< ଯିଶାଇୟ 37 >
1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ଗୃହକୁ ଗଲା।
It happened, when king Hezekiah heard it, that he tore his clothes, covered himself with sackcloth, and went into the LORD's house.
2 ପୁଣି, ସେ ରାଜଗୃହାଧ୍ୟକ୍ଷ ଇଲିୟାକୀମ୍କୁ, ଶିବ୍ନ ଲେଖକଙ୍କୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲା।
He sent Eliakim, who was over the household, and Shebna the scribe, and the elders of the priests, covered with sackcloth, to Isaiah the prophet, the son of Amoz.
3 ତହିଁରେ ସେମାନେ ତାଙ୍କୁ କହିଲେ, “ହିଜକୀୟ ଏହିପରି କହିଅଛନ୍ତି, ‘ଆଜି ଦିନ ଆପଦ, ଅନୁଯୋଗ ଓ ଅପମାନର ଦିନ; କାରଣ ସନ୍ତାନଗଣ ପ୍ରସବ-ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।
They said to him, "Thus says Hezekiah, 'This day is a day of trouble, and of rebuke, and of rejection; for the children have come to the birth, and there is no strength to bring forth.
4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”
It may be the LORD your God will hear the words of Rabshakeh, whom the king of Assyria his master has sent to defy the living God, and will rebuke the words which the LORD your God has heard. Therefore lift up your prayer for the remnant that is left.'"
5 ଏହିରୂପେ ହିଜକୀୟ ରାଜାର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।
So the servants of king Hezekiah came to Isaiah.
6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ ଏହିପରି କହିବ, ‘ସଦାପ୍ରଭୁ କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭଙ୍କୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।
Isaiah said to them, "Tell your master, 'Thus says the LORD, "Do not be afraid of the words that you have heard, with which the servants of the king of Assyria have blasphemed me.
7 ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ, ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”
Look, I will put a spirit in him and he will hear news, and will return to his own land. I will cause him to fall by the sword in his own land."'"
8 ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।
So Rabshakeh returned, and found the king of Assyria warring against Libnah, for he had heard that he was departed from Lachish.
9 ପୁଣି, ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା ଯେ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି; ଏହା ଶୁଣି ସେ ହିଜକୀୟ ନିକଟକୁ ଦୂତଗଣ ପଠାଇ କହିଲା,
He heard news concerning Tirhakah king of Ethiopia, "He has come out to fight against you." When he heard it, he returned and sent messengers to Hezekiah, saying,
10 “ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟକୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।
"Thus you shall speak to Hezekiah king of Judah, saying, 'Do not let your God in whom you trust deceive you, saying, "Jerusalem won't be given into the hand of the king of Assyria."
11 ଦେଖ, ଅଶୂରୀୟ ରାଜାମାନେ ନିଃଶେଷ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ଆଉ, ତୁମ୍ଭେ କʼଣ ଉଦ୍ଧାର ପାଇବ?
Look, you have heard what the kings of Assyria have done to all lands, by destroying them utterly. Shall you be delivered?
12 ମୋʼ ପିତୃଲୋକମାନେ ଯେଉଁ ଗୋଶନ, ହାରଣ, ରେତ୍ସଫ ଦେଶୀୟମାନଙ୍କୁ ଓ ତଳଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?
Have the gods of the nations delivered them, which my fathers have destroyed, Gozan, Haran, Rezeph, and the people of Eden who were in Telassar?
13 ହମାତର ରାଜା, ଅର୍ପଦର ରାଜା, ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?’”
Where is the king of Hamath, and the king of Arpad, and the king of the city of Sepharvaim, of Hena, and Ivvah?'"
14 ତହିଁରେ ହିଜକୀୟ ଦୂତଗଣର ହସ୍ତରୁ ପତ୍ର ଗ୍ରହଣ କରି ତାହା ପାଠ କଲା; ଆଉ, ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ମେଲାଇଲା।
Hezekiah received the letter from the hand of the messengers and read it. Then Hezekiah went up to the LORD's house, and spread it before the LORD.
15 ଆଉ, ହିଜକୀୟ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା,
Hezekiah prayed to the LORD, saying,
16 “ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
"LORD of hosts, the God of Israel, who is enthroned among the cherubim, you are the God, even you alone, of all the kingdoms of the earth. You have made heaven and earth.
17 ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେରି ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଇ ଦେଖ; ପୁଣି, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ ଯାହା କହି ପଠାଇଅଛି, ତାହାର ସେହି ସବୁ କଥା ଶୁଣ।
Turn your ear, LORD, and hear. Open your eyes, LORD, and look. Hear all of the words of Sennacherib, who has sent to defy the living God.
18 ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ସର୍ବଦେଶୀୟ ଲୋକମାନଙ୍କୁ, ସେମାନଙ୍କର ଦେଶକୁ ଉଚ୍ଛିନ୍ନ କରିଅଛନ୍ତି
Truly, LORD, the kings of Assyria have destroyed all the countries and their land,
19 ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି।
and have cast their gods into the fire; for they were no gods, but the work of men's hands, wood and stone; therefore they have destroyed them.
20 ଏଣୁ ଏବେ, ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
Now therefore, LORD our God, save us from his hand, that all the kingdoms of the earth may know that you are the LORD, even you only."
