< ଯିଶାଇୟ 38 >
1 ସେହି ସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାହା ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”
Siku zile Hezekia alikuwa anaumwa karibia na kufa. Hivyo Isaya mtoto wa Amozi, nabii alikuja kwake na kumwambia, ''Yahwe amesema, 'panga mambo yako maana utakufa, hautaishi.'
2 ଏଥିରେ ହିଜକୀୟ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା,
'Halafu Hezekia akaugeukia ukuta na akamuomba Yahwe.
3 “ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ, ହିଜକୀୟ ଅତିଶୟ ରୋଦନ କଲା।
Na akasema, ''samahani Yahwe, kumbuka jinsi nilivyoenenda kwa uaminifu mbele zako kwa moyo wangu wote, na jinsi nilivyofanya matendo mema katika macho yako.'' Na Hezekia akalia kwa sauti.
4 ସେତେବେଳେ ଯିଶାଇୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।
Basi neno la Yawe likamjia Isaya, na kusema,
5 “ତୁମ୍ଭେ ଯାଇ ହିଜକୀୟକୁ କୁହ, ସଦାପ୍ରଭୁ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ, ତୁମ୍ଭର ଲୋତକ ଦେଖିଅଛୁ, ଦେଖ, ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା।
''Nenda ukamwambie Hezekia, kiongozi wa watu wangu, ''Hivi ndivyo Yahwe, Mungu wa Daudi babu yenu, amesema: Nimeyasikiliza maombi yako, na nimeyaona machozi yako. Ona ninakaribia kuongeza miaka kumi na tano katika maisha yako.
6 ପୁଣି, ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜା ହସ୍ତରୁ ରକ୍ଷା କରିବା ଓ ଆମ୍ଭେ ଏହି ନଗରର ସପକ୍ଷ ହେବା।’”
Na nitakukomboa wewe pamoja mji huu kutoka kwenye mkono wamfalme wa Asiria, na nitaulinda huu mji.
7 ଆଉ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ;
Na hii itakuwa alama kwako kutoka kwangu, Yahwe, kwamba nitafanya nilichokisema:
8 ଦେଖ, ଆମ୍ଭେ ଆହସ୍ର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ଡ ପଛକୁ ଫେରାଇ ଆଣିବା। ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା।
Angalia, nitasababisha kimvuli katika nyumba ya Ahazi kwenda nyuma hautua kumi.'' hivvyo basi kivuli kilirudi nyuma hatua kumi juu ya nyumba iliyopanda juu.
9 ଯିହୁଦାର ରାଜା ହିଜକୀୟ ପୀଡ଼ିତ ହୋଇ ଆପଣା ପୀଡ଼ାରୁ ସୁସ୍ଥ ହେଲା ଉତ୍ତାରେ ଏହା ଲେଖିଲା, ଯଥା,
Haya ndiyo maandishi ya maombi ya Hezekia mfalme wa Yuda, alipokuwa anaumwa halafu akapona:
10 ମୁଁ କହିଲି, ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳର ପୁରଦ୍ୱାରରେ ପ୍ରବେଶ କରିବି; ମୁଁ ଆପଣା ବର୍ଷସମୂହର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି। (Sheol )
''Nimesema kwamba nusu ya maisha yangu nitapita katika mlango wa kuzimu; Nilitumwa pale miaka yangu yote. (Sheol )
11 ମୁଁ କହିଲି ମୁଁ ସଦାପ୍ରଭୁଙ୍କୁ, ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କୁ ଦେଖିବି ନାହିଁ; ମୁଁ ଜଗନ୍ନିବାସୀମାନଙ୍କ ସହିତ ମନୁଷ୍ୟକୁ ଆଉ ଦେଖିବି ନାହିଁ।
Nikasema sitamuona tena Yahwe, Yahwe kaika nchi ninayoishi; sitaangalia watu tena au wenyeji wa dunia hii.
12 ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷପାଳକର ତମ୍ବୁ ପରି ମୋʼ ଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ।
Maisha yangu yameondolea na kupelekwa mbali na mimi kama hema la mchungaji; Niliyakunja maisha yangu juu kama mfumaji; ameniondoa katika kifungo; kati ya mchana na usiku ameyakomesha maisha yangu.
