୍ଧରେ କ୍ରୋଧ କରିବାର ଆମ୍ଭେ ଜାଣୁ।
But I know you very well—where you live, when you come in, when you leave, and your furious anger against me.
29 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏଥିପାଇଁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।
Because of your furious anger against me, and because I know how you disrespect me, I'm going to put my hook in your nose and my bit in your mouth, and I will force you to return the same way you came.”
30 ଏଣୁ (ହେ ହିଜକୀୟ, ) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି, ତୃତୀୟ ବର୍ଷ ବୀଜ ବୁଣି ଶସ୍ୟ କାଟିବ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଗ କରିବ।
“Hezekiah, this will be a sign to prove this is true: This year you'll eat what grows by itself. The second year you'll eat what grows from that. But in the third year you'll sow and reap, you'll plant vineyards and eat their fruit.
31 ପୁଣି, ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।
The remnant that's left of Judah will revive again, sending roots below and bearing fruit above.
32 କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକେ ଓ ରକ୍ଷାପ୍ରାପ୍ତ ଲୋକେ ସିୟୋନ ପର୍ବତରୁ ବାହାରିବେ; ସୈନ୍ୟାଧିପତି ସଦାପ୍ରଭୁଙ୍କର ଉଦ୍‍ଯୋଗ ଏହା ସିଦ୍ଧ କରିବ।
For a remnant will come out of Jerusalem, and survivors will come from Mount Zion. The intense determination of the Lord will make sure this happens.
33 ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।
This is what the Lord says about the king of Assyria: He shall not enter this city or shoot an arrow at it. He shall not advance towards it with a shield, or build a siege ramp against it.
34 ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ ଓ ସେ ଏହି ନଗରକୁ ଆସିବ ନାହିଁ।
He shall return the same way he came, and he shall not enter this city, says the Lord.
35 କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବା ପାଇଁ ସପକ୍ଷ ହେବା।”
I will defend this city and save it, for my own sake and for the sake of my servant David.”
36 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।
Then the angel of the Lord went to the Assyrian camp and killed 185,000 of them. When the survivors woke up in the morning, they were surrounded by dead bodies.
37 ତହିଁରେ ଅଶୂରର ରାଜା ସନ୍‍‌‌ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।
Sennacherib, king of Assyria, gave up and left. He returned home to Nineveh and stayed there.
38 ଏଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ଅଦ୍ରମ୍ମେଲକ୍‍ ଓ ଶରେତ୍ସର ନାମକ ତାହାର ଦୁଇ ପୁତ୍ର ତାହାକୁ ଖଡ୍ଗରେ ବଧ କଲେ। ତହୁଁ ସେମାନେ ଆରାରାଟ୍‍ ଦେଶକୁ ପଳାୟନ କଲେ। ପୁଣି, ତାହାର ପୁତ୍ର ଏସର୍‍ହଦ୍ଦୋନ୍‍ ତାହାର ପଦରେ ରାଜ୍ୟ କଲା।
While he was worshiping in the temple of his god Nisroch, his sons Adrammelech and Sharezer killed him with the sword and then ran away to the land of Ararat. His son Esar-haddon succeeded him as king.

< ଯିଶାଇୟ 37 >