21 ଏଉତ୍ତାରେ ଆମୋସଙ୍କ ପୁତ୍ର ଯିଶାଇୟ ହିଜକୀୟ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ପ୍ରାର୍ଥନା କରିବାରୁ,
Then Isaiah the son of Amoz sent to Hezekiah, saying, "Thus says the LORD, the God of Israel, 'Because you have prayed to me against Sennacherib king of Assyria,
22 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି।
this is the word which the LORD has spoken concerning him. The virgin daughter of Zion has despised you and ridiculed you. The daughter of Jerusalem has shaken her head at you.
23 ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।
Whom have you defied and blasphemed? Against whom have you exalted your voice and lifted up your eyes on high? Against the Holy One of Israel.
24 ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।
By your messengers you have taunted the LORD, and have said, "With the multitude of my chariots I have come up to the height of the mountains, to the innermost parts of Lebanon. I will cut down its tall cedars and its choice fir trees. I will enter into its farthest height, the forest of its fruitful field.
25 ଆମ୍ଭେ ଖୋଳି ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ନଦୀସବୁ ଶୁଷ୍କ କରିବା।
I have dug and drunk water, and with the sole of my feet I will dry up all the rivers of Egypt."
26 କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି ସେହି ସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ।
Have you not heard how I have done it long ago, and formed it in ancient times? Now I have brought it to pass, that it should be yours to destroy fortified cities, turning them into ruinous heaps.
27 ଏହେତୁ ତନ୍ନିବାସୀମାନେ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଘାସ ଓ ନବୀନ ତୃଣ, ଗୃହଛାତର ଉପରିସ୍ଥ ଘାସ ଓ ଅପକ୍ୱ ଶସ୍ୟକ୍ଷେତ୍ର ତୁଲ୍ୟ ହେଲେ।
Therefore their inhabitants had little power. They were dismayed and confounded. They were like the grass of the field, and like the green herb, like the grass on the rooftops when it is scorched by the east wind.
28 ତୁମ୍ଭର ବସିବାର, ବାହାରେ ଯିବାର, ଭିତରେ ଆସିବାର ଓ ଆମ୍ଭ ବିରୁଦ୍ଧରେ କ୍ରୋଧ କରିବାର ଆମ୍ଭେ ଜାଣୁ।
But I know your sitting down, your going out, your coming in, and your raging against me.
29 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏଥିପାଇଁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।
Because of your raging against me, and because your arrogance has come up into my ears, therefore I will put my hook in your nose and my bridle in your lips, and I will turn you back by the way by which you came.
30 ଏଣୁ (ହେ ହିଜକୀୟ, ) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି, ତୃତୀୟ ବର୍ଷ ବୀଜ ବୁଣି ଶସ୍ୟ କାଟିବ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଗ କରିବ।
This shall be the sign to you. You will eat this year that which grows of itself, and in the second year that which springs from the same; and in the third year sow and reap and plant vineyards, and eat their fruit.
31 ପୁଣି, ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।
The remnant that is escaped of the house of Judah will again take root downward, and bear fruit upward.
32 କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକେ ଓ ରକ୍ଷାପ୍ରାପ୍ତ ଲୋକେ ସିୟୋନ ପର୍ବତରୁ ବାହାରିବେ; ସୈନ୍ୟାଧିପତି ସଦାପ୍ରଭୁଙ୍କର ଉଦ୍ଯୋଗ ଏହା ସିଦ୍ଧ କରିବ।
For out of Jerusalem a remnant will go forth, and survivors will escape from Mount Zion. The zeal of the LORD of hosts will perform this.'
33 ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।
Therefore thus says the LORD concerning the king of Assyria, 'He will not come to this city, nor shoot an arrow there, neither will he come before it with shield, nor cast up a mound against it.
34 ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ ଓ ସେ ଏହି ନଗରକୁ ଆସିବ ନାହିଁ।
By the way that he came, by the same he shall return, and he shall not come to this city,' says the LORD.
35 କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବା ପାଇଁ ସପକ୍ଷ ହେବା।”
'For I will defend this city to save it, for my own sake, and for my servant David's sake.'"
36 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।
The angel of the LORD went out and struck one hundred and eighty-five thousand men in the camp of the Assyrians. When men arose early in the morning, look, these were all dead bodies.
37 ତହିଁରେ ଅଶୂରର ରାଜା ସନ୍ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।
So Sennacherib king of Assyria departed, went away, returned to Nineveh, and stayed there.
38 ଏଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ଅଦ୍ରମ୍ମେଲକ୍ ଓ ଶରେତ୍ସର ନାମକ ତାହାର ଦୁଇ ପୁତ୍ର ତାହାକୁ ଖଡ୍ଗରେ ବଧ କଲେ। ତହୁଁ ସେମାନେ ଆରାରାଟ୍ ଦେଶକୁ ପଳାୟନ କଲେ। ପୁଣି, ତାହାର ପୁତ୍ର ଏସର୍ହଦ୍ଦୋନ୍ ତାହାର ପଦରେ ରାଜ୍ୟ କଲା।
It happened, as he was worshipping in the house of Nisroch his god, that Adrammelech and Sharezer his sons struck him with the sword; and they escaped into the land of Ararat. Esarhaddon his son reigned in his place.