< ଯିଶାଇୟ 38 >
1 ସେହି ସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାହା ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”
In those days Hezekiah became mortally ill. The prophet Isaiah son of Amoz came to him and said, “This is what the LORD says: ‘Put your house in order, for you are about to die; you will not recover.’”
2 ଏଥିରେ ହିଜକୀୟ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା,
Then Hezekiah turned his face to the wall and prayed to the LORD,
3 “ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ, ହିଜକୀୟ ଅତିଶୟ ରୋଦନ କଲା।
saying, “Please, O LORD, remember how I have walked before You faithfully and with wholehearted devotion; I have done what was good in Your sight.” And Hezekiah wept bitterly.
4 ସେତେବେଳେ ଯିଶାଇୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।
And the word of the LORD came to Isaiah, saying,
5 “ତୁମ୍ଭେ ଯାଇ ହିଜକୀୟକୁ କୁହ, ସଦାପ୍ରଭୁ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ, ତୁମ୍ଭର ଲୋତକ ଦେଖିଅଛୁ, ଦେଖ, ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା।
“Go and tell Hezekiah that this is what the LORD, the God of your father David, says: ‘I have heard your prayer; I have seen your tears. Behold, I will add fifteen years to your life.
6 ପୁଣି, ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜା ହସ୍ତରୁ ରକ୍ଷା କରିବା ଓ ଆମ୍ଭେ ଏହି ନଗରର ସପକ୍ଷ ହେବା।’”
And I will deliver you and this city from the hand of the king of Assyria. I will defend this city.
7 ଆଉ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ;
This will be a sign to you from the LORD that He will do what He has promised:
8 ଦେଖ, ଆମ୍ଭେ ଆହସ୍ର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ଡ ପଛକୁ ଫେରାଇ ଆଣିବା। ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା।
I will make the sun’s shadow that falls on the stairway of Ahaz go back ten steps.’” So the sunlight went back the ten steps it had descended.
9 ଯିହୁଦାର ରାଜା ହିଜକୀୟ ପୀଡ଼ିତ ହୋଇ ଆପଣା ପୀଡ଼ାରୁ ସୁସ୍ଥ ହେଲା ଉତ୍ତାରେ ଏହା ଲେଖିଲା, ଯଥା,
This is a writing by Hezekiah king of Judah after his illness and recovery:
10 ମୁଁ କହିଲି, ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳର ପୁରଦ୍ୱାରରେ ପ୍ରବେଶ କରିବି; ମୁଁ ଆପଣା ବର୍ଷସମୂହର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି। (Sheol )
I said, “In the prime of my life I must go through the gates of Sheol and be deprived of the remainder of my years.” (Sheol )
11 ମୁଁ କହିଲି ମୁଁ ସଦାପ୍ରଭୁଙ୍କୁ, ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କୁ ଦେଖିବି ନାହିଁ; ମୁଁ ଜଗନ୍ନିବାସୀମାନଙ୍କ ସହିତ ମନୁଷ୍ୟକୁ ଆଉ ଦେଖିବି ନାହିଁ।
I said, “I will never again see the LORD, even the LORD, in the land of the living; I will no longer look on mankind with those who dwell in this world.
12 ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷପାଳକର ତମ୍ବୁ ପରି ମୋʼ ଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ।
My dwelling has been picked up and removed from me like a shepherd’s tent. I have rolled up my life like a weaver; He cuts me off from the loom; from day until night You make an end of me.
13 ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ, ସେହିପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ।
I composed myself until the morning. Like a lion He breaks all my bones; from day until night You make an end of me.
14 ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶବ୍ଦ କରନ୍ତି, ସେହିପରି ମୁଁ ଚିଁ ଚିଁ ଶବ୍ଦ କଲି; ମୁଁ କପୋତ ପରି ଶୋକ କଲି; ଉପରକୁ ଅନାଇ ଅନାଇ ମୋହର ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ଉପଦ୍ରବଗ୍ରସ୍ତ, ତୁମ୍ଭେ ମୋହର ଲଗା ହୁଅ।
I chirp like a swallow or crane; I moan like a dove. My eyes grow weak as I look upward. O Lord, I am oppressed; be my security.”
15 ମୁଁ କଅଣ କହିବି? ସେ ତ ମୋତେ କହିଅଛନ୍ତି, ମଧ୍ୟ ଆପେ ତାହା ସାଧନ କରିଅଛନ୍ତି; ମୁଁ ଆପଣା ପ୍ରାଣର ତିକ୍ତତା ସକାଶୁ ଆପଣାର ସବୁ ବର୍ଷଯାକ ଧୀରେ ଧୀରେ ଗମନ କରିବି।
What can I say? He has spoken to me, and He Himself has done this. I will walk slowly all my years because of the anguish of my soul.
16 ହେ ପ୍ରଭୋ, ଏହିସବୁ ଦ୍ୱାରା ଲୋକେ ବଞ୍ଚନ୍ତି, ଆଉ ତହିଁରେ ହିଁ ସମ୍ପୂର୍ଣ୍ଣ ରୂପେ ମୋʼ ଆତ୍ମାର ଜୀବନ ଅଛି, ଏହେତୁ ତୁମ୍ଭେ ମୋତେ ସୁସ୍ଥ କରି ସଜୀବ କର।
O Lord, by such things men live, and in all of them my spirit finds life. You have restored me to health and have let me live.
17 ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋʼ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ।
Surely for my own welfare I had such great anguish; but Your love has delivered me from the pit of oblivion, for You have cast all my sins behind Your back.
18 ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ; ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି। (Sheol )
For Sheol cannot thank You; Death cannot praise You. Those who descend to the Pit cannot hope for Your faithfulness. (Sheol )
19 ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।
The living, only the living, can thank You, as I do today; fathers will tell their children about Your faithfulness.
20 ସଦାପ୍ରଭୁ ମୋହର ପରିତ୍ରାଣ କରିବାକୁ ଉଦ୍ୟତ; ଏହେତୁ ଆମ୍ଭେମାନେ ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ତାରଯୁକ୍ତ ଯନ୍ତ୍ର ସହିତ ମୋହର ସଙ୍ଗୀତ ଗାନ କରିବୁ।
The LORD will save me; we will play songs on stringed instruments all the days of our lives in the house of the LORD.
21 ଯିଶାଇୟ କହିଥିଲେ, “ସେମାନେ ଡିମ୍ବିରି ଚକ୍ତି ନେଇ ସ୍ପୋଟକ ଉପରେ ଦେଉନ୍ତୁ, ତହିଁରେ ସେ ସୁସ୍ଥ ହେବ।”
Now Isaiah had said, “Prepare a lump of pressed figs and apply it to the boil, and he will recover.”
22 ହିଜକୀୟ ମଧ୍ୟ କହିଥିଲା, “ମୁଁ ଯେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର ଚିହ୍ନ କଅଣ?”
And Hezekiah had asked, “What will be the sign that I will go up to the house of the LORD?”