13 ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ, ସେହିପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ।
Nililia mpaka asubuhi; kama simba anaivunja mifupa yangu. Kati ya usiku na mchana ameyakomesha maisha yangu.
14 ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶବ୍ଦ କରନ୍ତି, ସେହିପରି ମୁଁ ଚିଁ ଚିଁ ଶବ୍ଦ କଲି; ମୁଁ କପୋତ ପରି ଶୋକ କଲି; ଉପରକୁ ଅନାଇ ଅନାଇ ମୋହର ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ଉପଦ୍ରବଗ୍ରସ୍ତ, ତୁମ୍ଭେ ମୋହର ଲଗା ହୁଅ।
Kama mbayuwayu ndivyo nilivyolia; nililia kama njiwa; macho yangu yalichoka kuangalia juu. Bwana ninateseka; nisaidie mimi.
15 ମୁଁ କଅଣ କହିବି? ସେ ତ ମୋତେ କହିଅଛନ୍ତି, ମଧ୍ୟ ଆପେ ତାହା ସାଧନ କରିଅଛନ୍ତି; ମୁଁ ଆପଣା ପ୍ରାଣର ତିକ୍ତତା ସକାଶୁ ଆପଣାର ସବୁ ବର୍ଷଯାକ ଧୀରେ ଧୀରେ ଗମନ କରିବି।
Niseme nini? wote wameongea na mimi na amefanya hivyo; Nitatembea taratibu miaka yangu yote maana ninayashinda kwa huzuni.
16 ହେ ପ୍ରଭୋ, ଏହିସବୁ ଦ୍ୱାରା ଲୋକେ ବଞ୍ଚନ୍ତି, ଆଉ ତହିଁରେ ହିଁ ସମ୍ପୂର୍ଣ୍ଣ ରୂପେ ମୋʼ ଆତ୍ମାର ଜୀବନ ଅଛି, ଏହେତୁ ତୁମ୍ଭେ ମୋତେ ସୁସ୍ଥ କରି ସଜୀବ କର।
Bwana, mateso uliyoyatuma ni mazuri kwangu; ikiwezekana nirudishiwe tena maisha yangu; umeyahifadhi maisha maisha yangu na afya yangu.
17 ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋʼ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ।
Ni kwa faida yangu kwamba nimwpitia huzuni kama hii. Umenikomboa kutoka kwenye shimo la uharibifu; maana umetupa dhambi zangu nyuma yako.
18 ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ; ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି। (Sheol )
Maana kuzimu hapata kushukuru wewe; kifo hakikusifu wewe; wale wote waendao ndani ya shimo hawana matumaini ya uaminifu wako. (Sheol )
19 ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।
Mtu anayeishi, mtu anayeishi, ndiye anayekushukuru wewe, kama ninavyofanya leo; baba atawjulisha watoto uaminifu wako.
20 ସଦାପ୍ରଭୁ ମୋହର ପରିତ୍ରାଣ କରିବାକୁ ଉଦ୍ୟତ; ଏହେତୁ ଆମ୍ଭେମାନେ ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ତାରଯୁକ୍ତ ଯନ୍ତ୍ର ସହିତ ମୋହର ସଙ୍ଗୀତ ଗାନ କରିବୁ।
Yahwe anakarbia kunikomboa mimi, na tutasherekea kwa mziki siku zote za maisha yetu katika nyumba ya Yahwe.''
21 ଯିଶାଇୟ କହିଥିଲେ, “ସେମାନେ ଡିମ୍ବିରି ଚକ୍ତି ନେଇ ସ୍ପୋଟକ ଉପରେ ଦେଉନ୍ତୁ, ତହିଁରେ ସେ ସୁସ୍ଥ ହେବ।”
Sasa Isaya alisema, ''Waacheni wachukue donge mitini na kuliweka kweye jipu naye atapona.
22 ହିଜକୀୟ ମଧ୍ୟ କହିଥିଲା, “ମୁଁ ଯେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର ଚିହ୍ନ କଅଣ?”
''Hezekia pia alisema, ''Je ni ishara gan ya kwamba nitaiende juu katika nyumba ya Yahwe?''